Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ
ଆଜିର ଖବର

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ
ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

କୋରାପୁଟ: ସଜନା ଶାଗ ତୋଳିବାକୁ ଯାଇ ବିଦ୍ୟୁତ୍ ଆଘାତରେ ଜଣେ ଯୁବକଙ୍କ ଜୀବନଯିବା ଭଳି ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୩୦ ବର୍ଷୀୟ ଯୁବକ ପର୍ଶୁରାମ ସୌରାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ମୃତ ପର୍ଶୁରାମ କୋରାପୁଟ ଜିଲ୍ଲା ବି. ସିଂହପୁର ଥାନା ଅଧୀନ ପଖନାଗୁଡ଼ା ଗ୍ରାମର ଶ୍ୟାମସୁନ୍ଦର ସୌରାଙ୍କ ପୁଅ ବୋଲି ଜଣାପଡ଼ିଛି।

ସୂଚନା ଅନୁଯାୟୀ, ପର୍ଶୁରାମ ସଜନା ଗଛରୁ ଶାଗ ତୋଳିବାକୁ ଯାଇଥିଲେ। ତେବେ ଗଛ ନିକଟ ଦେଇ ଯାଇଥିବା ହାଇଭୋଲଟେଜ୍‌ ୧୧ କେଭି ବିଦ୍ୟୁତ୍ ତାର ତାଙ୍କ ପାଇଁ ଘାତକ ସାବ୍ୟସ୍ତ ହୋଇଥିଲା। ଅସାବଧାନତାବଶତଃ ସେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯିବାରୁ ସେଠାରେ ହିଁ ଆକ୍ରାନ୍ତ ହୋଇ ଗଛର ଦୁଇଟି ଡାଳ ମଝିରେ ପଡ଼ିଯାଇଥିଲେ। ବିଦ୍ୟୁତ୍ ସଂଘାତ ଏତେ ତୀବ୍ର ଥିଲା ଯେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ପର୍ଶୁରାମଙ୍କ ଅକାଳ ମୃତ୍ୟୁ ଖବର ପଖନାଗୁଡ଼ା ଗ୍ରାମରେ ପହଞ୍ଚିବା ପରେ ସମଗ୍ର ଅଞ୍ଚଳରେ ଶୋକର କଳାଛାୟା ଖେଳିଯାଇଛି। ପରିବାର ପାଇଁ ଶାଗ ତୋଳିବାକୁ ଯାଇଥିବା ଯୁବକଙ୍କର ଏପରି ଆକସ୍ମିକ ବିୟୋଗକୁ ପରିବାର ଲୋକେ ଓ ଗ୍ରାମବାସୀ ସହଜରେ ଗ୍ରହଣ କରିପାରୁନାହାନ୍ତି।

ଘଟଣା ସମ୍ପର୍କରେ ଖବର ପାଇ ବି. ସିଂହପୁର ଥାନା ଆଇଆଇସି ସୂରଜ ପ୍ରଧାନ ସଦଳବଳେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ଗଛରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଆରମ୍ଭ କରିଛି।

କୋରାପୁଟ ବି.ସିଂହପୁର ବିଦ୍ୟୁତ ଅଘଟଣ
Share. Facebook Twitter LinkedIn Email WhatsApp Copy Link

Related Posts

୨୩ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ମୁରାସୁ, କାଲି ଭୀଷଣ ବାତ୍ୟା ଆଶଙ୍କା

November 1, 2026

ଆଜି ଗ୍ଲେନ ଫିଲିପ୍ସ ଟାର୍ଗେଟରେ ୩ ବଡ଼ ରେକର୍ଡ: ଶତକର ହେବେ ନୂଆ ବାଦଶାହ

November 1, 2026

INDIA ମେଣ୍ଟ ରାଲି ପୂର୍ବରୁ କଡା ସୁରକ୍ଷା: ୪୦୦୦ ପୁଲିସ, CAPFର ୨୭୦ କମ୍ପାନୀ ମୁତୟନ

November 1, 2026

ଭୁବନେଶ୍ୱରରେ ଭୟଙ୍କର ସିରିଜ୍ ଦୁର୍ଘଟଣା: ଜୀବନ ନେଲା ଦ୍ରୁତଗାମୀ ବସ୍, ୨ ମୃତ; ଏକାଧିକ ଆହତ

November 1, 2026
Latest News

୨୩ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ମୁରାସୁ, କାଲି ଭୀଷଣ ବାତ୍ୟା ଆଶଙ୍କା

November 1, 2026

ଆଜି ଗ୍ଲେନ ଫିଲିପ୍ସ ଟାର୍ଗେଟରେ ୩ ବଡ଼ ରେକର୍ଡ: ଶତକର ହେବେ ନୂଆ ବାଦଶାହ

November 1, 2026

INDIA ମେଣ୍ଟ ରାଲି ପୂର୍ବରୁ କଡା ସୁରକ୍ଷା: ୪୦୦୦ ପୁଲିସ, CAPFର ୨୭୦ କମ୍ପାନୀ ମୁତୟନ

November 1, 2026

ଭୁବନେଶ୍ୱରରେ ଭୟଙ୍କର ସିରିଜ୍ ଦୁର୍ଘଟଣା: ଜୀବନ ନେଲା ଦ୍ରୁତଗାମୀ ବସ୍, ୨ ମୃତ; ଏକାଧିକ ଆହତ

November 1, 2026

ଦୀପାବଳି ପୂର୍ବରୁ ମହଙ୍ଗା ମାଡ଼! ବଢ଼ିଲା CNG ଦର

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.