Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଅଙ୍ଗନ ଉତ୍ସବ’ ପ୍ରସ୍ତୁତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଆଜିର ଖବର

‘ଅଙ୍ଗନ ଉତ୍ସବ’ ପ୍ରସ୍ତୁତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

September 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
‘ଅଙ୍ଗନ ଉତ୍ସବ’ ପ୍ରସ୍ତୁତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୭ ରୁ ୨୯ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ‘ଅଙ୍ଗନ ଉତ୍ସବ’ର ପ୍ରସ୍ତୁତି ସମ୍ପର୍କରେ ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରାରମ୍ଭିକ ଶିଶୁ ଯତ୍ନ, ପୋଷଣ, ସ୍ୱାସ୍ଥ୍ୟ ଏବଂ ସମୁଦାୟର ସହଭାଗିତାକୁ ସୁଦୃଢ଼ କରିବାରେ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଲୋକଲୋଚନକୁ ଆଣିବା ଏହି ଉତ୍ସବର ମୁଖ୍ୟ ଲକ୍ଷ୍ୟ। ଏହି ତିନିଦିନିଆ କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା, ପ୍ରଭାବୀ ସମନ୍ୱୟ ଏବଂ ବ୍ୟାପକ ପ୍ରସ୍ତୁତି ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ସମସ୍ତ ଅଂଶୀଦାରମାନଙ୍କ ସକ୍ରିୟ ସହଭାଗିତାରେ ଏହି ଉତ୍ସବକୁ ଅର୍ଥପୂର୍ଣ୍ଣ, ସମାବେଶୀ ଏବଂ ଜନକୈନ୍ଦ୍ରିକ ଭାବେ ଆୟୋଜନ କରିବାକୁ ଉପ-ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉପ-ମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାରେ ପ୍ରସ୍ତାବିତ କାର୍ଯ୍ୟକ୍ରମ, ବ୍ୟବସ୍ଥା ଏବଂ ସମନ୍ୱୟ ପ୍ରକ୍ରିୟାର ସମୀକ୍ଷା କରିଥିଲେ। ତୃଣମୂଳ ସ୍ତରରେ ଯୋଜନାବଦ୍ଧ କାର୍ଯ୍ୟକ୍ରମଗୁଡ଼ିକର ସଫଳ କାର୍ଯ୍ୟାନ୍ୱୟନ ଏବଂ ଅଧିକରୁ ଅଧିକ ଜନସାଧାରଣଙ୍କ ସମ୍ପୃକ୍ତି ସୁନିଶ୍ଚିତ କରିବାକୁ ସେ ଅଫିସରମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗ ସଚିବ ଡ. ମୃଣାଳିନୀ ଦର୍ଶୱାଲ, ମହିଳା ଓ ଶିଶୁ ବିକାଶ ନିର୍ଦ୍ଦେଶିକା ମୋନୀଷା ବାନାର୍ଜୀଙ୍କ ସମେତ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଅଙ୍ଗନ ଉତ୍ସବ ଉପମୁଖ୍ୟମନ୍ତ୍ରୀ ବୈଠକ\
Share. Facebook Twitter LinkedIn Email WhatsApp Copy Link

Related Posts

ନ୍ୟାୟରୁ ବଂଚିତଙ୍କ ସ୍ୱର ହୁଅନ୍ତୁ: ଆଇନ ଛାତ୍ରଛାତ୍ରୀଙ୍କୁ ଜଷ୍ଟିସ୍ ମହାପାତ୍ର

September 21, 2026

ସାମୂହିକ ପଦକ୍ଷେପ ଓ ଆଚରଣ ପରିବର୍ତ୍ତନରେ ରୂପାନ୍ତରିତ ହେଉଛି ଗ୍ରାମୀଣ ପରିମଳ ବ୍ୟବସ୍ଥା

September 21, 2026

ଗଭୀର ଅବପାତର ରୂପ ନେବ ଲଘୁଚାପ, ସର୍ବାଧିକ ୭୫ କିଲୋମିଟର ବେଗରେ ବହିବ ପବନ

September 21, 2026

ଜଙ୍ଗଲି ଭାଲୁ ଆକ୍ରମଣରେ ଦୁଇ ଗୁରୁତର: ଜଣେ ଆହତ

September 21, 2026
Latest News

‘ଅଙ୍ଗନ ଉତ୍ସବ’ ପ୍ରସ୍ତୁତି ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

September 21, 2026

ନ୍ୟାୟରୁ ବଂଚିତଙ୍କ ସ୍ୱର ହୁଅନ୍ତୁ: ଆଇନ ଛାତ୍ରଛାତ୍ରୀଙ୍କୁ ଜଷ୍ଟିସ୍ ମହାପାତ୍ର

September 21, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026

ସାମୂହିକ ପଦକ୍ଷେପ ଓ ଆଚରଣ ପରିବର୍ତ୍ତନରେ ରୂପାନ୍ତରିତ ହେଉଛି ଗ୍ରାମୀଣ ପରିମଳ ବ୍ୟବସ୍ଥା

September 21, 2026

ଗଭୀର ଅବପାତର ରୂପ ନେବ ଲଘୁଚାପ, ସର୍ବାଧିକ ୭୫ କିଲୋମିଟର ବେଗରେ ବହିବ ପବନ

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.