Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅକ୍ଷୟ ମହାନ୍ତିଙ୍କ ଗୀତ ବିନା ଓଡିଶାର ସାମାଜିକ ଇତିହାସ ଲେଖା ଯାଇପାରିବ ନାହିଁ
ବିଶେଷ ଖବର

ଅକ୍ଷୟ ମହାନ୍ତିଙ୍କ ଗୀତ ବିନା ଓଡିଶାର ସାମାଜିକ ଇତିହାସ ଲେଖା ଯାଇପାରିବ ନାହିଁ

October 12, 2019No Comments4 Mins Read
Share Facebook Twitter LinkedIn Email WhatsApp Copy Link

କେଦାର ମିଶ୍ର 

(ଅକ୍ଷୟ ମହାନ୍ତି ଓରଫ ଖୋକା ଭାଇ। ଓଡିଶାର ପଚାଶ ବର୍ଷର ସାଂସ୍କୃତିକ ଇତିହାସ ଏଇ ଗୋଟିଏ ନାଁ ସହ ଜଡିତ। ଓଡିଆ ଅଜନଜୀବନର ପାପ ଓ ପୂଣ୍ୟ, ଗରିମା ଓ କଳଙ୍କ, ଭାବ ଓ ଅଭାବ, ସବୁ ସେଇ ଗୋଟିଏ କଣ୍ଠରେ ସ୍ଵର ହୋଇ ବଞ୍ଚି ରହିଛି। ଅକ୍ଷୟ ମହାନ୍ତି ନିଜେ ଏକ ଇତିହାସ। ଆଜି ସର୍ବକାଳୀନ ଲୋକପ୍ରିୟ ଓ ଚିର ସବୁଜ ଗାୟକ ଅକ୍ଷୟ ମହାନ୍ତିଙ୍କର 83ତମ ଜନ୍ମଦିବସ ।

ଅକ୍ଷୟ ମହାନ୍ତି କଟକ ସହରରେ ୧୨, ଅକ୍ଟୋବର ୧୯୩୬ ମସିହାରେ ଜନ୍ମଗ୍ରହଣ କରିଥିଲେ । ଖୋକାଭାଇ ରୂପେ ସଙ୍ଗୀତ ଦୁନିଆରେ ପରିଚିତ ଥିବା  ଅକ୍ଷୟଙ୍କର ପିତା ଥିଲେ ବିଚିତ୍ରାନନ୍ଦ ମହାନ୍ତି ଓ ମାଆ ସୁବର୍ଣ୍ଣା ମଞ୍ଜରୀ ମହାନ୍ତି । ସେ ଏକାଧାରରେ ଗାୟକ, ଗୀତିକାର, କବି, ସଂପାଦକ, ନିର୍ଦ୍ଦେଶକ, ଗାଳ୍ପିକ, ଔପନ୍ୟାସିକ ତଥା ଚିନ୍ତକ। ଆମ ସମୟର ଖୋକାଭାଇଙ୍କୁ ନେଇ ତାଙ୍କ ଜନ୍ମଦିବସ ଅବସରରେ ଏହି ଲେଖାର ପୁନରାବୃତ୍ତି।)

