ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଓ ସୋନିଆ ଗାନ୍ଧୀ ଆଜି ବିଜୟ ଘାଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି । ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କ 116 ତମ ଜନ୍ମ ଦିବସରେ ବିଜୟ ଘାଟରେ ଏହି ଦୁଇ ନେତା ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ । ଲାଲବାହାଦୁର ଶାସ୍ତ୍ରୀଙ୍କ ପୁଅ ଅନିଲ ଶାସ୍ତ୍ରୀ ମଧ୍ୟ ବିଜୟ ଘାଟ ପହଞ୍ଚି ନିଜର ବାପାଙ୍କ ସ୍ମୃତିପୀଠରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।