Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ
ଆଜିର ଖବର

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ
ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ନରସିଂହପୁର କ୍ଲଷ୍ଟରର କ୍ଲଷ୍ଟରସ୍ତରୀୟ ସୁରଭି-୨୦୨୬ କାର୍ଯ୍ୟକ୍ରମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ହଂସରା ପରିସରରେ ଆନନ୍ଦ ଓ ଉତ୍ସାହର ପରିବେଶରେ ସଫଳତାର ସହ ସମ୍ପାଦିତ ହୋଇଛି। କାର୍ଯ୍ୟକ୍ରମରେ କ୍ଲଷ୍ଟର ଅଧୀନ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗଦେଇ ନିଜର ଲୁକ୍କାୟିତ ପ୍ରତିଭା, ସୃଜନଶୀଳତା ଓ କଳାତ୍ମକ ଦକ୍ଷତାର ଚମତ୍କାର ପ୍ରଦର୍ଶନ କରିଥିଲେ।

କାର୍ଯ୍ୟକ୍ରମର ଆରମ୍ଭରେ ପାମ୍ପଡା ବିଦ୍ୟାଳୟର ଛାତ୍ର ସନ୍ଦୀପ ପ୍ରଧାନଙ୍କ ଦ୍ୱାରା ମନମୁଗ୍ଧକର ବନ୍ଦେ ମାତରମ୍ ସଙ୍ଗୀତ ଗାନ ପରିବେଶକୁ ଦେଶାତ୍ମବୋଧରେ ଭରି ଦେଇଥିଲା।

ଏହି ଅବସରରେ ଅନୁଷ୍ଠିତ ସଭାରେ ହଂସରା ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ଅନ୍ତର୍ଯ୍ୟାମୀ ପ୍ରଧାନ, ନରସିଂହପୁର ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ଗୀତାଞ୍ଜଳି ସାହୁ, ରାଜ୍ୟ ପ୍ରାଥମିକ ଶିକ୍ଷକ ସଂଘର ମହାସଚିବ ଜ୍ୟୋତି ରଞ୍ଜନ ଦାଶ, ରଣପୁରର ଅତିରିକ୍ତ ମଣ୍ଡଳ ଶିକ୍ଷା ଅଧିକାରୀ ମାଧବ ଚନ୍ଦ୍ର ମାଝୀ, ବରିଷ୍ଠ ସାମ୍ବାଦିକ ବିଶ୍ୱରଞ୍ଜନ ଆଚାର୍ଯ୍ୟ, ବିଶିଷ୍ଟ ଶିକ୍ଷାବିତ୍ତ ଅଶୋକ କୁମାର ଦାଶ, ନୀଳାଦ୍ରି ବିହାରୀ ସୁବୁଦ୍ଧି, ଶିକ୍ଷାବିତ୍ତ ବିଦେଶିନୀ ପତି ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କ ପ୍ରତିଭାର ବିକାଶ ଓ ସୃଜନଶୀଳତାର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ।

ଏଥିସହ ନରସିଂହପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୋଦାବରୀ ନାୟକ, ନରସିଂହପୁର କ୍ଲଷ୍ଟରର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ସାମନ୍ତରାପୁର ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁକାନ୍ତ କୁମାର ବେହେରା, ଓଡ଼ିଶାର ଲବ୍ଧପ୍ରତିଷ୍ଠିତ ସଙ୍ଗୀତ ନିର୍ଦ୍ଦେଶକ ସତ୍ୟ ନାରାୟଣ ମହାପାତ୍ର, ହଂସରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଲକ୍ଷ୍ମୀପ୍ରିୟା ଦେଇ, ଗ୍ରାମ ସଭାପତି ଗଦାଧର ପ୍ରଧାନ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜାନକୀ ବଲ୍ଲଭ ଦାସ, ଶିକ୍ଷାବିତ୍ତ ମହେନ୍ଦ୍ର କୁମାର ସୁବୁଦ୍ଧି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପବିତ୍ର ବାରିକ, କୁଳାସର କ୍ଲଷ୍ଟରର ସାଧନ କେନ୍ଦ୍ର ସଂଯୋଜକ ସଞ୍ଜୟ କୁମାର ବରାଡ଼ ଓ ସୁନାଖଳା କ୍ଲଷ୍ଟରର ସାଧନ କେନ୍ଦ୍ର ସଂଯୋଜକ ଅକ୍ରୁର କୁମାର ରାଉତ୍ତରାୟ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।

ସୁରଭି-୨୦୨୬ର ବିଭିନ୍ନ ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ବ୍ଲକସ୍ତରୀୟ ସୁରଭି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ବିଜେତା ପ୍ରତିଯୋଗୀମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ ଓ ଉତ୍ସାହିତ କରାଯାଇଥିଲା।