ଥରେ କେହି ଜଣେ କହିଥିଲେ- ଓଡିଶାରେ ଦୁଇ ପ୍ରକାର ଲୋକ ଅଛନ୍ତି, ୧-  ଯେଉଁମାନେ ଅକ୍ଷୟ ମହାନ୍ତିଙ୍କୁ ଶୁଣିଛନ୍ତି ଓ ୨. ଯେଉଁ ମାନେ ଅକ୍ଷୟ ମହାନ୍ତିଙ୍କୁ ଶୁଣିଛନ୍ତି, ଅଥଚ ଜାଣି ନାହାନ୍ତି ସେ ଅକ୍ଷୟ ମହାନ୍ତି ବୋଲି। ସତକଥା କହିବାକୁ ଗଲେ ଓଡିଶାରେ ଅକ୍ଷୟ ମହାନ୍ତିଙ୍କ ଗୀତ ଶୁଣିନଥିବା ଲୋକ କେହି ନଥାନ୍ତି। ଓଡିଶାର ସାମାଜିକ ଜୀବନରେ ଅକ୍ଷୟ ମହାନ୍ତି, ଏକ କିମ୍ବଦନ୍ତୀ, ଅନେକ କାହାଣୀର ନାୟକ, ଅନେକ ପାପ ଓ  ପୂଣ୍ୟର ମୂର୍ଛନା।  କେବେ ଶ୍ରୀକୃଷ୍ଣଙ୍କ ବଂଶୀ ଧ୍ବନୀ ପରି ଆତୁର କରୁଥିବା ଏକ ସ୍ବର, ପୁଣିକେବେ ମହାନଦୀରେ ଭାସି ଯାଉଥିବା ଡଂଗା ପରି ଟଳମଳ। ଅକ୍ଷୟ ମହାନ୍ତି ବିନା ଆମର ପ୍ରେମ,ବିରହ,ସ୍ମୃତି, ଗାଲୁଗପ, ଆମର ଖଟି,ଆମର ଇତିହାସ ଓ ଆମର ଆସର- କିଛି ବି ଚାଲିପାରିବ ନାହିଁ।ତାଂକ କଣ୍ଠସ୍ବର  ସର୍ବବ୍ୟାପୀ ଓ ସବୁ କିଛିକୁ ସମ୍ମୋହିତ କରି ରଖିଲା ପରି।ଅକ୍ଷୟ ମହାନ୍ତି କେବଳ ଗାୟକ ବା ଗୀତିକାର ନଥିଲେ, ସେଥିଲେ ତାଂକ ସମୟର ପ୍ରତିନିଧି। ନିଜ ସମୟର ସମାଜ ଓ ତାର ବିଭାବକୁ ଗୀତ କରି ଗାଇ ପାରିବାର କୌଶଳ ତାଂକୁ ଜଣାଥିଲା। ତେଣୁ ସେ ବୋଧେ ଓଡିଶାର ଏକ ମାତ୍ର ଗାୟକ ଯାହାଂକ ଗୀତରେ ଓଡିଶାର ଚାହାଣୀ,ଚଳନୀ,ଚମକ,ଛଇ,ଛଟା ସମେତ ଓଡିଶାର ଇତିହାସ ଓ ଐତିହ୍ୟର ସ୍ପଷ୍ଟ ପ୍ରତିଫଳନ ବାରି ହୋଇପଡେ। ଓଡିଶାରେ ବହୁ ବଡ ବଡ ଗାୟକ ଆସିଛନ୍ତି ଓ ଏବେବି ଅଛନ୍ତି, ହେଲେ ଜଣେ ଗାୟକର ଗୀତକୁ ନେଇ ଇତିହାସ ରଚନା ହେବାର ସମ୍ଭାବନା, କେବଳ ଜଣକ ପାଖରେ- ସେ ଆଉ କେହି ନୁହନ୍ତି, ସେ ଅକ୍ଷୟ ମହାନ୍ତି ଓରଫ୍ ଖୋକା ଭାଇ। ତାଂକ ଗୀତକୁ ନେଇ ସମକାଳୀନ ଓଡିଶାର ସମାଜକୁ ଖୋଜିବା ଆସନ୍ତୁ-

#ଅକ୍ଷୟ ମହାନ୍ତି, ଜନ୍ମ କଟକ ସହରରେ ୧୨ ଅକ୍ଟୋବର ୧୯୩୭ ଓ ଦେହାବସାନ ୧୭ ନଭେମ୍ବର ୨୦୦୨। ୬୬ ବର୍ଷର ଜୀବନକାଳରେ ଓଡିଶାର ସବୁ ହୃଦୟକୁ ଆନ୍ଦୋଳିତ କରିଥିବା ଅକ୍ଷୟ ମହାନ୍ତି, ଓଡିଶାର ଇତିହାସକୁ ନିଜ ସର୍ତ୍ତରେ ରଚନା କରିଛନ୍ତି। ସେ ଇତିହାସ ତାରିଖ, ତାଳପତ୍ର ପୋଥି, ଗୁମ୍ଫା ଚିତ୍ର କି ଶିଳାଲିପି ର ଇତିହାସ ନୁହଁ। ତାଂକ ଗୀତରେ ସାଧାରଣ ଓଡିଆର ଜୀବନ, ଜୀବିକା ଓ ଜୀଜୀବିଷାର କମ୍ପନ ରହିଛି।

