ପୋଲିସ ହେପାଜତରେ ଜଣେ ଯୁବକଙ୍କ ମୃତ୍ୟୁ ଅଭିଯୋଗ । ଚୋରା ମଦ ବେପାରୀ ସୁଶାନ୍ତ ବେହେରା ଓରଫ ମଙ୍ଗୁଳିକୁ ପୋଲିସ ଗିରଫ କରି ନେଇଥିବା ବେଳେ ସେ ଅସୁସ୍ଥ ହୋଇ ପଡିଥିଲା । ଗୁରୁତର ଅବସ୍ଥାରେ ପ୍ରଥମେ ପଟ୍ଟାମୁଣ୍ଡାଇ ଥାନାରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ଼ ମେଡିକାଲ୍କୁ ସ୍ଥାନାନ୍ତରିତ କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ଏହି ଅଭିଯୋଗ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରୁ ଆସିଛି । ଏହି ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ତ୍ୟକ୍ତ ଲୋକେ ଥାନା ଘେରାଉ କରିଛନ୍ତି । ସୁରକ୍ଷା ଦୃଷ୍ଟିରୁ ଏବେ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଛି ।