Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଆଇନ ମନ୍ତ୍ରୀ: ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ
ଆଜିର ଖବର

ଚିଲିକାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଆଇନ ମନ୍ତ୍ରୀ: ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

September 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଆଇନ ମନ୍ତ୍ରୀ
ଚିଲିକାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଆଇନ ମନ୍ତ୍ରୀ

ବାଣପୁର: ଆଜି ଚିଲିକା ବିଧାୟକ ତଥା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଲଗାଣ ବର୍ଷା ଯୋଗୁଁ ପ୍ରଭାବିତ ଚିଲିକା ଓ ବାଣପୁର ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ସ୍ଥିତିର ଅନୁଧ୍ୟାନ କରିଛନ୍ତି। ଚିଲିକା ବ୍ଲକର ଜରିପଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ପାଣିଦ୍ୱାର, ଜଗନ୍ନାଥପୁର, ଦଳବେହେରା ସାହି, ମାନସିଂହପୁର ପଞ୍ଚାୟତର ବରୁଣପଡ଼ା ଏବଂ ବାଣପୁର ବ୍ଲକର ନନ୍ଦପୁର ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମେଘାମ୍ବରୀ, ମାଟିଆପୋଖରୀ, ସାନହନ୍ତୁଆଡ଼ ଓ ନେହରୁ ସେବା ସଂଘ ଅଞ୍ଚଳକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଯାଇ ପ୍ରଭାବିତ ଅଞ୍ଚଳର ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସମସ୍ୟା ଓ ଅସୁବିଧା ସମ୍ପର୍କରେ ଅବଗତ ହୋଇଥିଲେ। ଜଳ ନିଷ୍କାସନ, ଯାତାୟାତ ଓ ଅନ୍ୟାନ୍ୟ ସମସ୍ୟାର ସମାଧାନ ସହ ପ୍ରଭାବିତ ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ତ୍ୱରିତ ଓ ସମନ୍ୱିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା,ଚ଼ିଲିକା ବ୍ଲକ ବିଡିଓ ତଥା ବାଣପୁର ବ୍ଳକ ଭାରପ୍ରାପ୍ତ ବିଡ଼ିଓ ପୁନମ ମହାପାତ୍ର‌, ବାଣପୁର ତହସିଲଦାର,ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ,ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ,ସହାୟକ ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ ବିଭାଗର ସହାୟକ ନିର୍ବାହୀ ଯନ୍ତ୍ରୀ, କ୍ଷୁଦ୍ର ଜଳସେଚନ ବିଭାଗର ସହାୟକ ନିର୍ବାହୀ ଯନ୍ତ୍ରୀ, ଜଳସମ୍ପଦ ବିଭାଗର ସହକାରୀ ଯନ୍ତ୍ରୀ, ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ବାଣପୁର ବ୍ଲକ ପରିସରରେ ବିଭାଗୀୟ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ନେଇଥିଲେ।

ଚିଲିକା ପୃଥ୍ୱୀରାଜ ହରିଚନ୍ଦନ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଧବଳେଶ୍ୱର ପୀଠରେ ୧୬୩ ଧାରା ଜାରି, ୨୯ ତାରିଖ ଯାଏଁ ଦର୍ଶନ ବନ୍ଦ

September 27, 2026

ପୋଲିସ ହେପାଜତରେ ଆଶୁତୋଷ ରାଙ୍କା: ଆସାମ ସରକାରଙ୍କୁ ଚେତାବନୀ ଦେଲେ ଅଭିଜିତ

September 27, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୋମବାର ପାଳନ ହେବ ‘ଅଣ-ବୈଠକ ଦିବସ’

September 27, 2026

“ଶୀଘ୍ର ଦୁନିଆ ଛାଡ଼ିବା ପାଇଁ କାମନା କରୁଛି”: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କ ଉପରେ କବୀରଙ୍କ ବିବାଦୀୟ ବୟାନ

September 27, 2026
Latest News

ଚିଲିକାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ଆଇନ ମନ୍ତ୍ରୀ: ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ

September 27, 2026

ଧବଳେଶ୍ୱର ପୀଠରେ ୧୬୩ ଧାରା ଜାରି, ୨୯ ତାରିଖ ଯାଏଁ ଦର୍ଶନ ବନ୍ଦ

September 27, 2026

ପୋଲିସ ହେପାଜତରେ ଆଶୁତୋଷ ରାଙ୍କା: ଆସାମ ସରକାରଙ୍କୁ ଚେତାବନୀ ଦେଲେ ଅଭିଜିତ

September 27, 2026

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସୋମବାର ପାଳନ ହେବ ‘ଅଣ-ବୈଠକ ଦିବସ’

September 27, 2026

“ଶୀଘ୍ର ଦୁନିଆ ଛାଡ଼ିବା ପାଇଁ କାମନା କରୁଛି”: ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କ ଉପରେ କବୀରଙ୍କ ବିବାଦୀୟ ବୟାନ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.