Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି
ରାଜ୍ୟ ଖବର

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆପଡ଼ା: ଦୁଷ୍କର୍ମ ମାମଲାରେ ୨୦ ବର୍ଷର ସଜା କାଟୁଥିବା ଜଣେ କଏଦୀ ନୂଆପଡ଼ା ସବ୍-ଜେଲରୁ ଫେରାର ହୋଇଯିବା ଘଟଣାରେ କାରା ବିଭାଗ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୁରକ୍ଷାରେ ଗୁରୁତର ଅବହେଳା ଅଭିଯୋଗରେ ଜେଲର ବଳରାମ ବିଶି ମାଝୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଗତ ସେପ୍ଟେମ୍ବର ୭ ତାରିଖ ସକାଳ ପ୍ରାୟ ୮ଟାରେ ଜେଲ ପରିସରରେ ସଫେଇ ଚାଲିଥିବା ସମୟର ସୁଯୋଗ ନେଇ କଏଦୀ ବିଶ୍ୱ ବିହାରୀ ମାଝୀ (୩୦) ଚମ୍ପଟ ମାରିଥିଲା। ସେ ସିନାପାଲି ଥାନା ଅନ୍ତର୍ଗତ କନ୍ଦୁଲକୋଣା ଗାଁର ବୋଲି ଜଣାପଡ଼ିଛି। ୨୦୨୧ର ଏକ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ୨୦୨୩ରେ ନୂଆପଡ଼ା ଅଦାଲତ ତାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଥିଲେ। ଘଟଣା ପରେ ପୁଲିସ ଓ କାରା କର୍ତ୍ତୃପକ୍ଷ ବ୍ୟାପକ ଛାନଭିନ୍ ଆରମ୍ଭ କରିଥିଲେ ମଧ୍ୟ ଫେରାର କଏଦୀର ଏପର୍ଯ୍ୟନ୍ତ କୌଣସି ସୁରାକ୍ ମିଳିପାରିନାହିଁ। କଏଦୀ ଜଣକ ନିଜେ ଖସିଗଲା ନା ଏଥିରେ ଅନ୍ୟ କୌଣସି କର୍ମଚାରୀଙ୍କ ହାତ ରହିଛି, ସେ ନେଇ ଉଚ୍ଚସ୍ତରୀୟ ତଦନ୍ତ ଜାରି ରହିଛି।

ଜେଲର ନିଲମ୍ବିତ ଜେଲରୁ କଏଦୀ ଫେରାର
Share. Facebook Twitter LinkedIn Email WhatsApp Copy Link

Related Posts

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Latest News

ସବ୍-ଜେଲରୁ ଦୁଷ୍କର୍ମ କଏଦୀ ଫେରାର: ଜେଲର ନିଲମ୍ବିତ, ତଦନ୍ତ ଜାରି

September 12, 2026

୮୦ ଦଶକ ଫଟୋ ଟ୍ରେଣ୍ଡ୍‌ର ମୋହ: ଗୋଟିଏ ଫଟୋ ପାଇଁ ଖର୍ଚ୍ଚ ହେଉଛି ଲିଟର ଲିଟର ପାଣି

September 12, 2026

ଟାଙ୍ଗିଆରେ ହାଣି ବଡଭାଇକୁ ହତ୍ୟା

September 12, 2026

ଅଫିସରଙ୍କ ନିର୍ଯାତନା ଅଭିଯୋଗ: ଆନନ୍ଦପୁରରେ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ୟମ

September 12, 2026

ଘରେ ପଶି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ମୁଣ୍ଡରେ ଗଭୀର ଆଘାତ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.