ଇସ୍କନ ପକ୍ଷରୁ ଅଦିନ ରଥଯାତ୍ରା ପ୍ରସ୍ତୁତି ବିବାଦ ପ୍ରସଙ୍ଗରେ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମନ୍ତବ୍ୟ ଦେଇଛନ୍ତି । ପ୍ରେସ୍ ରିଲିଜ୍ ଜରିଆରେ ପ୍ରତିକ୍ରିୟା ଦେଲେ ଗଜପତି ମହାରାଜା । ଶ୍ରୀଗୁଣ୍ଡିଚା ଯାତ୍ରା ସନାତନ ଶାସ୍ତ୍ର ଆଧାରିତ ପରମ୍ପରାରେ ହୋଇଥାଏ ବୋଲି ଗଜପତି କହିଛନ୍ତି । ପ୍ରତିବର୍ଷ ଆଷାଢ ଶୁକ୍ଳ ଦ୍ବିତୀୟା ତିଥିରେ ଶ୍ରୀଗୁଣ୍ଡିଚା ଯାତ୍ରା ହୋଇଥାଏ । ରଥଯାତ୍ରା ସରିଲେ ଶ୍ରୀବିଗହମାନେ ରତ୍ନ ସିଂହାସନ ବିଜେ କରିଥା’ନ୍ତି । ତ୍ରୟୋଦଶୀ/ଚତୁର୍ଦ୍ଦଶୀରେ ମହାପ୍ରଭୁ ରତ୍ନ ସିଂହାସନ ବିଜେ କରିଥା’ନ୍ତି । ବିଶ୍ବର ସମସ୍ତ ଜଗନ୍ନାଥପ୍ରେମୀ ନିର୍ଦ୍ଧାରିତ ତିଥିରେ ଘୋଷଯାତ୍ରା କରନ୍ତୁ । ଶ୍ରୀମନ୍ଦିର ପରମ୍ପରାକୁ ଉଲ୍ଲଂଘନ କରି ପବିତ୍ର ଯାତ୍ରା କରନ୍ତୁନି ବୋଲି କହିଛନ୍ତି ଗଜପତି । ନିର୍ଦ୍ଧାରିତ ତିଥିରେ ଶ୍ରୀଜଗନ୍ନାଥ ରଥଯାତ୍ରା କରନ୍ତୁ ବୋଲି ପୁରୀ ଗଜପତି କହିଛନ୍ତି ।