କଟକ : ବାଙ୍କୀରୁ ପୁଇଞ୍ଚା ଯାଉଥିବା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ର ଏକ ସରକାରୀ ବସ୍ ଆଜି ଦୁର୍ଘଟଣାଗ୍ରସ୍ତ ହୋଇଛି। ଭେଡ଼ା ଦୁର୍ଗାପୁର ଶବର ସାହି ନିକଟରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଗଛକୁ ସୋରରେ ଧକ୍କା ଦେଇଥିଲା। ଏହି ଅଘଟଣରେ ବସ୍ରେ ଥିବା ୪୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୪ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିବା ସହ ଆହତମାନଙ୍କୁ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ, ଯେଉଁଠାରେ ସେମାନଙ୍କର ଚିକିତ୍ସା ଚାଲିଛି। ସୂଚନା ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବସ୍କୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ବସ୍ଟି କେଉଁ ପରିସ୍ଥିତିରେ ଗଛକୁ ଧକ୍କା ଦେଲା, ସେନେଇ ପୁଲିସ ଅଧିକ ଛାନ୍ଭିନ୍ ଚଲାଉଛି। ଅନ୍ୟ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବାରୁ ଏକ ବଡ଼ ବିପଦରୁ ସମସ୍ତେ ଅଳ୍ପକେ ବର୍ତ୍ତିଯାଇଛନ୍ତି।


