Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ
ଆଜିର ଖବର

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

ଭୁବନେଶ୍ୱର: ଶ୍ରୀଲିଙ୍ଗରାଜ ମନ୍ଦିରରେ ପୁଣିଥରେ ନୀତିକାନ୍ତି ବିଭ୍ରାଟ ଦେଖାଦେଇଛି। ସେବାୟତଙ୍କ ଅନ୍ତର୍ଦ୍ୱନ୍ଦ୍ୱ ଓ ଆପୋଷ ବିବାଦ କାରଣରୁ ଗତକାଲି ରାତି ୧୧ଟାରୁ ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ପୂଜାର୍ଚ୍ଚନା ଓ ନୀତି ସମ୍ପୂର୍ଣ୍ଣ ବନ୍ଦ ରହିବା ସହ ଠାକୁର ଉପାସରେ ଅଛନ୍ତି। ବିଶେଷକରି ପୂଜା ପଣ୍ଡା ଓ ସୁଆର ସେବାୟତଙ୍କ ମଧ୍ୟରେ ପୂଜା ବିଧିକୁ ନେଇ ମତାନ୍ତର ସୃଷ୍ଟି ହେବାରୁ ଏହି ଅଚଳାବସ୍ଥା ଉପୁଜିଛି। ପବିତ୍ର ସଂକ୍ରାନ୍ତି ଦିନରେ ଏଭଳି ନୀତି ବିଭ୍ରାଟକୁ ନେଇ ଶ୍ରଦ୍ଧାଳୁମାନେ ତୀବ୍ର କ୍ଷୋଭ ଓ ନିନ୍ଦା ପ୍ରକାଶ କରିଛନ୍ତି। ବିଶେଷ ପର୍ବପର୍ବାଣି ଓ ସ୍ୱତନ୍ତ୍ର ଦିନଗୁଡ଼ିକରେ ସେବାୟତମାନେ ବାରମ୍ବାର ଏପରି ବ୍ୟତିକ୍ରମ ଘଟାଉଥିବାରୁ ଏହାକୁ ଏକ ଅକ୍ଷମଣୀୟ ତ୍ରୁଟି ଭାବେ ଅଭିହିତ କରାଯାଇଛି। ନିଜସ୍ୱ ସ୍ୱାର୍ଥ ଓ ସତ୍ତ୍ୱ ପାଇଁ ବିବାଦ କରି ପ୍ରଭୁଙ୍କୁ ଭୋକ, ଉପାସ ଓ ଅନିଦ୍ରା ରଖିବା ସେବାୟତଙ୍କ ମନୋବୃତ୍ତିକୁ ଅତ୍ୟନ୍ତ ନିନ୍ଦନୀୟ ବୋଲି ଭକ୍ତମାନେ କହିଛନ୍ତି।

ନୀତିକାନ୍ତି ଲିଙ୍ଗରାଜ ମନ୍ଦିର ସେବାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026
Latest News

ଲିଙ୍ଗରାଜ ମନ୍ଦିରରେ ସେବାୟତ ବିବାଦ: ରାତିରୁ ନୀତିକାନ୍ତି ବନ୍ଦ

September 18, 2026

ଭାରତୀୟ-ଆମେରିକୀୟ କଂଗ୍ରେସ ସଦସ୍ୟଙ୍କ ବିଶ୍ୱାସଘାତକତା!: ଶୁଳ୍କ ଲାଗୁ କରିବାକୁ ଦେଲେ ଭୋଟ୍

September 18, 2026

ମମତା ବାନାର୍ଜୀଙ୍କ ପରେ ଏବେ ନିର୍ବାଚନ କମିଶନଙ୍କ ନିକଟକୁ ନାମ ପଠାଇଲେ ରୀତବ୍ରତ ଗୋଷ୍ଠୀ

September 18, 2026

ଆଉ କିଛି ସମୟ ପରେ ଏସୀୟ କ୍ରୀଡ଼ାର କ୍ୱାର୍ଟରଫାଇନାଲ: ଜାପାନକୁ ଭେଟିବ ଟିମ୍ ଇଣ୍ଡିଆ

September 18, 2026

ପୁରୁଣା ରୂପା ଅଳଙ୍କାରକୁ ଦିଅନ୍ତୁ ନୂଆ ଲୁକ୍‌; ଜାଣନ୍ତୁ ସଫା କରିବାର ସହଜ ଉପାୟ

September 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.