ପୁରୀକୁ ବିଶ୍ବ ଐତିହ୍ୟ ନଗରୀ ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ବିଶେଷ ଗୁରୁତ୍ବ ଦେଉଛନ୍ତି । ଏଥିପାଇଁ ପୁରୀର ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି । ଏହିସବୁ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବାରେ ଜିଲ୍ଲାପାଳଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ ଜଣ ଆଇଏଏସ୍ ଅଫିସରମାନଙ୍କୁ ପୁରୀରେ ନିଯୁକ୍ତ କରିଛନ୍ତି । ସେମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ବରେ ରହିବେ । ୨୦୧୮ ବ୍ୟାଚ୍ର ଏହି ଆଇଏଏସ ଅଫିସର ହେଉଛନ୍ତି ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ ଭି, ଡ. ଶୁଭଙ୍କର ମହାପାତ୍ର, ଜେ. ସୋନାଲ୍, ଭୁବନେଶ ଦେବଦାସ ପାଟିଲ ପ୍ରମୁଖ । ଏମାନେ ସମେସ୍ତ ଆଜି ପୁରୀରେ କାର୍ଯ୍ୟର ଯୋଗ ଦେଇଛନ୍ତି । ପୁରୀ ଯିବା ପୂର୍ବରୁ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର. ବାଲ୍କ୍ରିଷ୍ଣନ୍ ଏବଂ ମୁଖ୍ୟମନ୍ତ୍ରୀଙ୍କ ଫାଇଭ୍ – ଟି ସଚିବ ଭି.କେ. ପାଣ୍ଡିଆନ୍ ସୋନଙ୍କୁ ଦାୟିତ୍ବ ସମ୍ପର୍କରେ ବୁଝାଇବା ସହିତ ଏହି ମହତ୍ତ୍ବାକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତାର ସହ କାମ କରିବାକୁ ପରାମର୍ଶ ଦେଇଥିଲେ ।