Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ପ୍ରଯୁକ୍ତି ବିଦ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ
ବିଶେଷ ଖବର

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ପ୍ରଯୁକ୍ତି ବିଦ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

October 27, 2026No Comments3 Mins Read
Share Facebook Twitter LinkedIn Email WhatsApp Copy Link
Anti-Corruption Awareness Week: Chief Minister Emphasizes Technology
Anti-Corruption Awareness Week: Chief Minister Emphasizes Technology

ଭୁବନେଶ୍ୱର: “ଦୁର୍ନୀତି ନିୟନ୍ତ୍ରଣ କ୍ଷେତ୍ରରେ ଟେକ୍ନୋଲୋଜିର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ଏ କ୍ଷେତ୍ରରେ ଆଧୁନିକ ଟେକ୍ନୋଲୋଜିର ପ୍ରୟୋଗ ପାଇଁ ଓଡ଼ିଶା ଆଇଟି ପଲିସି ଅନୁମୋଦନ କରାଯାଇଛି। ଓଡିଶା ଭିଜିଲାନ୍ସରେ ଏକ ଦୁର୍ନିୀତି ନିବାରଣ ୱିଙ୍ଗ ଗଠନ କରାଯାଉଛି। ଏହାଦ୍ୱାରା ଦୁର୍ନୀତି ହେଉଥିବା ସ୍ଥାନ ଓ ଦୁର୍ନୀତିଗ୍ରସ୍ତକୁ ଚିହ୍ନଟ କରାଯାଇ ଶାସନ ବ୍ୟବସ୍ଥାକୁ ଆହୁରି ସ୍ୱଚ୍ଛ ଓ ପାରଦର୍ଶୀ କରାଯିବ। ପୂର୍ବ ପରି ଶାସନ ଆଇଭରି ଟାୱାରରୁ ଚାଲୁ ନାହିଁ, ସରକାର ଲୋକଙ୍କ ପାଖକୁ ଯାଉଛନ୍ତି, ଲୋକଙ୍କ କଥା ଶୁଣୁଛନ୍ତି।” ମଙ୍ଗଳବାର ଲୋକସେବା ଭବନ କନ୍‌ଭେନ୍‌ସନ ସେଣ୍ଟର ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୬ କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତିଗ୍ରସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଚେତାବନୀ ଦେବା ଉଦ୍ଦେଶ୍ୟରେ ଏପରି କିଛି କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମ ସରକାରଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ତୃଣମୂଳସ୍ତରରେ ଦୁର୍ନୀତିକୁ ରୋକିବା ପାଇଁ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ଜନଶୁଣାଣି କାର୍ଯ୍ୟକ୍ରମ ମାଧ୍ୟମରେ ଲୋକମାନେ ତାଙ୍କ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ସମ୍ମୁଖୀନ ହେଉଥିବା ଦୁର୍ନୀତି ବିଷୟରେ ଅବଗତ କରାଉଛନ୍ତି ଓ ତଦନୁଯାୟୀ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଉଛି। ମୁଖ୍ୟମନ୍ତ୍ରୀ ଉପସ୍ଥିତ ପଦାଧିକାରୀ ଓ ଅତିଥିଙ୍କୁ ଦୁର୍ନୀତି ବିରୁଦ୍ଧରେ ସାଧୁତାର ଶପଥ ପାଠ କରାଇ କହିଛନ୍ତି ଯେ, ଭିଜିଲାନ୍ସ ବିଭାଗ ହେଉଛି ଗୁଡ୍ ଗଭର୍ଣ୍ଣାନ୍ସର