ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଜରଡା ଥାନା ଅନ୍ତର୍ଗତ ପାତ୍ରପୁର ଗ୍ରାମ ବାଗ ଦେବୀ ମନ୍ଦିର ନିକଟ ଏକ ବଡ ଗଛକୁ ପିଟି ହୋଇ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ ହୋଇଛି। ନିକଟସ୍ଥ ଲକ୍ଷ୍ମୀପୁର ଗ୍ରାମର ଏସ୍ ରାଜେଶ୍ ପାତ୍ରଙ୍କ ଉକ୍ତ ଦୁର୍ଘଟଣାରେ ମୃତ୍ୟୁ ହୋଇଛି।
ସୂଚନା ଅନୁଯାୟୀ, ରାଜେଶ୍ କୌଣସି କାମରେ ପାତ୍ରପୁର ଆସି ନିଜ ଗ୍ରାମକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ଗଛ ସହ ଧକ୍କା ହୋଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପାତ୍ରପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା।
ଖବର ପାଇ ଜରଡା ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


