ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଏହା ସହ 11ଟି ଜିଲ୍ଲାରେ ଆଜି ଅବରାହ୍ନ ସୁଦ୍ଧା ବର୍ଷା ସାଙ୍ଗକୁ ବଜ୍ରପାତ ହେବା ସମ୍ଭାବନା ରହିଛି । ଏନେଇ ସତର୍କ ପରାମର୍ଶ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଓ ବଜ୍ରପାତ ହେବାକୁ ଥିବା ଜିଲ୍ଲାଗୁଡ଼ିକ ହେଲା ବୈାଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ଦେବଗଡ଼, ନୟାଗଡ଼, ଗଞ୍ଜାମ, ରାୟଗଡ଼ା, ମୟୂରଭଞ୍ଜ, ଖୋର୍ଦ୍ଧା ଓ କେନ୍ଦୁଝର ।