Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି ଓ ରାହୁଲ୍‌
ଆଜିର ଖବର

ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି ଓ ରାହୁଲ୍‌

October 13, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଆଜିକୁ ଆଉ ଆଠ ଦିନ ବାକି ରହିଲା । ଆସନ୍ତା ଅକ୍ଟୋବର ୨୧ ତାରିଖରେ ଏହି ଦୁଇ ରାଜ୍ୟ ପାଇଁ ଭୋଟପ୍ରକ୍ରିୟା ଅନୁଷ୍ଠିତ ହେବ । ଏହି ନିର୍ବାଚନରେ ମତଦାତାଙ୍କୁ ଆକର୍ଷଣ କରିବା ପାଇଁ କଂଗ୍ରେସ ଓ ବିଜେପି ସମେତ ସମସ୍ତ ରାଜନୖେତିକ ଦଳମାନେ ପୂରା ଅଣ୍ଟା ଭିଡ଼ି ସାରିଲେଣି । ଆଜି ବିଜେପି ତରଫରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ନେତା ରାହୁଲ୍‌ ଗାନ୍ଧି ନିର୍ବାଚନୀ ପ୍ରଚାରକୁ ଓହ୍ଲାଇବେ । ପିଏମ୍‌ ମୋଦି ଆଜି ଦ୍ବିପ୍ରହର ୧୨ଟାରେ ଉତ୍ତର ମହାରାଷ୍ଟ୍ରର ଜଲଗାଓ୍ବଠାରେ ଏକ ରାଲିର ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ । ପରେ ସନ୍ଧ୍ୟା ୪ ଘଟିକା ସମୟରେ ବିଦର୍ଭର ଭଣ୍ଡାରା ଝିଲ୍‌ଲାର ସକୋଲିଠାରେ ଆଉ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ନିର୍ବାଚନୀ ପ୍ରଚାର ଅଭିଯାନରେ ପ୍ରଧାନମନ୍ତ୍ରୀ ରାଜ୍ୟରେ ମୋଟ ୯ଟି ରାଲିକୁ ସମ୍ବୋଧିତ କରିବେ । ସେହିପରି ହରିୟାଣାରେ ମଧ୍ୟ ରାଲି କରିବେ ମୋଦି। ସେହିପରି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି ଆଜି ମହାରାଷ୍ଟ୍ରର ଲାତୁରଠାରେ ପ୍ରଥମ ଜନସଭାକୁ ସମ୍ବୋଧିତ କରିବେ । ପରେ ପରେ ମୁମ୍ବାଇର ଚାନ୍ଦବଲି ଓ ଧାରାବୀ ଅଞ୍ଚଳରେ ମଧ୍ୟ ନିଜ ଦଳର ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିବେ । ଚଳିତ ଲୋକସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି ରାହୁଲ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.