ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ପଶ୍ଚିମବଙ୍ଗ – ଓଡିଶା – ଉତ୍ତର ଆନ୍ଧ୍ର ଉପକୂଳରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟା ସମୁଦ୍ର ଅଶାନ୍ତ ରହିବା ନେଇ ସୂଚନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ପାଣିପାଗ ସୂଚନା ଅନୁସାରେ, ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହ ପ୍ରବଳ ବର୍ଷା ଜାରି ରହିବ।
ବିଶେଷକରି ୧୦ ତାରିଖ ଗୁରୁବାର ଜଗତ୍ସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହୁଛି। ଏଥିପାଇଁ ଉଭୟ ଜିଲ୍ଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ହେବା ନେଇ ଆଇଏମଡ଼ି ରେଡ ବର୍ନିଙ୍ଗ ଜାରି କରିବା ପରେ ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଅଞ୍ଚଳରେ ଆଜି ସବୁ ସରକାରୀ ପ୍ରାଥମିକ ଠାରୁ ଆରମ୍ଭ କରି ଉଚ୍ଚ ମାଧ୍ଯମିକ ସ୍କୁଲଗୁଡିକୁ ଛୁଟି ଘୋଷଣା କରାଯାଇଛି ।