ଆଖି ଓ କାନ। ଗୁଡ୍ ଗଭର୍ଣ୍ଣାନ୍ସମାନେ କେବଳ ନୀତି ଓ ଯୋଜନା ପ୍ରଣୟନ କରିବା ନୁହେଁ, ଏହାର ପ୍ରକୃତ ଅର୍ଥ ହେଉଛି ଦୁର୍ନୀତିକୁ ସମ୍ପୂର୍ଣ୍ଣ ଭାବେ ରୋକାଯାଇ ଉଦ୍ଦିଷ୍ଟ ଅର୍ଥ ଯେଉଁ କାରଣ ପାଇଁ ପ୍ରାବଧାନ କରାଯାଇଛି, ଯାହାଙ୍କ ପାଇଁ କରାଯାଇଛି, ତାଙ୍କ ପାଖରେ ପହଞ୍ଚିବାକୁ ଶତପ୍ରତିଶତ ସୁନିଶ୍ଚିତ କରିବା। ତେଣୁ ରାଜ୍ୟର ପ୍ରଗତି ସହିତ ତାଳ ମିଳାଇ ଆମ ସରକାର ଓଡ଼ିଶା ଭିଜିଲାନ୍ସକୁ ଅଧିକ ଦକ୍ଷ ଓ ଶକ୍ତିଶାଳୀ କରିବା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଜି ଟେକ୍ନୋଲୋଜିକୁ ବ୍ୟବହାର କରି ମୋଦୀଜୀ ତୃଣମୂଳ ସ୍ତରରେ ଦୁର୍ନୀତିକୁ ସମ୍ପୂର୍ଣ୍ଣ ମୂଳତ୍ପାଟନ କରିଛନ୍ତି। ବାଟମାରଣା ସମ୍ପୂର୍ଣ୍ଣ ବନ୍ଦ୍ ହୋଇଛି। ଏହି ବ୍ୟବସ୍ଥା ଗରିବଙ୍କ ପାଇଁ ଭଗବାନଙ୍କ ବରଦାନ ଠାରୁ କିଛି କମ୍ ନୁହେଁ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ମୁକାବିଲା ପାଇଁ ଆମ ସରକାର ଦୁର୍ନୀତି ବିରୁଦ୍ଧରେ ଶୁନ୍ୟ ସହନଶୀଳତା ନୀତି, ଇଣ୍ଟେଲିଜେନ୍ସ ଆଧାରରେ ପଦ, କାର୍ଯ୍ୟକାଳ ନିର୍ବିଶେଷରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଏବଂ ଦୁର୍ନୀତି ପାଇଁ ଗିରଫ ହୋଇଥିବା ଅଧିକାରୀଙ୍କ ଦଣ୍ଡ ବିଧାନ ଭଳି ତିନୋଟି ରଣକୌଶଳ ଆପଣାଇଛନ୍ତି। ଭିଜିଲାନ୍ସ ବିଭାଗ ଏହି ରଣକୌଶଳକୁ ନିର୍ଭିକତାର ସହିତ ଏବଂ ବୃତ୍ତିଗତ ଭାବେ କାର୍ଯ୍ୟକାରୀ କରୁଥିବାରୁ ସେ ସନ୍ତୋଷ ବ୍ୟକ୍ତ କରିଥିଲେ। ଦୁର୍ନୀତି ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ ଅଢେଇ ବର୍ଷ ମଧ୍ୟରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଜଣେ ଆଇଏଏସ୍‌, ୮ ଜଣ ମୁଖ୍ୟ ଯନ୍ତ୍ରୀ ପାହ୍ୟାର ଅଧିକାରୀ, ୨ ଜଣ ବିଭାଗୀୟ ବନ ଅଧିକାରୀ, ଅବକାରୀ ଏବଂ ଏସ୍‌ଟିଏର ଯୁଗ୍ମ କମିଶନର, ୩ ଜଣ ଖଣି ଉପନିର୍ଦ୍ଦେଶକ, ୫ ଜଣ ତହସିଲଦାର, ୪ ଜଣ ବିଡିଓ ଏବଂ ଅନେକ ସରକାରୀ ପଦାଧିକାରୀଙ୍କ ବିରୁଦ୍ଧରେ ଦୃଢ ପଦକ୍ଷେପ ଗ୍ରହଣ କରାଯାଇଛି। ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ୪୧ ଜଣ ସରକାରୀ କର୍ମଚାରୀଙ୍କୁ ଚାକିରୀରୁ ବରଖାସ୍ତ କରାଯାଇଛି ଏବଂ ୯୧ ଜଣ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନସନ ବନ୍ଦ କରାଯାଇଛି। ୨୦୨୫ରେ କନ୍‌?ଭିକ୍ସନ ରେଟ୍ ୫୦ ପ୍ରତିଶତ ଥିବା ବେଳେ ଚଳିତ ବର୍ଷ ସେପ୍େଟମ୍ବର ସୁଦ୍ଧା ସର୍ବାଧିକ ୬୫ ପ୍ରତିଶତରେ ପହଞ୍ଚିଛି। ଦୁର୍ନୀତି କ୍ଷେତ୍ରରେ ଏଭଳି ଉଚ୍ଚ ଦଣ୍ଡବିଧାନ ହାର ପାଇଁ ଓଡିଶା ଭିଜିଲାନ୍ସ ରାଜ୍ୟ ଭିତରେ ଓ ବାହାରେ ପ୍ରଶଂସିତ ହେଉଛି।

