ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ଥାନା ଅନ୍ତର୍ଗତ ଦଦରାଘାଟି ଫାଣ୍ଡିର ୩ ନମ୍ବର କଲୋନୀରେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ ମିଥୁନ ନାଏକ ତାଙ୍କ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହାପରେ ଆଜି ଭୋର ସମୟରେ ନିଜ ଘର ବାରଣ୍ଡାରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
ସୂଚନା ଅନୁସାରେ, ମିଥୁନ ନାଏକଙ୍କର ଦୁଇଟି ସନ୍ତାନ ଥିବା ଜଣାପଡ଼ିଛି। ଘଟଣା ପରେ ପରିବାର ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ତେବେ ହତ୍ୟାକାଣ୍ଡ ଓ ଆତ୍ମହତ୍ୟାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଖବର ଲେଖାଯିବା ସୁଦ୍ଧା ଘଟଣାସ୍ଥଳରେ ପୁଲିସ ପହଞ୍ଚିନଥିବା ସୂଚନା ମିଳିଛି। ପୁଲିସ ତଦନ୍ତ ପରେ ଘଟଣା ସମ୍ପର୍କରେ ଅଧିକ ତଥ୍ୟ ସାମ୍ନାକୁ ଆସିପାରେ।


