ଗତକାଲି ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କର ସମ୍ମିଶ୍ରଣ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଥିଲେ। ଆଜି ବ୍ୟାଙ୍କ କର୍ମଚାରୀ ସଙ୍ଘ ପକ୍ଷରୁ ଏହି ନିଷ୍ପତ୍ତିକୁ ବିରୋଧ କରାଯାଇଛି। ଗତକାଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୦ ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କକୁ ସମ୍ମିଶ୍ରଣ କରି ୪ ଟି ବ୍ୟାଙ୍କରେ ପରିଣତ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏହାର ପ୍ରତିବାଦରେ ଆଜି ବିଭିନ୍ନ ରାଷ୍ଟ୍ରାୟତ ବ୍ୟାଙ୍କ ଏବଂ ଘରୋଇ ବ୍ୟାଙ୍କ କର୍ମଚାରୀ ହାତରେ କଳା ବ୍ୟାଜ ପିନ୍ଧି ପ୍ରତିବାଦ କରିଥିଲେ। ବ୍ୟାଙ୍କ କର୍ମଚାରୀ ସଂଘର ସାଧାରଣ ସମ୍ପାଦକ ସି ଏଚ୍ ଭେଙ୍କଟାଚଳମ୍ ସରକାରଙ୍କ ଏହି ନିଷ୍ପତ୍ତିକୁ ବିରୋଧ କରିବା ସହିତ ଏହା ଉପରେ ଆଲୋଚନା ଆବଶ୍ୟକ ବୋଲି ମତ ପ୍ରକାଶ କରିଥିଲେ।