ଶେଷରେ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷର ପ୍ରସଙ୍ଗ ‘ସାଧୁତାରୁ ସମୃଦ୍ଧି’ ବିଷୟରେ ବର୍ଣ୍ଣନା କରି କହିଥିଲେ ଯେ, ଦୃଢ ନୈତିକତା, ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ସାଧୁତା ହେଉଛି ଆମର ଏହି ଦୁର୍ନୀତି ବିରୋଧୀ ଲଢେଇର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅସ୍ତ୍ର। ସରକାରୀ କର୍ମଚାରୀମାନଙ୍କୁ ଆଚରଣରେ ସାଧୁତା ଓ ନିଷ୍ଠା ପ୍ରଦର୍ଶନ କରିବା ସହିତ ସମସ୍ତେ ସାଧୁତାକୁ ନିଜର ବିଶ୍ୱାସ ଓ ନିଷ୍ଠାକୁ ଜୀବନର ଏକ ଶୈଳୀ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ। ମୁଖ୍ୟମନ୍ତ୍ରୀ ୨୦୨୫ ବର୍ଷ ପାଇଁ ଶ୍ରେଷ୍ଠ ଭିଜିଲାନ୍ସ ଡିଭିଜନ ଭାବେ କୋରାପୁଟ ଡିଭିଜନ, ଶ୍ରେଷ୍ଠ ୟୁନିଟ ଭାବେ ଅନୁଗୋଳ ୟୁନିଟ, ଶ୍ରେଷ୍ଠ ଆଇ. ଭାବେ ମାଲକାନଗିରି ଭିଜିଲାନ୍ସ ଡିଏସପି ସଦାନନ୍ଦ ପାଣି, ଶ୍ରେଷ୍ଠ ମହିଳା ଆଇ.ଓ ଭାବେ ଭୁବନେଶ୍ୱର ଡିଭିଜନର ବୈଭବମାଳା ସ୍ୱାଇଁ ଏବଂ ଶ୍ରେଷ୍ଠ ପବ୍ଲିକ ପ୍ରୋସିକ୍ୟୁଟର ଭାବେ ଭୁବନେଶ୍ୱର ଭିଜିଲାନ୍ସ ସ୍ପେସାଲ ଜଜ୍ କୋର୍ଟର ସଲିଳ କୁମାର ପ୍ରଧାନଙ୍କୁ ପୁରସ୍କୃତ କରିଥିଲେ।

