ବିଜେପୁର ଉପ ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜେପୁରର ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରକାଶିତ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ଆଜିଠୁ ନାମାଙ୍କନ ଦାଖଲ କରାଯାଇପାରିବ । ସେପ୍ଟେମ୍ବର 30 ତାରିଖ ନାମାଙ୍କନ ଦାଖଲର ଶେଷ ତାରିଖ ରଖାଯାଇଛି । ପଦ୍ମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ ହେବ ବୋଲି ଜଣାପଡିଛି । ଅକ୍ଟୋବର 1 ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ ଏବଂ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ଅକ୍ଟୋବର 3 ତାରିଖ ରହିଛି । 21 ତାରିଖ ସକାଳ 7ଟାରୁ ଅପରାହ୍ନ 5ଟା ପର୍ଯ୍ୟନ୍ତ ମତଦାନ କରାଯିବ ।