Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ମୋଦୀଙ୍କ ଶାସନ ଓ ଜନସେବାର ୨୫ ବର୍ଷ ପୂର୍ତ୍ତି : ୭ରେ ଦେଶବ୍ୟାପୀ ‘ସେବା ଜ୍ୟୋତି ଯାତ୍ରା’
ରାଜ୍ୟ ଖବର

ମୋଦୀଙ୍କ ଶାସନ ଓ ଜନସେବାର ୨୫ ବର୍ଷ ପୂର୍ତ୍ତି : ୭ରେ ଦେଶବ୍ୟାପୀ ‘ସେବା ଜ୍ୟୋତି ଯାତ୍ରା’

October 6, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
୭ରେ ଦେଶବ୍ୟାପୀ ‘ସେବା ଜ୍ୟୋତି ଯାତ୍ରା’
୭ରେ ଦେଶବ୍ୟାପୀ ‘ସେବା ଜ୍ୟୋତି ଯାତ୍ରା’

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶାସନ ଓ ଜନସେବାରେ ୨୫ ବର୍ଷ ସଫଳତାର ସହ ପୂରଣ କରିବାକୁ ଯାଉଛନ୍ତି। ଏହି ଅବସରରେ ଆସନ୍ତା ୭ ତାରିଖରେ ଦେଶବ୍ୟାପୀ ‘ସେବା ଜ୍ୟୋତି ଯାତ୍ରା’ ଏବଂ ‘ବିକଶିତ ଭାରତ ସଂକଳ୍ପ ସଭା’ ଆୟୋଜିତ ହେବ। ଗରିବ, କୃଷକ, ମହିଳା ଓ ଯୁବବର୍ଗଙ୍କ ସଶକ୍ତୀକରଣ ସହ ମୋଦୀ ସରକାରଙ୍କ ଗତ ୨୫ ବର୍ଷର ନିରନ୍ତର ସେବା, ସୁଶାସନ ଓ ବିକାଶ ଗାଥାକୁ ସମାଜର ଶେଷ ଧାଡ଼ିରେ ଥିବା ବ୍ୟକ୍ତିଙ୍କ ପାଖରେ ପହଞ୍ଚାଇବା ଏହାର ମୁଖ୍ୟ ଲକ୍ଷ୍ୟ ବୋଲି ରାଜ୍ୟ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଗତ ସେପ୍ଟେମ୍ବର ୧୭ ମୋଦୀଙ୍କ ଜନ୍ମଦିନରୁ ଆରମ୍ଭ ହୋଇଥିବା ମାସବ୍ୟାପୀ ‘ସେବା ସଂକଳ୍ପ ଅଭିଯାନ’ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ ଅକ୍ଟୋବର ୭ ତାରିଖ ପୂର୍ବାହ୍ନ ୧୦ଟାରେ ଆରମ୍ଭ ହେବ। ଏହି ଦିନ ପ୍ରଧାନମନ୍ତ୍ରୀ ଆଭାସୀ (ଭର୍ଚୁଆଲ୍) ମାଧ୍ୟମରେ ଦେଶର ୭୫୦ଟି ଜିଲ୍ଲା ଓ ରାଜ୍ୟ ମୁଖ୍ୟାଳୟରେ ଉପସ୍ଥିତ ଜନସାଧାରଣଙ୍କୁ ସିଧାସଳଖ ସମ୍ବୋଧିତ କରିବେ। ଓଡ଼ିଶାର ଭୁବନେଶ୍ୱର ସମେତ ସମସ୍ତ ୩୦ଟି ଜିଲ୍ଲାରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ, ସ୍ଥାନୀୟ ଜନପ୍ରତିନିଧି ଓ ଅତିଥିମାନେ ଯୋଗଦେବେ।

ଏହି ଅବସରରେ ପ୍ରତ୍ୟେକ ଜିଲ୍ଲା ସଦର ମହକୁମାରେ ‘ସେବା ଜ୍ୟୋତି ଛକ’ ଚିହ୍ନଟ କରାଯାଇ ‘ବିକଶିତ ଭାରତ ସଂକଳ୍ପ ପ୍ରତୀକ’ ସ୍ଥାପନ କରାଯିବ। ଜିଲ୍ଲାର ବିଭିନ୍ନ ବ୍ଲକ୍, ଗ୍ରାମ, ୱାର୍ଡ ଓ ମଣ୍ଡଳରୁ “ସେବା ଜ୍ୟୋତି ଯାତ୍ରା” ବାହାରି ଏହି ଛକଠାରେ ଏକତ୍ରିତ ହେବ। ସେଠାରେ ‘ବିକଶିତ ଭାରତ ୨୦୪୭’ ପାଇଁ ସାମୂହିକ ସଂକଳ୍ପ ଗ୍ରହଣ କରାଯିବା ସହ ‘ବନ୍ଦେ ମାତରମ୍’ ଗାନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ ଏକ ସମୃଦ୍ଧ ଓ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ସମାଜର ସବୁ ବର୍ଗର ଲୋକଙ୍କୁ ଏଥିରେ ଯୋଗଦାନ ଦେବାକୁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆହ୍ୱାନ ଜଣାଇଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସାଧାରଣ ସମ୍ପାଦକ ସୀମାଞ୍ଚଳ ଖଟେଇ ଏବଂ ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ।

ଜନସେବା ଦେଶବ୍ୟାପୀ ସେବା ଜ୍ୟୋତି ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026

ଗୁଜରାଟର ଏକତା ନଗରରେ ଆୟୋଜିତ ଦୁଇଦିନିଆ ‘ଚିନ୍ତନ ଶିବିର’ରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

October 6, 2026

ଚଳଚ୍ଚିତ୍ର ନିର୍ଦ୍ଦେଶକ ଏସ୍.କେ. ମୁରଲୀଧରନ୍‌ଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ଓଲିଉଡ୍ ଜଗତରେ ଶୋକର ଛାୟା

October 5, 2026
Latest News

ମୋଦୀଙ୍କ ଶାସନ ଓ ଜନସେବାର ୨୫ ବର୍ଷ ପୂର୍ତ୍ତି : ୭ରେ ଦେଶବ୍ୟାପୀ ‘ସେବା ଜ୍ୟୋତି ଯାତ୍ରା’

October 6, 2026

ପିସିବିର ସର୍ତ୍ତ ପ୍ରତ୍ୟାଖ୍ୟାନ: ଡବ୍ଲ୍ୟୁସିଏଲ୍‌ରୁ ଓହରିଲା ପାକିସ୍ତାନ

October 6, 2026

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026

ରଣଜୀ ଟ୍ରଫି: ପ୍ରଥମ ମ୍ୟାଚ୍‌ ପାଇଁ ମୁମ୍ବାଇ ଦଳରୁ ବାଦ୍ ପଡ଼ିଲେ ସୂର୍ଯ୍ୟକୁମାର

October 6, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.