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କହିଥିଲେ ଯେ, ଲୋକମାନଙ୍କ କଷ୍ଟଲବ୍ଧ ଅର୍ଥରେ କାର୍ଯ୍ୟକାରୀ କରାଯାଉଥିବା ଯୋଜନା ଓ କାର୍ଯ୍ୟକ୍ରମର ସୁଫଳ ଯେପରି ଧାଡିର ଶେଷରେ ଥିବା ହିତାଧିକାରୀ ଠିକ୍ ଭାବରେ ପାଇପାରିବେ ସେଥିପାଇଁ ସାଧୁତାର ସହ କାର୍ଯ୍ୟ କରିବା ଅପରିହାର୍ଯ୍ୟ। ରାଜ୍ୟ ସରକାର ବହୁ କ୍ଷେତ୍ରରେ ବୈଷୟିକ ଜ୍ଞାନ କୌଶଳର ଉପଯୋଗରେ ସ୍ୱଚ୍ଛତାର ସହ ସେବା ପ୍ରଦାନ କରୁଛନ୍ତି ବୋଲି ସେ କହିଥିଲେ। ଭିଜିଲାନ୍ସ ନିର୍ଦ୍ଦେଶକ ଯଶବନ୍ତ କୁମାର ଜେଠୱା କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରି ବିଭାଗର ସଫଳତା ବିଷୟରେ ବର୍ଣ୍ଣନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲରାନ୍ସ ଆଭିମୁଖ୍ୟକୁ ଅନୁପାଳନ କରି ଓଡିଶା ଭିଜିଲାନ୍ସ ନିରବଚ୍ଛିନ୍ନ ଭାବେ ଦୁର୍ନୀତି ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ବୋଲି ସେ କହିଥିଲେ। ରାଜ୍ୟସ୍ତରୀୟ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ବରିଷ୍ଠ ଅଧିକାରୀ, ଅବସରପ୍ରାପ୍ତ ଅଧିକାରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଭିଜିଲାନ୍ସ ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ଅସିତ କୁମାର ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ।

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କର୍ଣ୍ଣାଟକ ଏସ୍‌ଆଇଆର୍‌: ବାଦ୍ ପଡ଼ିଲେ ପ୍ରାୟ ୧ କୋଟି ଭୋଟର

October 27, 2026

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ: ‘ଗଠନମୂଳକ ପରାମର୍ଶ ଆଶା କରୁଛୁ’

October 27, 2026

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଉଚ୍ଚସ୍ତରୀୟ ସମୀକ୍ଷା

October 27, 2026

Cyclone Landfall Update: ଅତି ଭୀଷଣ ବାତ୍ୟା ଅର୍ଣ୍ଣବ କୁ ନେଇ ଆସିଲା ବଡ ଖବର, ଆଜି ରାତିରେ କରିବ ଲ୍ୟାଣ୍ଡଫଲ

October 27, 2026
Latest News

କର୍ଣ୍ଣାଟକ ଏସ୍‌ଆଇଆର୍‌: ବାଦ୍ ପଡ଼ିଲେ ପ୍ରାୟ ୧ କୋଟି ଭୋଟର

October 27, 2026

ବାତ୍ୟା “ଅର୍ଣ୍ଣବ” ପାଇଁ ଆଉ ଚାରିଟି ଯାତ୍ରୀବାହୀ ଟ୍ରେନ୍ ସେବା ବାତିଲ୍

October 27, 2026

ନବୀନଙ୍କ ଚିଠିର ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ: ‘ଗଠନମୂଳକ ପରାମର୍ଶ ଆଶା କରୁଛୁ’

October 27, 2026

ନଭେମ୍ବର ୧ରେ INDIA ମେଣ୍ଟର ମହାରାଲିକୁ ଗ୍ରୀନ୍ ସିଗନାଲ୍! ଜ୍ଞାନେଶ କୁମାରଙ୍କ ବିରୋଧରେ ଗର୍ଜିବେ ବିରୋଧୀ

October 27, 2026

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ପ୍ରଯୁକ୍ତି ବିଦ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ

October 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.