ନୟାଗଡ଼: ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଏବଂ କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ରୁଚି ସୃଷ୍ଟି କରିବାର ଲକ୍ଷ୍ୟ ନେଇ ଆୟୋଜିତ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ନବଘନପୁର ଉଚ୍ଚ ବିଦ୍ୟାଳୟ ପରିସରରେ ମହାଆଡ଼ମ୍ବରରେ ଉଦ୍ଯାପିତ ହୋଇଯାଇଛି। ଏହି ମହୋତ୍ସବରେ ଜିଲ୍ଲାର ବିଭିନ୍ନ ବ୍ଲକ୍ରୁ ଆସିଥିବା କୁନି କୁନି ପ୍ରତିଭାମାନେ ନିଜର ଅନନ୍ୟ କଳା, ଜ୍ଞାନ ଓ ସୃଜନଶୀଳତାର ପରିଚୟ ଦେଇଥିଲେ।
ଉଦ୍ଘାଟନୀ ସଭାରେ ନୟାଗଡ଼ ଜିଲ୍ଲାପାଳ ମଧୁସ୍ମିତା ରଥ ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ ଏବଂ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ସଭାପତିତ୍ୱ କରିଥିଲେ। ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା, ଗୀତାଞ୍ଜଳି ସାହୁ, ସାନ୍ଧ୍ୟରାଣୀ ରାଉତ ଏବଂ ସମଗ୍ର ଶିକ୍ଷା ସଂଯୋଜିକା ଶୁଭସ୍ମିତା ଦାଶ ଯୋଗଦେଇଥିଲେ।
ଉଦ୍ଯାପନୀ ସଭାରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଏବଂ ପୁରୀ ସାଂସଦ ସମ୍ବିତ ପାତ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ବିଧାୟକ ଅରୁଣ ସାହୁ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ଦଶପଲ୍ଲା ବିଧାୟକ ରମେଶ ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ ଏବଂ ନୟାଗଡ଼ ପୌରପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇଥିଲେ। ମଞ୍ଚ ସଂଯୋଜନା କରିଥିଲେ ଜୟେନ୍ଦ୍ର ବେହେରା। ଏଥିସହ ଜିଲ୍ଲାର ସମସ୍ତ ବ୍ଲକ୍ର ବ୍ଲକ୍ ଶିକ୍ଷା ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।
ମହୋତ୍ସବରେ ବକ୍ତୃତା, ପ୍ରବନ୍ଧ ଲିଖନ, ସଙ୍ଗୀତ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ଚିତ୍ରାଙ୍କନ, କୁଇଜ୍ ଏବଂ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଆଦି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଅଭିଜ୍ଞ ତଥା ଖ୍ୟାତନାମା ବିଚାରକ ମଣ୍ଡଳୀଙ୍କ ଦ୍ୱାରା ପ୍ରତିଯୋଗିତାଗୁଡ଼ିକର ନିରପେକ୍ଷ ମୂଲ୍ୟାୟନ କରାଯାଇଥିଲା। ପ୍ରତ୍ୟେକ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତୀ ଛାତ୍ରଛାତ୍ରୀମାନେ ରାଜ୍ୟସ୍ତରୀୟ ‘ସୁରଭି’ ମହୋତ୍ସବରେ ନୟାଗଡ଼ ଜିଲ୍ଲାକୁ ପ୍ରତିନିଧିତ୍ୱ କରିବେ।
ଏହି ମହୋତ୍ସବର ସଫଳ ଆୟୋଜନରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବିଭିନ୍ନ ଅଧିକାରୀ ଓ କର୍ମଚାରୀ, ବିଭିନ୍ନ ଶିକ୍ଷକ ସଂଘର କର୍ମକର୍ତ୍ତା, ସମସ୍ତ ସାଧନ କେନ୍ଦ୍ର ସଂଯୋଜକ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କର ସକ୍ରିୟ ସହଯୋଗ ରହିଥିଲା।


