Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଦମନ’ ଅଭିଯାନ: ଓଡିଶା ପୋଲିସ ଦ୍ଵାରା ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ
ଆଜିର ଖବର

‘ଦମନ’ ଅଭିଯାନ: ଓଡିଶା ପୋଲିସ ଦ୍ଵାରା ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

September 23, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
‘ଦମନ’ ଅଭିଯାନ: ଓଡିଶା ପୋଲିସ ଦ୍ଵାରା ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ
‘ଦମନ’ ଅଭିଯାନ: ଓଡିଶା ପୋଲିସ ଦ୍ଵାରା ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

ଭୁବନେଶ୍ଵର: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି, ଶୃଙ୍ଖଳା ଓ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପୋଲିସ, କମିଶନରେଟ୍ ପୋଲିସ, ରେଳବାଇ ପୋଲିସ ଓ ଅନ୍ୟାନ୍ୟ ପୋଲିସ ୟୁନିଟ୍‌ଗୁଡ଼ିକର ମିଳିତ ସମନ୍ୱୟରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନ ‘ଦମନ’ କୁ ଅଧିକ ଜୋରଦାର କରାଯାଇଛି।

୨୧ ସେପ୍ଟେମ୍ବରରୁ ରାଜ୍ୟବ୍ୟାପୀ ଚାଲିଥିବା ଏହି ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ ବ୍ୟାପକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଦ୍ୟବିଧି ୧୦୯ଟି ଜାମିନ ବିହୀନ ଗିରଫ ପରୱାନା (NBW) କାର୍ଯ୍ୟକାରୀ କରାଯାଇଥିବା ବେଳେ ୪୦ ଜଣଙ୍କ ବିରୋଧରେ BNSS ଧାରା ୧୨୯ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯାଇଛି।

ସେହିପରି ଅବକାରୀ ଆଇନ ଉଲ୍ଲଂଘନ ବିରୋଧରେ ୧୪୮ଟି ମାମଲା ରୁଜୁ କରାଯାଇ ୦୬ ଜଣଙ୍କୁ ଗିରଫ କରାଯାଇଛି। ଏହି କାର୍ଯ୍ୟାନୁଷ୍ଠାନରେ ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ସହ ଅନ୍ୟାନ୍ୟ ଅବକାରୀ ସାମଗ୍ରୀ ଜବତ ହୋଇଛି। ଏହି ସମୟରେ ୮୯୫ ଲିଟର ଦେଶୀ ମଦ, ୧୯୩ ଲିଟର ବିଦେଶୀ ମଦ, ୯୮ ଲିଟର ଆସ୍କା-40, ୨୦୯ ଲିଟର ଦେଶୀ ମହୁଲି ଜବତ କରାଯାଇଛି।

ସେହିପରି ନିଶାଦ୍ରବ୍ୟ ବିରୋଧୀ ଅଭିଯାନରେ ୧୫ଟି NDPS ମାମଲା ରୁଜୁ କରାଯାଇ ୧୮ ଜଣଙ୍କୁ ଗିରଫ କରାଯାଇଛି। ପ୍ରାୟ ୧,୯୧୮ କେଜି ଗଞ୍ଜେଇ, ୬୩.୬୨୮ ଗ୍ରାମ୍ ବ୍ରାଉନ୍ ସୁଗାର ଓ ୬୦ ବୋତଲ କଫ୍ ସିରପ୍ ଜବତ କରାଯାଇଛି। ଏଥିସହିତ ନିଶା କାରବାରରେ ବ୍ୟବହୃତ ଯାନବାହନ, ମୋବାଇଲ ଫୋନ୍ ଓ ନଗଦ ଟଙ୍କା ମଧ୍ୟ ଜବତ ହୋଇଛି।

ଏହାବ୍ୟତୀତ ଜୁଆ ଓ ବେଆଇନ ଚାନ୍ଦା ଆଦାୟ ବିରୋଧରେ ମଧ୍ୟ ଚଢ଼ାଉ କରାଯାଇଛି। ଜୁଆ ସମ୍ପର୍କିତ ୨ଟି ମାମଲାରେ ୧୦ ଜଣ ଗିରଫ ହୋଇଥିବାବେଳେ ୩ଟି ବେଆଇନ ଚାନ୍ଦା ଆଦାୟ ମାମଲାରେ ୩ ଜଣଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ନଗଦ ଟଙ୍କା ଓ ମୋବାଇଲ ଫୋନ୍ ଜବତ କରାଯାଇଛି।

