ଆଜି ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଭୁବନେଶ୍ୱରସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଦିନ 10.30 ଯାଏ ସତର୍କ ରହିବାକୁ 11ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି । ବାଲେଶ୍ୱର, ଯାଜପୁର, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର, କଟକ, ମୟୂରଭଞ୍ଜ ଓ ଭଦ୍ରକ ଜିଲ୍ଲା ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।