ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ରର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାକୁ ଛାଡ଼ି ଅନ୍ୟ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି । ଏଥିସହ କିଛି ଜିଲ୍ଲାରେ ଘଡ଼ଘଡ଼ି ହେବା ନେଇ ୟଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, ଅନୁଗୋଳ, କେନ୍ଦ୍ରାପଡ଼ା, ଗଞ୍ଜାମ, ନୟାଗଡ଼ ଓ ବାଲେଶ୍ୱର ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । 24 ତାରିଖ ପରଠୁ ବର୍ଷାର ପରିପାଣ ବଢ଼ିବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।