Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏବେ ନୂଆ ରୂପରେ କଳିଙ୍ଗ ଷ୍ଟୁଡ଼ିଓ, ସ୍ୱତନ୍ତ୍ର ଆର୍କାଇଭ୍‌ ଓ ମ୍ୟୁଜିୟମର ଶୁଭାରମ୍ଭ
ବିଶେଷ ଖବର

ଏବେ ନୂଆ ରୂପରେ କଳିଙ୍ଗ ଷ୍ଟୁଡ଼ିଓ, ସ୍ୱତନ୍ତ୍ର ଆର୍କାଇଭ୍‌ ଓ ମ୍ୟୁଜିୟମର ଶୁଭାରମ୍ଭ

October 5, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
Chief Minister Mohan Charan Majhi is inaugurating the special archive and museum at ‘Kalinga Studio’.
Chief Minister Mohan Charan Majhi is inaugurating the special archive and museum at ‘Kalinga Studio’.

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ନିର୍ମାତାମାନଙ୍କୁ ଏଣିକି ବୈଷୟିକ କାର୍ଯ୍ୟ ପାଇଁ ଆଉ ଅନ୍ୟ ରାଜ୍ୟମୁହାଁ ହେବାକୁ ପଡ଼ିବ ନାହିଁ। କାରଣ କଳିଙ୍ଗ ଷ୍ଟୁଡିଓ ଏବେ ନୂଆ ରୂପ ନେଇଛି। ଏଥିରେ ଅନେକ ବିଶ୍ୱସ୍ତରୀୟ ସୁବିଧା ଉପଲବ୍ଧ କରାଯାଇଛି। ଆଗାମୀ ଦିନରେ ଆହୁରି ଅନେକ ଅତ୍ୟାଧୁନିକ ସୁବିଧାର ବ୍ୟବସ୍ଥା କରାଯିବ। ସୋମବାର ଓଡ଼ିଆ ସିନେମାର ଗୌରବଜ୍ୱଳ ଅତୀତକୁ ପୁନର୍ଜୀବିତ କରିବା ଏବଂ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ନବକଳେବର ପ୍ରାପ୍ତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡ଼ିଓ’ର ଆଜି ଭବ୍ୟ ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପଷ୍ଟ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସିନେମା ଐତିହ୍ୟର ସୁରକ୍ଷା ପାଇଁ କଳିଙ୍ଗ ଷ୍ଟୁଡିଓରେ ନିର୍ମିତ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମର ମଧ୍ୟ ଶୁଭାରମ୍ଭ ହୋଇଛି। ଅତ୍ୟାଧୁନିକ ସୁବିଧାରେ ସଜ୍ଜିତ ନୂତନ କଳିଙ୍ଗ ଷ୍ଟୁଡ଼ିଓ ବଦଳୁଥିବା ସମୟ ଏବଂ ଡିଜିଟାଲ୍ ଯୁଗର ଆବଶ୍ୟକତାକୁ ଆଖି ଆଗରେ ରଖି କଳିଙ୍ଗ ଷ୍ଟୁଡ଼ିଓକୁ ଏକ ସ୍ୱୟଂସମ୍ପୂର୍ଣ୍ଣ ଇକୋସିଷ୍ଟମ ଭାବେ ବିକଶିତ କରାଯାଇଛି। ଏଠାରେ ଇନ୍‌ଡୋର୍ ଶୁଟିଂ ଫ୍ଲୋର, ସ୍ନୋ-ହାଉସ୍‌, କ୍ରୋମା ଫ୍ଲୋର, ଟେକ୍‌-ଜୋନ୍‌, ସାଉଣ୍ଡ ରେକର୍ଡିଂ, ଡବିଂ, ଏଡିଟିଂ ଏବଂ ପୋଷ୍ଟ-ପ୍ରଡକ୍ସନ୍ ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା କରାଯାଇଛି। ଏହାବ୍ୟତୀତ ଚଳଚ୍ଚିତ୍ର ଐତିହ୍ୟକୁ ସୁରକ୍ଷିତ ରଖିବା ପାଇଁ ଏକ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମ ମଧ୍ୟ ସ୍ଥାପନ କରାଯାଇଛି, ଯେଉଁଠାରେ ପୁରୁଣା ଫିଲ୍ମ, ପୋଷ୍ଟର, ଫଟୋଗ୍ରାଫ୍ ଏବଂ ଐତିହାସିକ ଦଲିଲଗୁଡ଼ିକୁ ସଂରକ୍ଷିତ କରାଯିବ।