ଏହାବ୍ୟତୀତ ବେଆଇନ ଅସ୍ତ୍ରଶସ୍ତ୍ର ବିରୋଧରେ ଅଭିଯାନ ସମୟରେ ଗୋଟିଏ ବନ୍ଧୁକ ଓ ମାରଣାସ୍ତ୍ର ଜବତ କରାଯାଇଛି।

ଅପରାଧୀଙ୍କ ଗତିବିଧି ଉପରେ ନଜର ରଖିବା ସହ ସୀମାନ୍ତ ଅଞ୍ଚଳରେ ୧୫୧ଟି ବ୍ଲକିଂ ଓ ବର୍ଡର ସିଲିଂ କରାଯାଇଛି। ସଂଗଠିତ ଅପରାଧ ବିରୋଧରେ ମଧ୍ୟ ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରାଯାଇଛି।

ପାର୍ବଣ ସମୟରେ ରାଜ୍ୟବାସୀଙ୍କ ସୁରକ୍ଷା, ଶାନ୍ତି ଓ ନିରାପଦ ପରିବେଶ ସୁନିଶ୍ଚିତ କରିବା ପାଇଁ ‘ଦମନ’ ଅଭିଯାନ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଜାରି ରହିବ। ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ ଏହି ଅଭିଯାନକୁ ଆଗାମୀ ଦିନରେ ଆହୁରି ବ୍ୟାପକ କରାଯିବ ବୋଲି ଡିଜିପି ଶ୍ରୀ ମିଶ୍ର ସୂଚନା ଦେଇଛନ୍ତି ।

‘ଦମନ’ ଅଭିଯାନ NBW କାର୍ଯ୍ୟକାରୀ NDPS ମାମଲା ଅବକାରୀ ମାମଲା ଓଡିଶା ପୋଲିସ ବିନୟତୋଷ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱର ଶ୍ରେଷ୍ଠ ୧୦ ଟି ୨୦ ଆନ୍ତର୍ଜାତୀୟ ବୋଲର: ପ୍ରଥମ ଥର ପାଇଁ ୧ ନମ୍ବର ସ୍ଥାନରେ ପାକିସ୍ତାନ ଖେଳାଳି

September 23, 2026

“ଜ୍ଞାନେଶ କୁମାରଙ୍କୁ ଗିରଫ କରାଯିବା ଉଚିତ”: ଇସି ବିବାଦ ଉପରେ ମମତା ବାନାର୍ଜୀଙ୍କ ଦାବି

September 23, 2026

ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହ-ପ୍ରଭାରୀ ନିଯୁକ୍ତ

September 23, 2026

ରାଜ୍ୟରାଣୀ ଏକ୍ସପ୍ରେସ୍‌ ଧକ୍କାରେ ୪ ଛାତ୍ରଙ୍କ ମୃତ୍ୟୁ, ଜଣେ ଗୁରୁତର

September 23, 2026
Latest News

‘ଦମନ’ ଅଭିଯାନ: ଓଡିଶା ପୋଲିସ ଦ୍ଵାରା ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

ବିଶ୍ୱର ଶ୍ରେଷ୍ଠ ୧୦ ଟି ୨୦ ଆନ୍ତର୍ଜାତୀୟ ବୋଲର: ପ୍ରଥମ ଥର ପାଇଁ ୧ ନମ୍ବର ସ୍ଥାନରେ ପାକିସ୍ତାନ ଖେଳାଳି

September 23, 2026

SIR-ନିର୍ବାଚନ କମିଶନ ବିବାଦ ଉପରେ ବିଜେପିର ପ୍ରଥମ ପ୍ରତିକ୍ରିୟା: ସମ୍ବିତ ପାତ୍ର କହିଲେ….

September 23, 2026

“ଜ୍ଞାନେଶ କୁମାରଙ୍କୁ ଗିରଫ କରାଯିବା ଉଚିତ”: ଇସି ବିବାଦ ଉପରେ ମମତା ବାନାର୍ଜୀଙ୍କ ଦାବି

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.