ଚନ୍ଦ୍ରପୃଷ୍ଠରେ ଅବତରଣ ପରେ ଭାଙ୍ଗିନି ଲ୍ୟାଣ୍ଡର ବିକ୍ରମ । ଇସ୍ରୋ ପକ୍ଷରୁ ଏନେଇ ଆଜି ସୂଚନା ଦିଆଯାଇଛି। ଗତ ୭ ତାରିଖ ରାତିରେ ବିକ୍ରମ୍ ଲାଣ୍ଡର ହାର୍ଡ ଲାଣ୍ଡିଂ କରିଥିଲା। ଚନ୍ଦ୍ରପୃଷ୍ଠରେ ପଡ଼ିବା ପରେ ଏଥିରେ କୌଣସି କ୍ଷୟକ୍ଷତି ହୋଇନି। ବିକ୍ରମ ସୁରକ୍ଷିତ ଭାବେ ରହିଛି। ଏହାର କୌଣସି ଅଂଶ ଭାଙ୍ଗିନି ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି। ତେବେ ଲ୍ୟାଣ୍ଡର ବିକ୍ରମ ସହ ଯୋଗଯୋଗ ପାଇଁ ଇସ୍ରୋ ନିରନ୍ତର ପ୍ରୟାସ ଜାରି ରଖିଛି। ତେବେ ବିକ୍ରମ ଚନ୍ଦ୍ରପୃଷ୍ଠରେ ଗୋଟିଏ ପଟେ ଢଳିକି ରହିଛି। ଏହାର ଆଣ୍ଟିନା ପୃଥ୍ୱୀ କିମ୍ବା ଅର୍ବିଟର୍ ପଟକୁ ରହିଥିଲେ ହିଁ ଅଧିକ ସୂଚନା ମିଳିପାରିବ। ଯଦି ଏପରି ହୁଏ ତେବେ ଲାଣ୍ଡର ବିକ୍ରମ ସହ ଯୋଗାଯୋଗ ହୋଇପାରିବ। ଗତ ୭ ତାରିଖ ରାତିରେ ଚନ୍ଦ୍ରପୃଷ୍ଠ ମାତ୍ର ୨ ଦଶମିକ ୧ କିଲୋମିଟର୍ ପୂର୍ବରୁ ବିକ୍ରମ ସହ ଇସ୍ରୋର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା । ସେବେଠୁ ଏହାସହ ଯୋଗାଯୋଗ ପାଇଁ ପ୍ରୟାସ ଜାରି ରହିଛି।