Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟର ପ୍ରମୁଖ ୫ଟି ରେଳଷ୍ଟେସନର ସୁରକ୍ଷା ବଢିବ : ରେଲ୍‌ଓ୍ବେ ଏଡିଜି
ଆଜିର ଖବର

ରାଜ୍ୟର ପ୍ରମୁଖ ୫ଟି ରେଳଷ୍ଟେସନର ସୁରକ୍ଷା ବଢିବ : ରେଲ୍‌ଓ୍ବେ ଏଡିଜି

October 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀଙ୍କ ଗତିବିଧି ରୋକିବାକୁ ରାଜ୍ୟର ୫ଟି ପ୍ରମୁଖ ରେଳ ଷ୍ଟେସନରେ ସୁରକ୍ଷା ବୃଦ୍ଧି କରାଯିବ। ରେଳ ସୁରକ୍ଷା ବୈଠକ ପରେ ରେଲୱେ ଏଡିଜି ପ୍ରାଣବିନ୍ଦୁ ଆଚାର୍ଯ୍ୟ ଏନେଇ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, ଦେଶରେ ବାଂଲାଦେଶୀ ଆତଙ୍କବାଦୀ ସଂଗଠନର ଗତିବିଧି ବୃଦ୍ଧି ପାଇଛି। ତେବେ ଓଡ଼ିଶାରେ ମଧ୍ୟ ବାଂଲାଦେଶୀ ଆତଙ୍କବାଦୀଙ୍କ ଚଳପ୍ରଚଳ ବଢୁଥିବା ନେଇ ଗତକାଲି ନୂଆଦିଲ୍ଲୀରେ ବସିଥିବା ବୈଠକରେ ଏନଆଇଏ ଡିଜି ଯୋଗେଶ ଚନ୍ଦ୍ର ମୋଦୀ ସୂଚନା ଦେଇଥିଲେ। ଓଡ଼ିଶା, ଆସାମ ଓ ଝାଡ଼ଖଣ୍ଡରେ ବାଂଲାଦେଶୀ ଆତଙ୍କବାଦୀଙ୍କ ଗତିବିଧି ବଢିଛି ବୋଲି ଏନଆଇଏ ଡିଜି ଯୋଗେଶ ଚନ୍ଦ୍ର ମୋଦୀ କହିଥିଲେ। ଓଡ଼ିଶାରେ ବାଂଲାଦେଶୀ ଆତଙ୍କବାଦୀଙ୍କ ଚଳପ୍ରଚଳ ବଢୁଥିବାରୁ ତାକୁ ପ୍ରତିହତ କରିବା ପାଇଁ ରେଳ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୫ଟି ପ୍ରମୁଖ ରେଳ ଷ୍ଟେସନର ସୁରକ୍ଷା ବୃଦ୍ଧିସହିତ କେନ୍ଦ୍ର ସରକାରଙ୍କ ଇଣ୍ଟିଗ୍ରେଟେଡ୍‌ ସିକ୍ୟୁରିଟି ସ୍କିମ୍‌ ଅନୁସାରେ ସୁରକ୍ଷା ବଢାଯିବା ଉପରେ ଆଲୋଚନା ହୋଇଛି। ଏତଦ୍‌ବ୍ୟତୀତ ଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା, ସମସ୍ତ ରେଳ ଷ୍ଟେସନକୁ ଅଗ୍ନି ନିରାପତ୍ତା ସାର୍ଟିଫିକେଟ୍‌, ଷ୍ଟେସନରେ ସବୁ ଅଞ୍ଚଳରେ ସିସିଟିଭି ନେଇ ବ୍ୟବସ୍ଥା ଓ ପ୍ରତି ଷ୍ଟେସନରେ ଡିସ୍‌ପ୍ଲେ ବୋର୍ଡ ଲଗାଯିବ ନେଇ ଗୁରୁତ୍ବ ଦିଆଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୨ ରୁ ସ୍ଵତନ୍ତ୍ର ଅଭିଯାନ “ଆମ ସଂକଳ୍ପ – ନିଶା ନୁହେଁ ଜୀବନ” ଓ “ନିଶା ମୁକ୍ତ ଭୁବନେଶ୍ୱର”

September 24, 2025

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

September 24, 2025

ଆଜି ସେପ୍ଟେମ୍ବର ୨୪ ତାରିଖ ବୁଧବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2025

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025
Latest News

ଅକ୍ଟୋବର ୨ ରୁ ସ୍ଵତନ୍ତ୍ର ଅଭିଯାନ “ଆମ ସଂକଳ୍ପ – ନିଶା ନୁହେଁ ଜୀବନ” ଓ “ନିଶା ମୁକ୍ତ ଭୁବନେଶ୍ୱର”

September 24, 2025

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

September 24, 2025

ଆଜି ସେପ୍ଟେମ୍ବର ୨୪ ତାରିଖ ବୁଧବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

September 24, 2025

କାଲୋଲ ପୌରପାଳିକାରେ ୧୪୪ କୋଟି ମୂଲ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ

September 23, 2025

ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଦେଲେ କଡା ଜବାବ, କହିଲେ…

September 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.