Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ମୋ ସରକାର’ ; ଲୋକଙ୍କ ପାଇଁ ଓ ଲୋକଙ୍କ ପାଖରେ ପହଞ୍ଚିବାକୁ ନବୀନ ସରକାରର ଏକ ବିଶେଷ ଯୋଜନା
ବିଶେଷ ଖବର

‘ମୋ ସରକାର’ ; ଲୋକଙ୍କ ପାଇଁ ଓ ଲୋକଙ୍କ ପାଖରେ ପହଞ୍ଚିବାକୁ ନବୀନ ସରକାରର ଏକ ବିଶେଷ ଯୋଜନା

September 14, 2019No Comments4 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଆସନ୍ତା ଗାନ୍ଧି ଜୟନ୍ତୀଠାରୁ ନବୀନ ସରକାର ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିବେ । ଏହି ଅବସରରେ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରୁ ରାଜ୍ୟର ସମସ୍ତ ୬୩୫ ଥାନା ଅଧିକାରୀମାନଙ୍କ ସହିତ ଭିଡିଓ କନ୍‌ଫରେନସିଂ ଜରିଆରେ ମୋ ସରକାର କାର୍ଯ୍ୟକ୍ରମର ଗୁରୁତ୍ବପୂର୍ଣ୍ଣ ଦିଗ ଗୁଡ଼ିକ ସମ୍ପର୍କରେ ଆଲୋଚନା କରିଥିଲେ । ଅକ୍ଟୋବର ଦୁଇ ତାରିଖରୁ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅକ୍ଟୋବର ୨ଠାରୁ ସେ ନିଜେ ପ୍ରତିଦିନ ଥାନାକୁ ଆସୁଥିବା ବିଭିନ୍ନ ଅଭିଯୋଗକାରୀଙ୍କ ମଧ୍ୟରୁ ୧୦ ଜଣଙ୍କୁ ଫୋନ୍‌ କରି ସେମାନେ  ଥାନାରେ କିପରି ବ୍ୟବହାର ଓ ସେବା ପାଇଲେ, ସେ ବିଷୟରେ ପଚାରି ବୁଝିବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନସାଧାରଣ ହେଉଛନ୍ତି ପ୍ରକୃତ ସରକାର । ମୋ ସରକାର ହେଉଛି ସେମାନଙ୍କ ସରକାର । ସେମାନଙ୍କ ଅର୍ଥରେ ପ୍ରଶାସନ ଚାଲୁଛି, ପୋଲିସ୍‌ ଷ୍ଟେସନ ଚାଲୁଛି । ତେଣୁ ସେମାନଙ୍କୁ ସମ୍ମାନର ସହିତ ବ୍ୟବହାର କରିବା ଆମର ନୈତିକ ଦାୟିତ୍ବ ବୋଲି କହିଛନ୍ତି  ମୁଖ୍ୟମନ୍ତ୍ରୀ । ଯେତେବେଳେ କୌଣସି ଅଭିଯୋଗକାରୀ ଥାନାକୁ ଆସୁଛି, ସେତେବେଳେ ସେମାନଙ୍କୁ ଆମେ ସମ୍ପୂର୍ଣ୍ଣ ବୃତ୍ତିଗତ, ନୈତିକ ଓ ମାନବିକତା ସହ ବ୍ୟବହାର କରିବା ଅତ୍ୟନ୍ତ ଜରୁରୀ । ସେହିପରି ଲୋକଙ୍କ ମତାମତ ଉପରେ ଭଲ କାମକୁ ତୁରନ୍ତ ପ୍ରଶଂସା କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ସେ ନିଜେ ସମ୍ପୃକ୍ତ ଅଧିକାରୀଙ୍କୁ ପ୍ରଶଂସା ପତ୍ର ଦେବେ ଏବଂ ଯଦି ସନ୍ତୋଷଜନକ ନ ହେଉଛି, ଏନେଇ କାର୍ଯ୍ୟାନୁଷ୍ଠାନ ମଧ୍ୟ କରାଯିବ । ଥାନାକୁ ଆସୁଥିବା ପ୍ରତ୍ୟେକ ଅଭିଯୋଗକାରୀଙ୍କ ଫୋନ ନମ୍ବର ପଞ୍ଜୀକରଣ କରାଯିବା ସହିତ ଏହା ଏସ୍‌ପିଙ୍କଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ନିକଟରେ ଉପଲବ୍ଧ ହେବା ଜରୁରୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