#ମହାନଦୀ କଥା କହିଲେ “ଯା ରେ ଭାସି ଯା, ନୌକା ମୋର ଭାସିଯା’ ଗୀତଟି ମନେ ପଡିବାକୁ ବାଧ୍ୟ। ଶିବବ୍ରତ ଦାଶଂକ ରଚିତ ଏଇ ଗୀତ ଅକ୍ଷୟ ମହାଂତିଂକ କଣ୍ଠରେ ଗୋଟେ ଇତିହାସ ରଚନା କରିଛି। ମହାନଦୀ କେବଳ ସାରା ଓଡିଶାକୁ ଗୋଟିଏ ସୂତାରେ ଗୁନ୍ଥିନାହିଁ, ଏହା ଓଡିଶାର ବିବିଧ ସାଂସ୍କୃତିକ ଜୀବନବୋଧକୁ ନିଜ ପ୍ରବାହରେ ଏକାଠି କରିଛି। ସମ୍ବଲପୁରୀ ନୁନୀ ର ମହାନଦୀ ଓ କଟକିଆଣୀ ର ମହାନଦୀକୁ ଗୋଟିଏ ସୁରରେ ବାନ୍ଧି ରଖିଥିବା ଏ ଗୀତ ମହାନଦୀ ପାଇଁ ଜଣେ ଓଡିଆ କଳାକାରର ସବୁଠୁ ବଡ କୃତଜ୍ଞତା।

#କଟକ ସହର ଓ ଅକ୍ଷୟ ମହାନ୍ତି- ଗୋଟିଏ ଅସ୍ତିତ୍ବ। କଟକର ପାନ ଦୋକାନ, ଗଳି, ଘାଟ,ବଜାର,ଛକ, କଟକ ସହରର ଦାଦା ଟୋକା, ମାଇଚିଆ, ସୁଖଭୋଗୀ ମଧ୍ୟବିତ୍ତ,ଫୁଲେଇ ସୁନ୍ଦରୀ ଝିଅ ଓ ରସିକତା ର ଗୋଟି ଗୋଟି ଉଦାହରଣ ତାଂକ ଗୀତରେ ଆସିଛି।

#ଉଡି ଉଡି ଉଡି ଏ ମୋର ଗୁଡି ….. ତହୁଁ କାଂଜୀ ଗଲା ଖରେ…ଏ ଗୀତ ସବୁ ହୁଏତ ହାଲକା ଫୁଲକା ଲାଗି ପାରନ୍ତି, ହେଲେ ସବୁ ଗୀତରେ କଟକୀ ଜୀବନର ଛନ୍ଦ ଓ ଉନ୍ମାଦନା ଭରି ରହିଛି।ଅକ୍ଷୟ ମହାନ୍ତିଙ୍କ ଗୀତରେ ସେ ଯେଉଁ ଅମାନିଆଁ ଷଣ୍ଢ, ସେ ଖାଲି କଟକରେ ବାଇଆ ହୋଇ ବୁଲୁନାହିଁ, ସେ ମାଲ ଗୋଦାମ, ଛତ୍ର ବଜାର, କଲେଜ ଛକ, ଚୌଧୁରୀ ବଜାର ଦେଇ ପୁରା କଟକୀ ଜୀବନ କୁ ବୟାନ୍ କରୁଛି। ଷଣ୍ଢ ଏଠି ଗୋଟେ ମେଟାଫର ପାଲଟି ଯାଉଚି ଓ ସାରା କଟକ ସହରର ଜୀବନ କାହାଣୀ କୁ କହିଦେଉଛି।

#ଗାଥା କବିତା କୁ ଗୀତ କରି ଅକ୍ଷୟ ମହାନ୍ତି ଓଡିଶାର ଇତିହାସକୁ ଜୀବନ୍ତ କରିଛନ୍ତି। ଓଡିଆ ପରିଚୟ ଓ ଅସ୍ମିତା କୁ ଗଢିବାରେ ଏ ଗାଥା ସବୁର ଅତୁଳନୀୟ ଅବଦାନ ରହିଛି। କାଂଚୀ ଅଭିଯାନ, କୋଣାର୍କ ଗାଥା ଓ ମହାନଦୀ ତାର ଏକ ଏକ ଉଦାହରଣ।

Akhya Mohanty a great singer , music director, writer of Odisha.

