Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ରାଜ୍ୟ ଖବର

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Chief Minister launches 'Sambandh', the mega cooperative membership drive.
Chief Minister launches 'Sambandh', the mega cooperative membership drive.

ଭୁବନେଶ୍ୱର: ଓଡ଼ିଶା ଆଜି ଭାରତର ପ୍ରଥମ ରାଜ୍ୟ ଭାବେ ନିଜର ‘ସମବାୟ ନୀତି ୨୦୨୬’ ପ୍ରଣୟନ କରିଛି। ସମବାୟ ସଂସ୍ଥା କୌଣସି ରାଜନୈତିକ ମଞ୍ଚ ନୁହେଁ, ଏହା ହେଉଛି ଆମର ଅନ୍ନଦାତା ଚାଷୀ ଭାଇଭଉଣୀଙ୍କ ଜୀବନରେଖା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଶୁକ୍ରବାର ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ପାକ୍ସ ଓ ଲାମ୍ପ୍ସର ମେଗା ସଦସ୍ୟତା ଡ୍ରାଇଭ୍ ‘ସମ୍ବନ୍ଧ’ର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ’ସମ୍ବନ୍ଧ’ କେବଳ ଗୋଟିଏ ଯୋଜନାର ଶୁଭାରମ୍ଭ ନୁହେଁ, ବରଂ ଏହା ସରକାର ଏବଂ ରାଜ୍ୟର ପ୍ରତ୍ୟେକ ଚାଷୀ ପରିବାର ମଧ୍ୟରେ ନିବିଡ଼ ସମ୍ପର୍କ ଓ ବିଶ୍ୱାସର ବନ୍ଧନକୁ ସୁଦୃଢ଼ କରିବାର ଏକ ଅଭିନବ ପ୍ରୟାସ। ରାଜ୍ୟର କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଉପରେ ନିର୍ଭରଶୀଳ ଚାଷୀଙ୍କ ଜୀବନରେ ଏହା ଏକ ନୂତନ ଫର୍ଦ୍ଦ ଯୋଡ଼ିବ ବୋଲି କହି ମୁଖ୍ୟମନ୍ତ୍ରୀ କୃଷକମାନଙ୍କୁ ବିପୁଳ ସଂଖ୍ୟାରେ ପାକ୍ସ ଓ ଲାମ୍ପ୍ସରେ ଯୋଡ଼ି ହେବାକୁ ଆହ୍ୱାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ‘ସମବାୟ ନୀତି ୨୦୨୬’ଅଧୀନରେ ପାକ୍ସ ଓ ଲାମ୍ପ୍ସଗୁଡ଼ିକୁ କେବଳ ଋଣ ପ୍ରଦାନ ମଧ୍ୟରେ ସୀମିତ ନରଖି ଗ୍ରାମାଞ୍ଚଳର ‘ମଲ୍ଟି-ସର୍ଭିସ୍ ୱାନ୍‌-ଷ୍ଟପ୍ ସଲ୍ୟୁସନ୍‌’ ସେଣ୍ଟରରେ ପରିଣତ କରାଯାଉଛି। ଚାଷୀମାନଙ୍କୁ ଧାନ କୁଇଣ୍ଟାଲ ପ୍ରତି ୩୧୦୦ ଟଙ୍କା ଏମ୍‌ଏସ୍‌ପି ପ୍ରଦାନ କରାଯାଉଥିବା ବେଳେ ଗୋଟିଏ ଛାତ ତଳେ ସାର, ବିହନ, ଆଧୁନିକ କୃଷି ଯନ୍ତ୍ରପାତି, ବ୍ୟାଙ୍କିଙ୍ଗ୍‌, ଫସଲ ବୀମା ଓ ଦୁଗ୍ଧ ସଂଗ୍ରହ ସୁବିଧା ଯୋଗାଇ ଦିଆଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୮୫ଟି ରୂପାନ୍ତରିତ ମଣ୍ଡି, ୫୦ଟି କଷ୍ଟମ୍ ହାୟାରିଂ ସେଣ୍ଟର, ୨୫୦ଟି ଜନସେବା କେନ୍ଦ୍ର, ୬୦ଟି ନୂତନ କନଜ୍ୟୁମର ଷ୍ଟୋର, ୭୦ଟି ପ୍ୟାକ୍ସର ନୂତନ କାର୍ଯ୍ୟାଳୟ ଓ ଗୋଦାମ ଘର, ୨୧ଟି ପାକ୍ସରେ ଦୁଗ୍ଧ ସଂଗ୍ରହ କେନ୍ଦ୍ର ଉଦ୍‌ଘାଟନ କରିବା ସହିତ ୪ଟି ଆଦର୍ଶ ମଣ୍ଡି ଏବଂ ବିଶ୍ୱର ସର୍ବବୃହତ୍ ଶସ୍ୟ ସଂରକ୍ଷଣ ଯୋଜନାରେ ୩ଟି ଶସ୍ୟ ଗୋଦାମଘରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସମବାୟ ସମିତିଗୁଡ଼ିକର କାର୍ଯ୍ୟଶୈଳୀକୁ ଅଧିକ ସ୍ୱଚ୍ଛ ଓ ଦକ୍ଷ କରିବା ପାଇଁ ନ୍ୟାସନାଲ ପାକ୍ସ ସଫ୍ଟୱେର ମାଧ୍ୟମରେ କୋର୍ ବ୍ୟାଙ୍କିଙ୍ଗ୍ ଓ ରିଅଲ-ଟାଇମ ସେଟେଲମେଣ୍ଟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଏହି କ୍ରମରେ ୩୦୦ଟି ପାକ୍ସରେ ଏନ୍‌ଏଲ୍‌ପିଏସ୍ ମାଧ୍ୟମରେ ଅନ୍‌ଲାଇନ୍ ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ।ଏହି ଅବସରରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ୩୨୨ଟି ପାକ୍ସ ଓ ଲାମ୍ପ୍ସର ଚାଷୀମାନଙ୍କୁ ଲାଭାଂଶ ପ୍ରଦାନ କରିଛନ୍ତି। ଏହି ପ୍ରକ୍ରିୟାରେ ୨୦୨୪-୨୫ ଆର୍ଥିକ ବର୍ଷରେ ସମୁଦାୟ ୫୦୦ରୁ ଅଧିକ ସମିତିର ପ୍ରାୟ ୮ ଲକ୍ଷ ଚାଷୀ ଲାଭାନ୍ୱିତ ହେବେ।