‘ମୋ ସରକାର କାର୍ଯ୍ୟକ୍ରମରେ ନାଗରିକ କୌଣସି ସେବା ପାଇଁ ସରକାରଙ୍କ ପଛରେ ଗୋଡ଼ାଇବ ନାହିଁ । ବରଂ ସରକାର ଅଭିଯୋଗକାରୀଙ୍କୁ ଯୋଗାଯୋଗ କରି ସେମାନଙ୍କୁ ଉତ୍ତମ ସେବା ଯେଗାଇଦେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ମହିଳାମାନଙ୍କ ଅଭିଯୋଗକୁ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୋ’ ସରକାର ଜରିଆରେ ରାଜ୍ୟ ସରକାର ବ୍ୟବସ୍ଥାରେ ଆମୂଳଚୂଳ ପରିବର୍ତ୍ତନ ଆଣିବାକୁ ଉଦ୍ୟମ କରୁଛନ୍ତି । ପୂର୍ବରୁ ରାଜ୍ୟ ପୋଲିସ୍‌ ଉଗ୍ରବାଦ ଦମନ ହେଉ କି ହକି ଓ୍ବାଲର୍ଡ କପ୍‌ ପରିଚାଳନା, କିମ୍ବା ରଥଟାତ୍ରା ପରିଚାଳନା ହେଉ ପ୍ରତିଟି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ଦେଖାଛନ୍ତି  । ସେହିପରି ମୋ ସରକାର କାର୍ଯ୍ୟକ୍ରମକୁ ରାଜ୍ୟ ପୋଲିସ୍‌ ଖୁବ୍‌ ସଫଳତାର ସହିତ କାର୍ଯ୍ୟକାରୀ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଲେ ଯେ ପୋଲିସ୍‌ ଅଧିକାରୀମାନେ ନିଜକୁ ଜନସେବକ ଭାବି କାର୍ଯ୍ୟ କରିବା ସହିତ ବୈଷୟିକ ବିଦ୍ୟାର ଉପଯୋଗ କରି ଲୋକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ଉଚିତ୍‌ ବୋଲି କହିବା ସହିତ ସବୁ କର୍ମଚାରୀଙ୍କ ୫ଟି ପରଫର୍ମାନ୍ସରେ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ।  ସେହିପରି ଏହି କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ଦେଇ ଫାଇଭ୍‌ ଟି ସଚିବ ଶ୍ରୀ ଭିକେ ପାଣ୍ଡିଆନ୍‌ କହିଛନ୍ତି ଯେ, ‘ମୋ ସରକାର ଫାଇଭ୍‌ ଟି କାର୍ଯ୍ୟକ୍ରମର ଗୋଟିଏ ଗୁରୁତ୍ବପୂର୍ଣ୍ଣ ଅଂଶ । ଏବଂ ସାରା ଦେଶରେ ଏଭଳି କାର୍ଯ୍ୟକ୍ରମ ଗ୍ରହଣ କରିବାରେ ଓଡ଼ିଶା ହେଉଛି ପ୍ରଥମ ରାଜ୍ୟ । ଏଥିରେ ଅଭିଯୋଗକାରୀଙ୍କୁ ଆଉ କୁଆଡେ ଯିବାକୁ ଦରକାର ପଡ଼ିବ ନାହିଁ । ପୋଲିସ ଥାନାରେ ତା‘ର ଅଭିଯୋଗକୁ ଗୁରୁତ୍ବ ଦେଇ ତୁରନ୍ତ ପଦକ୍ଷେପ ନେବ । ଏହା ହିଁ ପରିବର୍ତ୍ତନ ।  ଥାନା ଓ ଡାକ୍ତରଖାନାକୁ ଲୋକମାନେ ନିଜ ଦୁଃଖ ଓ କଷ୍ଟ ଲାଘବ ପାଇଁ ଆସିଥା’ନ୍ତି । ତେଣୁ ମୋ ସରକାର କାର୍ଯ୍ୟକ୍ରମ ଏହି ଦୁଇ ବିଭାଗରୁ ହିଁ ପ୍ରଥମେ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି କରିଛନ୍ତି ବୋଲି ସେ ସୂଚନା ଦେଇଛନ୍ତି ।

କିପରି କାର୍ଯ୍ୟ କରିବ ‘ମୋ ସରକାର’

“ମୋ ସରକାର” କାର୍ୟକ୍ରମ କିପରି ଚାଲିବ, ସେ ବିଷୟରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ତଥା “ଫାଇଭ ଟି” ବିଭାଗର ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ ସବିଶେଷ ସୂଚନା ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ଅଭିଯୋଗକାରୀଙ୍କ ମୋବାଇଲ ନମ୍ବରକୁ ମୋ ସରକାର ପୋର୍ଟାଲରେ ତୁରନ୍ତ ପଂଜୀକରଣ କରାଯିବ । ପରେ ପରେ ତୁରନ୍ତ ଏକ ଏସ୍‌ଏମ୍‌ଏସ୍‌ ଅଭିଯୋଗକାରୀଙ୍କୁ ପାଖକୁ ଯିବ । ପରେ ପରେ ମୋ ସରକାର ପୋର୍ଟାଲରୁ ୧୦ଟି ନମ୍ବରକୁ ରାଣ୍ଡମ୍‌ ସିଲେକ୍ସନ୍‌ କରି ଅଭିଯୋଗକାରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ସିଧାସଳଖ କଥା ହେବେ ।  ଯଦି ଅଭିଯୋଗକାରୀର ମୋବାଇଲ ନମ୍ବର ନଥାଏ, ତେବେ ସେ ତାଙ୍କର ଆତ୍ମୀୟମାନଙ୍କ ନମ୍ବର ଦେଇପାରିବେ । ଯଦି ଥାନା ଅଧିକାରୀ ଅବହେଳା କ୍ରମେ ଅଭିଯୋଗକାରୀର ଟୋଲ୍‌ ଫ୍ରି ନମ୍ବରକୁ ଫୋନ୍‌ କଲାପରେ ଏସ୍‌ଏମ୍‌ଏସ୍‌ ପାଇପାରିବେ । ଥାନା ଅଧିକାରୀଙ୍କର ଏହି ଅବହେଳାକୁ ଗୁରୁତର ସହ ନିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ।

