ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି। ବାତ୍ୟା ଓ ପରବର୍ତ୍ତୀ ବନ୍ୟା ଯୋଗୁଁ ରାଜ୍ୟରେ ସୃଷ୍ଟି ହୋଇଥିବା ପରିସ୍ଥିତି ସମ୍ପର୍କରେ ସେ ପଚାରି ବୁଝିଛନ୍ତି। ଏଥିସହ ବିସ୍ଥାପିତ ଓ ପ୍ରଭାବିତ ଲୋକଙ୍କ ଅବସ୍ଥା ଏବଂ ସେମାନଙ୍କ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇଛନ୍ତି।
ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବା ଉଦ୍ଧାର, ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଭାବେ ଅବଗତ କରାଇଥିବା ସୂଚନା ଦେଇଛନ୍ତି। ଏହି କଠିନ ସମୟରେ ଓଡ଼ିଶାବାସୀଙ୍କ ସୁରକ୍ଷା ପାଇଁ ତାଙ୍କ ମନର ଗଭୀର ଚିନ୍ତା ଏବଂ ସମସ୍ତ ସହଯୋଗର ଆଶ୍ୱାସନା ତାଙ୍କ ମନୋବଳକୁ ବହୁଗୁଣିତ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


