ଭୁବନେଶ୍ଵର: ଗତ କିଛି ଦିନ ଧରି ଅବପାତ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ପବନ ହୋଇଥିବା ବେଳେ ରବିବାର ପାଗରେ ପରିବର୍ତ୍ତନ ଘଟିଛି। ତେବେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ରବିବାର ରାଜ୍ୟର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି।
ସେହିପରି କଟକ ଜିଲ୍ଲାର ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଏବଂ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ଆସନ୍ତାକାଲି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


