Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ : ସକାଳ ୧୦ଟା ସୁଦ୍ଧା ମହାରାଷ୍ଟ୍ରରେ ୫.୬% ଓ ହରିୟାଣାରେ ୮.୭୩% ମତଦାନ
ଆଜିର ଖବର

ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ : ସକାଳ ୧୦ଟା ସୁଦ୍ଧା ମହାରାଷ୍ଟ୍ରରେ ୫.୬% ଓ ହରିୟାଣାରେ ୮.୭୩% ମତଦାନ

October 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ସୋମବାର ପୂର୍ବାହ୍ଣ ୭ଟାରୁ ଆରମ୍ଭ ହୋଇଯାଇଛି । ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ଏବଂ ହରିୟାଣାର ୯୦ ଆସନ ପାଇଁ ସନ୍ଧ୍ୟା ୬ଟା ଯାଏଁ ମତଦାନ ଜାରି ରହିବ । ମହାରାଷ୍ଟ୍ରରେ ମୋଟ ୮ କୋଟି ୯୮ ଲକ୍ଷ ୩୯ ହଜାର ୬୦୦ ଲୋକ ଭୋଟ ଦେବେ । ଏଥିରେ ମହିଳାଙ୍କ ସଂଖ୍ୟା ହେଉଛି ୪ କୋଟି ୨୮ ଲକ୍ଷ ୪୩ ହଜାର ୬୩୫ ଜଣ । ରାଜ୍ୟରେ ମତଦାନ ପାଇଁ ୯୬ ହଜାର ୬୬୧ ବୁଥ କରାଯାଇଛି । ନିର୍ବାଚନରେ ୨୩୫ ଜଣ ମହିଳାଙ୍କ ସମେତ ୩୨୩୭ ଜଣ ପ୍ରାର୍ଥୀ ଛିଡ଼ା ହୋଇଛନ୍ତି ।  ସେହିପରି ହରିୟାଣାରେ ୯୮.୭ ଲକ୍ଷ ପୁରୁଷ ଓ ୮୫.୧ ଲକ୍ଷ ମହିଳା ଭୋଟର ଥିବାବେଳେ ତୃତୀୟ ଲିଙ୍ଗ ୨୫୨ ଜଣ ରହିଛନ୍ତି । ମହାରାଷ୍ଟ୍ରରେ ୩୨୩୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୮.୯ କୋଟି ଭୋଟର । ହରିୟାଣାରେ ୧୧୬୮ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧.୮ କୋଟି ଭୋଟର । ମିଳିଥିବା ସୂଚନା ଅନୁସାରେ ମହାରାଷ୍ଟ୍ରରେ ସକାଳ ୯ଟା ସୁଦ୍ଧା ୫.୬% ମତଦାନ ହୋଇଥିବାବେଳେ ହରିୟାଣାରେ ସକାଳ ୧୦ଟା ସୁଦ୍ଧା ୮.୭୩ ପ୍ରତିଶତ ମତଦାନ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026

ଖୋର୍ଦ୍ଧା ