Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ
ଆଜିର ଖବର

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡ଼ା: ରେଳ ଧକ୍କାରେ ଗୋଟିଏ ଦନ୍ତା ହାତୀର ମୃତ୍ୟୁ ହୋଇଛି। ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ ବୁରୁନ୍ଦାବାଡ଼ି ନିକଟରେ ବିଷମକଟକ-ଥେରୁବାଲି ରେଳଧାରଣାରେ ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ଟ୍ରେନ୍‌ ଇଞ୍ଜିନ୍‌ ଧକ୍କା ଦେବା ପରେ ହାତୀଟି ରେଳଧାରଣାଠାରୁ ପ୍ରାୟ ୩ ମିଟର ଦୂରରେ ଛିଟିକି ପଡ଼ିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ରେଳଧାରଣାର ୩୧୨/୫-୭ କିଲୋମିଟର ନିକଟରେ ଏକ ବ୍ୟାଙ୍କର ଲାଇଟ୍‌ ଇଞ୍ଜିନ୍‌ ଦନ୍ତା ହାତୀଟିକୁ ଧକ୍କା ଦେଇଥିଲା। ଧକ୍କା ଏତେ ଜୋର୍‌ ଥିଲା ଯେ ହାତୀଟିର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ଘଟଣା ସମ୍ପର୍କରେ ଖବର ପାଇବା ପରେ ଆରପିଏଫ୍‌ ଓ ବନ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ତେବେ ଅଞ୍ଚଳରେ ବର୍ଷା ଜାରି ରହିଥିବାରୁ ହାତୀର ମୃତଦେହ ଉଦ୍ଧାର ଓ ଅନ୍ୟାନ୍ୟ ପ୍ରକ୍ରିୟାରେ ବିଳମ୍ବ ହୋଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, କିଛି ମାସ ହେଲା କଳାହାଣ୍ଡି ଜିଲ୍ଲା ଅଞ୍ଚଳରୁ ଆସିଥିବା ଏକ ଚାରିଟିକିଆ ହାତୀପଲ ବିଷମକଟକ ବ୍ଲକର ଭାତପୁର ଓ ବୁରୁନ୍ଦାବାଡ଼ି ଅଞ୍ଚଳରେ ବୁଲାବୁଲି କରୁଥିଲେ। ଏହି ହାତୀପଲ ମଧ୍ୟରୁ ଗୋଟିଏ ଦନ୍ତା ରେଳ ଧକ୍କାରେ ପ୍ରାଣ ହରାଇଥିବାରୁ ଅଞ୍ଚଳରେ ଉଦ୍‌ବେଗ ପ୍ରକାଶ ପାଇଛି।

ଟ୍ରେନ୍‌ ଧକ୍କା ଦନ୍ତା ହାତୀର ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

September 10, 2026

ଇଣ୍ଡୋନେସିଆ ପୁସ୍ତକ ମେଳାରେ ଏକମାତ୍ର ଭାରତୀୟ ପ୍ରକାଶକ ଭାବେ ଯୋଗ ଦେବ ଓଡିଶାର ‘ପେନ୍ ଇନ୍ ବୁକ୍ସ’ 

September 10, 2026

ଯୁକ୍ତ୨ରେ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ: ହେଲ୍‌ଥକେୟାର ଓ ଆପାରେଲ୍ସ ପଢ଼ିବେ ଛାତ୍ରଛାତ୍ରୀ

September 10, 2026

୯ମ ରାଷ୍ଟ୍ରୀୟ ପୋଷଣ ମାସ: ଏକ ମାସବ୍ୟାପୀ ପୋଷଣ ଉତ୍ସବ

September 10, 2026
Latest News

ଟ୍ରେନ୍‌ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ

September 10, 2026

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୩ ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

September 10, 2026

ଇଣ୍ଡିଆ-ଏ’ ଟିମ୍ ଘୋଷଣା: ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଲା ସ୍ଥାନ

September 10, 2026

ଇଣ୍ଡୋନେସିଆ ପୁସ୍ତକ ମେଳାରେ ଏକମାତ୍ର ଭାରତୀୟ ପ୍ରକାଶକ ଭାବେ ଯୋଗ ଦେବ ଓଡିଶାର ‘ପେନ୍ ଇନ୍ ବୁକ୍ସ’ 

September 10, 2026

ଯୁକ୍ତ୨ରେ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ: ହେଲ୍‌ଥକେୟାର ଓ ଆପାରେଲ୍ସ ପଢ଼ିବେ ଛାତ୍ରଛାତ୍ରୀ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.