Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ
ଆଜିର ଖବର

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ପୁଞ୍ଚ୍ ଜିଲ୍ଲାରେ ଭାରତୀୟ ସୀମା ଭିତରକୁ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ବେଳେ ଏକ ବାରୁଦବିଛା ସୁଡ଼ଙ୍ଗ (ଲ୍ୟାଣ୍ଡମାଇନ୍‌) ବିସ୍ଫୋରଣରେ ୪ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲସ୍କର-ଏ-ତୋଏବା (ଏଲ୍‌ଇଟି)ର ଜଣେ ଶୀର୍ଷ କମାଣ୍ଡର ମଧ୍ୟ ସାମିଲ ଅଛନ୍ତି। ସୂଚନା ଅନୁସାରେ, ଆତଙ୍କବାଦୀଙ୍କ ଏହି ଗୋଷ୍ଠୀ ଆଜି ଅପରାହ୍ନରେ କୃଷ୍ଣା ଘାଟି ସେକ୍ଟରର ନଙ୍ଗୀ ଟକରୀ ଅଞ୍ଚଳ ଦେଇ ଭାରତୀୟ ସୀମା ଭିତରକୁ ପଶିବାକୁ ଚେଷ୍ଟା କରୁଥିଲେ। ସେହି ସମୟରେ ସେମାନେ ସେନା ଦ୍ୱାରା ସୁରକ୍ଷା ପାଇଁ ବିଛାଯାଇଥିବା ଲ୍ୟାଣ୍ଡମାଇନ୍ ସଂସ୍ପର୍ଶରେ ଆସିଯିବାରୁ ଏକ ଶକ୍ତିଶାଳୀ ବିସ୍ଫୋରଣ ଘଟିଥିଲା। ଏଥିରେ ଘଟଣାସ୍ଥଳରେ ହିଁ ୪ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ମୃତକମାନେ ମହମ୍ମଦ ଇସ୍ତିୟାକ୍‌, ମହମ୍ମଦ ଫୈଜାନ୍‌, ମହମ୍ମଦ ୱକାସ୍ ଏବଂ ମହମ୍ମଦ ଅସୀମ୍ ଭାବେ ଚିହ୍ନଟ ହୋଇଛନ୍ତି। ଘଟଣା ପରେ ସୁରକ୍ଷା ବଳ ପକ୍ଷରୁ ସମଗ୍ର ଅଞ୍ଚଳରେ ହାଇ ଆଲର୍ଟ ଜାରି କରାଯିବା ସହ ନିୟନ୍ତ୍ରଣ ରେଖାରେ କଡ଼ା ପହରା ଲଗାଯାଇଛି। ଅନ୍ୟପକ୍ଷରେ, ପୁଞ୍ଚ୍‌ର ମେନ୍ଧର ସେକ୍ଟର ଅନ୍ତର୍ଗତ ବସୋନୀ ଅଞ୍ଚଳରୁ ଭାରତୀୟ ସେନା ଆଉ ଦୁଇଟି ପୁରୁଣା ଲ୍ୟାଣ୍ଡମାଇନ୍ ଠାବ କରି ସଫଳତାର ସହ ନିଷ୍କ୍ରିୟ କରିଛନ୍ତି।

ଆତଙ୍କବାଦୀ ନିହତ ଜମ୍ମୁ କାଶ୍ମୀର ପୁଞ୍ଚ୍ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

ସେନା ପାଇଁ ‘ଭାରତ ରାଇସ’ର ଶୁଭାରମ୍ଭ: ଲଜିଷ୍ଟିକ୍ସ ବ୍ୟବସ୍ଥାକୁ ମଜବୁତ କରିବାକୁ FCI ସହ ଚୁକ୍ତି

October 12, 2026

BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

October 12, 2026

ପ୍ରେମ ପରେ ପ୍ରତାରଣା ଅଭିଯୋଗ : ବଳାତ୍କାର ଅଭିଯୋଗରେ ଜେଲ୍ ଗଲା ଅଭିଯୁକ୍ତ

October 12, 2026

“ଭଣ୍ଡାମୀର ବି ଏକ ସୀମା ଅଛି”: ରାହୁଲଙ୍କ ଶିବ ତାଣ୍ଡବ ବୟାନ ଉପରେ ହିମନ୍ତଙ୍କ ପାଲଟା ଜବାବ

October 12, 2026
Latest News

ପୁଞ୍ଚରେ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୪ ଆତଙ୍କବାଦୀ ନିହତ

October 12, 2026

ସେନା ପାଇଁ ‘ଭାରତ ରାଇସ’ର ଶୁଭାରମ୍ଭ: ଲଜିଷ୍ଟିକ୍ସ ବ୍ୟବସ୍ଥାକୁ ମଜବୁତ କରିବାକୁ FCI ସହ ଚୁକ୍ତି

October 12, 2026

BIMSTEC ଗୃହମନ୍ତ୍ରୀ ବୈଠକ ପାଇଁ ପ୍ରସ୍ତୁତ ଦିଲ୍ଲୀ: ଆତଙ୍କବାଦ ବିରୋଧରେ ଏକଜୁଟ୍ ହେବେ ସଦସ୍ୟ ରାଷ୍ଟ୍ର

October 12, 2026

ପ୍ରେମ ପରେ ପ୍ରତାରଣା ଅଭିଯୋଗ : ବଳାତ୍କାର ଅଭିଯୋଗରେ ଜେଲ୍ ଗଲା ଅଭିଯୁକ୍ତ

October 12, 2026

ମା’ ଦୁର୍ଗାଙ୍କ ଆଗମନକୁ ନେଇ ଝଲସୁଛି ରେଶମ ସହର ବ୍ରହ୍ମପୁର

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.