ଭୁବନେଶ୍ଵର:ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଏହାକୁ ନେଇ ବାତ୍ୟା ଆଶଙ୍କା ବଢ଼ିଥିବା ବେଳେ ପ୍ରବଳ ବର୍ଷା ଓ ଝଡ଼ ପବନର ପୂର୍ବାନୁମାନ କରାଯାଉଛି। ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଗକୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ।
ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୮ ତାରିଖ ପୂର୍ବାହ୍ନରେ ଏହା ସ୍ଥଳଭାଗ ଅତିକ୍ରମ କରିପାରେ। ବିଶାଖାପାଟଣା ଓ ବାପଟଲା ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ସ୍ଥଳଭାଗ ଅତିକ୍ରମ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିପାରେ। ଏହାର ପ୍ରଭାବରେ କେତେକ ଅଞ୍ଚଳରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ସମ୍ଭାବ୍ୟ ବାତ୍ୟାର ଗତିପଥ, ତୀବ୍ରତା ଓ ପ୍ରଭାବ ସମ୍ପର୍କରେ ପାଣିପାଗ ବିଭାଗର ପରବର୍ତ୍ତୀ ସୂଚନା ଉପରେ ନଜର ରହିଛି।