#ଫକୀର ମୋହନଂକ “ରାଣ୍ଡି ପୁଅ ଅନନ୍ତା” ଓ  “ପେଟେଣ୍ଟ ମେଡିସିନ୍” ଗୀତି କାବ୍ୟ ର ରୂପ ନେଇ ଆମ ସାମାଜିକ ଜୀବନର ଅନେକ ସତ୍ୟ କୁ ଆବିଷ୍କାର କରନ୍ତି।

#କଟକ ଯେତେବେଳେ ତାର ରାଜଧାନୀ ପରିଚୟ ହରାଉଛି ଓ ୨୫ କିଲୋମିଟର ଦୂରରେ ନୁଆ ରାଜଧାନୀ ଭୁବନେଶ୍ବର ଗଢି ଉଠୁଛି, ଏ ଦୁଇ ସହର ର ନାଗରିକଂକ ମାନସିକ ସଂଘାତ ତଥା ଭାବ-ଅଭାବ ର କଥା ଅକ୍ଷୟ ଯେମିତି କହିଛନ୍ତି, ସେ ଐତିହାସିକ ଦୃଷ୍ଟିରୁ ବେଶୀ ଗୁରୁତ୍ବପୁର୍ଣ୍ଣ।ରାଜା ଝିଅ ସଂଗେ କରିଥିଲି ଭାବ….ବା..ବା..ରେ କାପିଟାଲ୍…କୁ ହାଲକା ରେ ନ ନେଇ ଟିକେ ଗଭୀର ଭାବେ ଶୁଣିଲେ, ନୁଆ କିଛି ଆବିଷ୍କାର କରାଯାଇ ପାରିବ।

#ଅଧା ଗଢା ଦିଅଙ୍କର ଚକା ଚକା ଆଖିକୁ……ଏମିତି ଏକ ଗୀତ ଯେଉଁଠି ସମଗ୍ର ଜଗନାଥ ମଂଦିର ଓ ତାର ପ୍ରଥା ଓ ପରମ୍ପରା ର ବର୍ଣ୍ଣନା ରହିଛି।ଏପରିକି ସାଲବେଗଂକ ରଚନାରୁ ‘କେଣେ ଘେନି ଯାଉଛ ଜଗନାଥଂକୁ’ ..ଗାଇଲା ବେଳେ ଇତିହାସର ଏକ ଅନ୍ଧାର ଅଧ୍ୟାୟ ର ବିଫଳତା କୁ ସେ ଅତି ଚମତ୍କାର ଭାବେ ଗାଇ ପାରନ୍ତି।

#ଭୀମ ଭୋଇ, ସାଲବେଗ, ଜଗନ୍ନାଥ ଦାସଂକୁ ଗାଇଲା ବେଳେ ସେ ଯେତିକି ଗମ୍ଭୀର ନୁଆ ଜମାନା ର ଗୀତରେ ସେତିକି ସହଜିଆ।ଗୀତ ରଚନା କଲାବେଳେ ଓଡିଶାର ଜନଜୀବନ ଓ ପାଣିପାଗ ତାଂକୁ କେବେବି ଛାଡ଼ି ନାହିଁ।କାଲି ଯଦି କଟକର ନୁଆ ଇତିହାସ ଲେଖାହେବ, ସେଠି ଅକ୍ଷୟ ମହାଂତିଂକ ଗୀତ ଗୋଟେ ବଡ ଉତ୍ସ ନିଶ୍ଚୟ।

#ବହୁ ଗାୟକଂକ ଗଳା ସୁନ୍ଦର, ସେମାନଂକ ପରିବେଷଣ ମଧୁର, ହୁଏତ ସଂଗୀତ ଶାସ୍ତ୍ରରେ ସେମାନେ ବେଶ୍ ଧୁରୀଣ- ହେଲେ ଅକ୍ଷୟ ନିଆରା। ତାଂକ ଗୀତ ଓଡିଆ ଜୀବନର ଦଲିଲ୍, ଆଉ ସେ ଦଲିଲ୍ ଅକ୍ଷୟ ଓ ଅମର। ଇତିହାସ ରଚନାରେ ସେଇ ସମୟର ଲୋକପ୍ରିୟ ଗୀତକୁ ସମାଜତାତ୍ତ୍ଵିକ ଉତ୍ସ ଭାବରେ ବହୁତ କମ ଐତିହାସିକ ଗ୍ରହଣ କରିଛନ୍ତି। ହେଲେ ଓଡିଶାର ନୂଆ ଇତିହାସ ଲେଖାହେଲା ବେଳେ ଅକ୍ଷୟ ମହାନ୍ତି ଆମଲାଗି ଗୋଟେ ବଡ ସାମାଜିକ ଓ ନୃତାତ୍ତ୍ଵିକ ଉତ୍ସ ହୋଇ ଆସିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ମହାନଦୀ ଜଳ ବିବାଦ, ଆସନ୍ତା ଦୀପାବଳୀ ବେଳକୁ ଶୁଭ ଖବର ମିଳିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

August 1, 2026

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.