Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ମୃତି ବିଜଡ଼ିତ ‘କଳିଙ୍ଗ ଷ୍ଟୁଡିଓ’ ପୁଣି ଥରେ ନୂଆ ରୂପରେ ଚଳଚଞ୍ଚଳ ହେବାକୁ ଯାଉଛି। ଦୀର୍ଘ ଦିନର ପ୍ରତୀକ୍ଷା ପରେ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଶୈଳୀରେ ନବୀକରଣ କରାଯାଇଥିବା ଏହି ଆଇକନିକ୍ ଷ୍ଟୁଡିଓକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ ଲୋକାର୍ପଣ କରିବେ। ପ୍ରାୟ ୧୬୪ କୋଟି ଟଙ୍କା ବ୍ୟୟରେ ପୁନଃନିର୍ମିତ ଏହି ଷ୍ଟୁଡିଓରେ କେବଳ ସିନେମା ଶୁଟିଂ ନୁହେଁ, ବରଂ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ମଧ୍ୟ ଅନେକ ମନୋରଞ୍ଜନଧର୍ମୀ ବ୍ୟବସ୍ଥା କରାଯାଇଛି।

ଷ୍ଟୁଡିଓ ପରିସରରେ ସ୍ନୋ ୱାର୍ଲ୍ଡ, ଭୂତ ବଙ୍ଗଳା, ଆମାଜନ ଜଙ୍ଗଲ, ବିମାନବନ୍ଦର, ରେଳଷ୍ଟେସନ, ଗାଁ ପରିବେଶ ସହ ଏକ ସୁନ୍ଦର ଆମ୍ୟୁଜ୍‌ମେଣ୍ଟ୍ ପାର୍କ ନିର୍ମାଣ କରାଯାଇଛି। ଏହି ପାର୍କ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବା ସହ ସେଠାରେ ସୁଟିଂ ପାଇଁ ମଧ୍ୟ ବିଶେଷ ସୁବିଧା ରହିବ, ଯାହା ରାଜ୍ୟ ପାଇଁ ଆବଶ୍ୟକୀୟ ରାଜସ୍ୱ ସୃଷ୍ଟି କରିବାରେ ସହାୟକ ହେବ।

ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ (OFDC) ଅନୁଯାୟୀ, ଏହି ଅତ୍ୟାଧୁନିକ ଷ୍ଟୁଡିଓ ପ୍ରଯୋଜକ, ଚଳଚ୍ଚିତ୍ର ନିର୍ମାତା ଏବଂ ପର୍ଯ୍ୟଟକଙ୍କୁ ବହୁ ପରିମାଣରେ ଆକୃଷ୍ଟ କରିବ। ଆଗାମୀ ୨ ବର୍ଷ ପାଇଁ ଏହି ୧୬୪ କୋଟି ଟଙ୍କାର ଷ୍ଟୁଡିଓର ରକ୍ଷଣାବେକ୍ଷଣ ଓ ପରିଚାଳନା ଦାୟିତ୍ୱ ଘରୋଇ ସଂସ୍ଥା ‘ଯାତ୍ରୀ କର୍ପୋରେଟ୍ ସର୍ଭିସ୍ ପ୍ରାଇଭେଟ୍ ଲିମିଟେଡ୍’କୁ ପ୍ରଦାନ କରାଯାଇଛି।

ଉଦ୍ଘାଟନ କଳିଙ୍ଗ ଷ୍ଟୁଡିଓ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

ହ୍ୱାଟ୍ସଆପ୍ ଗ୍ରୁପରେ ଇସ୍ତଫା ଘୋଷଣା, ପରଦିନ ଡିଲିଟ୍! ତିରୁବନନ୍ତପୁରମରେ ବିଜେପିକୁ ନେଇ ବଡ଼ ରାଜନୈତିକ ଝଡ଼

October 4, 2026

ରୋଷେଇ ଘରେ ଏଭରେଷ୍ଟ ଜିରା ପାଉଡର ଅଛି କି? ବ୍ୟବହାର ପୂର୍ବରୁ ଚେକ୍ କରନ୍ତୁ ବ୍ୟାଚ୍ ନମ୍ବର

October 4, 2026
Latest News

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026

PF ଓ EPS ନେଇ ବଡ଼ ଭୁଲ କରୁଛନ୍ତି କି? ଚାକିରି ବଦଳ ପୂର୍ବରୁ ଜାଣନ୍ତୁ ଏହି ନିୟମ

October 5, 2026

ଶିଙ୍ଗଲ୍ସ କେବଳ ଚର୍ମ ରୋଗ ନୁହେଁ! ଷ୍ଟ୍ରୋକ୍ ଓ ହୃଦଘାତ ବିପଦ ସହ କ’ଣ ରହିଛି ସମ୍ପର୍କ?

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.