ଅନୁଷ୍ଠାନର ଆଉ ଏକ ଆକର୍ଷଣ ଥିଲା କ୍ଲଷ୍ଟରର ପ୍ରଧାନ ଶିକ୍ଷକ, ପ୍ରଧାନ ଶିକ୍ଷୟତ୍ରୀ, ସହକାରୀ ଶିକ୍ଷକ ଓ ସହକାରୀ ଶିକ୍ଷୟତ୍ରୀମାନଙ୍କୁ ଅତିଥି ଭାବେ ସମ୍ମାନିତ କରାଯିବା। ଶିକ୍ଷା କ୍ଷେତ୍ରରେ ସେମାନଙ୍କର ଅବଦାନକୁ ସ୍ମରଣ କରି ଏହି ସମ୍ମାନ ପ୍ରଦାନ କରାଯାଇଥିଲା।

ସମଗ୍ର କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ଓ ସଂଯୋଜନା ନରସିଂହପୁର କ୍ଲଷ୍ଟରର ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା କରିଥିଲେ।

କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିବାରେ କ୍ଲଷ୍ଟରର ବରିଷ୍ଠ ଶିକ୍ଷୟତ୍ରୀ ଲକ୍ଷ୍ମୀ ଦେଇ, ସରୋଜିନୀ ଖୁଣ୍ଟିଆ, ପାଞ୍ଚାଳୀ ଦେଇ, ପୂର୍ଣ୍ଣଚନ୍ଦ୍ର ପତି, ଅଜୟ କୁମାର ସାହୁ, ରମେଶ ଚନ୍ଦ୍ର ସାହୁ, ଭାଗବତ ଜେନା, ମଧୁଛନ୍ଦା ମହାନ୍ତି ଓ ରମେଶ ଚନ୍ଦ୍ର ନାୟକଙ୍କ ସମେତ କ୍ଲଷ୍ଟରର ସମସ୍ତ ଶିକ୍ଷକ-ଶିକ୍ଷୟତ୍ରୀ, ଗ୍ରାମବାସୀ ଓ ଅଭିଭାବକମାନଙ୍କର ସକ୍ରିୟ ସହଯୋଗ ରହିଥିଲା।

ଛାତ୍ରଛାତ୍ରୀଙ୍କ ପ୍ରତିଭାର ବିକାଶ, ଶିକ୍ଷକ-ଅଭିଭାବକଙ୍କ ସହଭାଗିତା ଏବଂ ସମାଜର ସହଯୋଗର ଏକ ସୁନ୍ଦର ସମନ୍ୱୟରେ ନରସିଂହପୁର କ୍ଲଷ୍ଟରର ସୁରଭି-୨୦୨୬ ଏକ ସ୍ମରଣୀୟ ଅନୁଷ୍ଠାନ ଭାବେ ସଫଳତାର ସହ ସମାପ୍ତ ହୋଇଛି।

ନରସିଂହପୁର କ୍ଲଷ୍ଟର ପ୍ରତିଭା ପ୍ରଦର୍ଶନ ରଣପୁର ବ୍ଲକ ସୁରଭି-୨୦୨୬
Share. Facebook Twitter LinkedIn Email WhatsApp Copy Link

Related Posts

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026

ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ମାମଲା: ଡିସିପିଙ୍କୁ ମହିଳା କମିଶନଙ୍କ ରିପୋର୍ଟ ତଲବ

October 2, 2026
Latest News

ନରସିଂହପୁର କ୍ଲଷ୍ଟରରେ ସୁରଭି-୨୦୨୬ ଧୁମଧାମରେ ସମ୍ପନ୍ନ

October 3, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026

ମା’ ଭଗବତୀଙ୍କ ପୀଠରେ ବାଜିଲା ଶୁଭାରମ୍ଭ ଶଙ୍ଖ କାହାଳୀ: ରାଜାଙ୍କ ନଅରକୁ ଗଲା ପର୍ବ ଅନୁକୂଳ ଗୁଆ ପଇତା

October 3, 2026

ଆଜି ଅକ୍ବୋବର ତିନି ତାରିଖରେ ଏହି ସାତଟି ରାଶିର ଲୋକ ରୁହନ୍ତୁ ସାବଧାନ

October 3, 2026

RBIରେ ବଡ଼ ନିଯୁକ୍ତି: ସୁଧାକର ମଲ୍ଲୀ ହେଲେ ନୂଆ Executive Director, ଜାଣନ୍ତୁ କ’ଣ ରହିବ ଦାୟିତ୍ୱ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.