ଏହି ସମାରୋହରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସମବାୟ ମାଧ୍ୟମରେ ହିଁ ଗ୍ରାମୀଣ ଅର୍ଥନୀତିର ଦ୍ରୁତ ବିକାଶ ସମ୍ଭବ ବୋଲି ପ୍ରକାଶ କରି ପ୍ରତ୍ୟେକ ପରିବାରରୁ ଅନ୍ୟୁନପକ୍ଷେ ଜଣେ ସଦସ୍ୟକୁ ସମବାୟ ସହିତ ଯୋଡିବାର ମୂଳ ଲକ୍ଷ୍ୟ ରଖି ଏହି ଅଭିଯାନ ଆରମ୍ଭ କରାଯାଇଛି ବୋଲି କହିଥିଲେ। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ୨୦୩୬ ଓ ୨୦୪୭ ଲକ୍ଷ୍ୟ ପୂରଣ ଦିଗରେ ସମବାୟର ମହତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ଉଲ୍ଲେଖ କରି ସମବାୟ କ୍ଷେତ୍ରର ସୁଦୃଢ଼ୀକରଣ ଓ ଡିଜିଟାଇଜେସନ୍ ପାଇଁ ଗୁରୁତ୍ୱ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ କୃଷି ସଚିବ ସଚିନ ରାମଚନ୍ଦ୍ର ଯାଦବ, ହସ୍ତତନ୍ତ ସଚିବ ଗୁହା ପୁନମ୍ ତାପସ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ସମବାୟ ବିଭାଗର କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିବା ବେଳେ ସମବାୟ ସମିତି ସମୂହର ରେଜିଷ୍ଟ୍ରାର ମନିଷ ଅଗ୍ରୱାଲ ଧନ୍ୟବାଦ ଦେଇଥିଲେ।

ମୁଖ୍ୟମନ୍ତ୍ରୀ ସମ୍ବନ୍ଧ
Share. Facebook Twitter LinkedIn Email WhatsApp Copy Link

Related Posts

୩ ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

କଟକର ପୂର୍ବକଚ୍ଛଠାରେ ‘ପୋଷଣ ମାସ ୨୦୨୬’ ଓ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ସଚେତନତା କାର୍ଯ୍ୟକ୍ରମ

September 25, 2026

ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧା ମୃତ

September 25, 2026
Latest News

୩ ରାଜ୍ୟରେ ଅବପାତର ତାଣ୍ଡବ: ବିଚ୍ଛିନ୍ନ ହେଲା ସଂଯୋଗ, ବଢ଼ିଲା ବନ୍ୟା ଆଶଙ୍କା

September 25, 2026

ବ୍ରହ୍ମପୁତ୍ର କ୍ରାକର୍‌ ଓ ପଲିମର୍‌ ଲିମିଟେଡ୍‌ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

September 25, 2026

କଟକର ପୂର୍ବକଚ୍ଛଠାରେ ‘ପୋଷଣ ମାସ ୨୦୨୬’ ଓ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ସଚେତନତା କାର୍ଯ୍ୟକ୍ରମ

September 25, 2026

ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧା ମୃତ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.