ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଫରେଷ୍ଟର ଜଗବନ୍ଧୁ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି । କେନ୍ଦୁପତ୍ର ବିଭାଗରେ ଫରେଷ୍ଟର ଭାବେ କାର୍ଯ୍ୟରତ ଥିବା ଜଗବନ୍ଧୁଙ୍କ ରଇଠାଣିସ୍ଥିତ ବାସଭବନ, ଟାଟା ମୋଟରକୁ ଭଡ଼ା ଦେଇଥିବା ଏକ ଅଟ୍ଟାଳିକା ସମେତ ଏକକାଳୀନ 4 ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରାଯାଇଛି । ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ଉ ହୋଇଛି ।