କଳିଙ୍ଗ ଷ୍ଟୁଡ଼ିଓ ଏବଂ ଓଡ଼ିଆ ସିନେମାର ପୁରୁଣା ଇତିହାସକୁ ସ୍ମରଣ କରି କହିଛନ୍ତି ଯେ, ପଚାଶ ଓ ଷାଠିଏ ଦଶକରେ ‘ମା’, ‘ଅମଡ଼ାବାଟ’, ‘ମାଟିର ମଣିଷ’ ପରି କାଳଜୟୀ ଚଳଚ୍ଚିତ୍ରଗୁଡ଼ିକ ଓଡ଼ିଆ ସାହିତ୍ୟ ସହିତ ସିନେମାର ଏକ ଅନ୍ତରଙ୍ଗ ସମ୍ପର୍କ ସ୍ଥାପନ କରିଥିଲା। ଓଡ଼ିଶାରେ ସିନେମା ନିର୍ମାଣ କରିବା ପାଇଁ ୧୯୮୦ ମସିହାରେ କଳିଙ୍ଗ ଷ୍ଟୁଡ଼ିଓ ପ୍ରତିଷ୍ଠା ହୋଇଥିଲେ ମଧ୍ୟ, ସମୟକ୍ରମେ ପ୍ରାକୃତିକ ବିପର୍ଯ୍ୟୟ ଏବଂ ପ୍ରଯୁକ୍ତିବିଦ୍ୟାରେ ଆସିଥିବା ଦ୍ରୁତ ପରିବର୍ତ୍ତନ କାରଣରୁ ଏହାର ନବୀକରଣ ଅନିବାର୍ଯ୍ୟ ହୋଇପଡ଼ିଥିଲା। ରାଜ୍ୟର ପ୍ରତିଭାବାନ ଯୁବପିଢ଼ିଙ୍କ ପ୍ରତି ଗଭୀର ଆଶା ପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଯୁବବର୍ଗ ଅଭିନୟ, ନିର୍ଦ୍ଦେଶନା, ସିନେମାଟୋଗ୍ରାଫି, ଆନିମେସନ୍‌, ସାଉଣ୍ଡ ଡିଜାଇନ୍ ଏବଂ ଡିଜିଟାଲ୍ ପ୍ଲାଟଫର୍ମ ପାଇଁ କାହାଣୀ ଲେଖିବାରେ ବେଶ୍ ଆଗୁଆ ଅଛନ୍ତି। କଳିଙ୍ଗ ଷ୍ଟୁଡ଼ିଓ ସେମାନଙ୍କ ସ୍ୱପ୍ନକୁ ସାକାର କରିବାର ଏକ ପ୍ରମୁଖ ମାଧ୍ୟମ ପାଲଟିବ। ନିଜର ମୌଳିକ କାହାଣୀ, ଲୋକକଥା, ଇତିହାସ ଏବଂ ସାଂସ୍କୃତିକ ପୃଷ୍ଠଭୂମିକୁ ଆଧାର କରି ସିନେମା ନିର୍ମାଣ କରିବାକୁ ହେବ।

ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପୁନଃବିକଶିତ କଳିଙ୍ଗ ଷ୍ଟୁଡିଓକୁ ଏକ ଅତ୍ୟାଧୁନିକ ଫିଲ୍ମ ଷ୍ଟୁଡିଓ କମ୍ପେ୍ଲକ୍ସ ଭାବରେ ବିକଶିତ କରାଯାଇଛି ବୋଲି କହିଛନ୍ତି। ଏଠାରେ ଚଳଚ୍ଚିତ୍ରର ପ୍ରଡକ୍ସନ୍ ଠାରୁ ଆରମ୍ଭ କରି ପୋଷ୍ଟ-ପ୍ରଡକ୍ସନ୍ ପର୍ଯ୍ୟନ୍ତ ସମସ୍ତ ଆବଶ୍ୟକତା ପୂରଣ କରିବାର ସୁବିଧା ରହିଛି। ଚଳଚ୍ଚିତ୍ର ଶିଳ୍ପ କେବଳ କେବଳ ମନୋରଞ୍ଜନର କ୍ଷେତ୍ର ନୁହେଁ, ବରଂ ଏହା ଏକ ବିଶାଳ ଆର୍ôଥକ ଇକୋସିଷ୍ଟମ୍‌। ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ନୂତନ ଅଫିସିଆଲ୍ ପୋର୍ଟାଲକୁ ମଧ୍ୟ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ବାବୁ ସିଂ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, କୋରେଇ ବିଧାୟକ ଆକାଶ ଦାସ ନାୟକ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏବଂ କଳିଙ୍ଗ ଷ୍ଟୁଡ଼ିଓର ପରିଚାଳନା ନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

କଳିଙ୍ଗ ଷ୍ଟୁଡିଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026

ଖୋରଧା: ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

October 5, 2026

ଖୁବ୍‌ଶୀଘ୍ର ଏସ୍‌ଆଇ ପରୀକ୍ଷା, ଆସନ୍ତା ସପ୍ତାହରେ ବିଧିବଦ୍ଧ ବିଜ୍ଞପ୍ତି

October 5, 2026

ନାଇଡୁ କମିଶନ ଫାଇଲ ଗାଏବ ଘଟଣା: ୩ ଜଣଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ

October 5, 2026
Latest News

ବାଣପୁର ସ୍ଥିତ ବରବରା ଜଙ୍ଗଲରୁ ନର କଙ୍କାଳ ଉଦ୍ଧାର: ହତ୍ୟା ସନ୍ଦେହ!

October 5, 2026

ଏବେ ନୂଆ ରୂପରେ କଳିଙ୍ଗ ଷ୍ଟୁଡ଼ିଓ, ସ୍ୱତନ୍ତ୍ର ଆର୍କାଇଭ୍‌ ଓ ମ୍ୟୁଜିୟମର ଶୁଭାରମ୍ଭ

October 5, 2026

ଖୋରଧା: ଜିଲ୍ଲା ପ୍ରଶାସନର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

October 5, 2026

ଖୁବ୍‌ଶୀଘ୍ର ଏସ୍‌ଆଇ ପରୀକ୍ଷା, ଆସନ୍ତା ସପ୍ତାହରେ ବିଧିବଦ୍ଧ ବିଜ୍ଞପ୍ତି

October 5, 2026

ନାଇଡୁ କମିଶନ ଫାଇଲ ଗାଏବ ଘଟଣା: ୩ ଜଣଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.