ଉତ୍ତମ କାର୍ଯ୍ୟ କଲେ ଅଧିକାରୀଙ୍କୁ ପଦୋନ୍ନତି ଦିଆଯିବ । ପ୍ରତି ମାସରେ ଜିଲ୍ଲା ସ୍ତରରେ ଫାଇଭ୍‌ ଟିରେ ଭଲ କାମ ପାଇଁ ମୋ ସରକାର ପୁରସ୍କାର ଏବଂ ରାଜ୍ୟସ୍ତରରେ ମଧ୍ୟ ଆନ୍ତଃ ବିଭାଗୀୟ ପୁରସ୍କାର ଦିଆଯିବ ବୋଲି ବୈଠକରେ ଘୋଷଣା କରାଯାଇଥିଲା ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂରେ ବିଭିନ୍ନ ଜିଲ୍ଲାରେ ଆଇଆଇସି ମାନଙ୍କ ସହିତ ମୋ ସରକାର କାର୍ଯ୍ୟକ୍ରମର ସଫଳ ପ୍ରୟୋଗ ସମ୍ପର୍କରେ ସିଧାସଳଖ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କମିଶନର, ସ୍ବରାଷ୍ଟ୍ର ବିଭାଗର ପ୍ରମୁଖ ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

ସାରା ଦେଶରେ ଏଭଳି କାର୍ଯ୍ୟକ୍ରମ ଗ୍ରହଣ କରିବାରେ ଓଡ଼ିଶା ହେଉଛି ପ୍ରଥମ ରାଜ୍ୟ । ଏଥିରେ ଅଭିଯୋଗକାରୀଙ୍କୁ ଆଉ ଅଫିସ ଅଫିସ ବୁଲି ହତାଶ ହେବାକୁ  ପଡ଼ିବ ନାହିଁ । ପୋଲିସ ଥାନାରେ ତା‘ର ଅଭିଯୋଗକୁ ଗୁରୁତ୍ବ ଦେଇ ତୁରନ୍ତ ପଦକ୍ଷେପ ନେବ । ଏହା ହିଁ ପରିବର୍ତ୍ତନ ।  ଥାନା ଓ ଡାକ୍ତରଖାନାକୁ ଲୋକମାନେ ନିଜ ଦୁଃଖ ଓ କଷ୍ଟ ଲାଘବ ପାଇଁ ଆସିଥା’ନ୍ତି । ତେଣୁ ମୋ ସରକାର କାର୍ଯ୍ୟକ୍ରମ ଏହି ଦୁଇ ବିଭାଗରୁ ହିଁ ପ୍ରଥମେ ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି କରିଛନ୍ତି ବୋଲି ସେ ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

“ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

April 19, 2026

ବଜେଟ ଅଧିବେଶନରେ ସଂସଦର ଉଭୟ ଗୃହରେ ୯ଟି ବିଲ୍ ପାସ୍

April 19, 2026

“ମହିଳା ସଶକ୍ତିକରଣର ସ୍ୱପ୍ନ ଚୁରମାର ହୋଇଯାଇଛି:” ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

April 18, 2026

ସାମୁଦ୍ରିକ ବୀମା ସୁରକ୍ଷା ଯୋଗାଇ ଦେବା ଲାଗି ସାର୍ବଭୌମ ଗ୍ୟାରେଣ୍ଟି ସହ ଗଠନ ହେବ ବିଏମଆଇ ପୁଲ୍

April 18, 2026
Latest News

କଟକରେ ସକାଳୁଆ ସ୍କୁଲ

April 19, 2026

ସାଇବର ଠକେଇ ବନ୍ଦ କରିବ : ‘ଅଭୟ’

April 19, 2026

ଗାଡ଼ି ସାଇଡ୍ ମାରିବାକୁ ନେଇ ତୁମୁଳକାଣ୍ଡ

April 19, 2026

ଯୁବକର ଉନ୍ମତ୍ତକାଣ୍ଡ: ଶାବଳ ମାଡ଼ରେ ଜଣେ ମୃତ

April 19, 2026

ଜଳଭଣ୍ଡାରରେ ବୁଡ଼ି ୨ ନାବାଳାକଙ୍କର ମୃତ୍ୟୁ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.