ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବ୍ଲକ ସାତସମା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ରିତାଞ୍ଜଳୀ ଶତପଥୀଙ୍କ ସଭାପତିତ୍ୱରେ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି। ଏହି ସ୍ୱଚ୍ଛତା ପକ୍ଷ ଅବସରରରେ ସମାଜସେବୀ ଦୀପକ ବିଶ୍ୱାଳ ମୁଖ୍ୟତିଥି, ସିଦ୍ଧେଶ୍ୱର ବାବା ଉଚ୍ଚ ବିଦ୍ୟାଳୟ, ବ୍ରାହ୍ମଣୀପାଲିର ପ୍ରଧାନ ଶିକ୍ଷକ ଶଙ୍କର୍ଷଣ ମୁଖ୍ୟଵକ୍ତା ଭାବରେ ଯୋଗ ଦେଇ ସ୍ୱଚ୍ଛତା ସମ୍ପର୍କରେ ଆଲୋଚନା କରିଥିଲେ।
ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ସୁନୀଲ ଦେହୁରୀ ସଭା ପରିଚାଳନା କରିଥିବା ବେଳେ ଶିକ୍ଷକ କ୍ଷୀରୋଦ ଚନ୍ଦ୍ର ତାଣ୍ଡିଆ ଧନ୍ୟବାଦ ଅର୍ପଣ କରିଥିଲେ।
ସ୍ୱଚ୍ଛ ଭାରତ ଉପରେ ନୃତ୍ୟ ପରିବେଷଣ କରିଥିଲେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସ୍ୱଚ୍ଛ ଭାରତ ଉପରେ ନୃତ୍ୟ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପରିଚାଳନା ସମିତିର ସଭ୍ୟ, ସଭ୍ୟା ଓ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।


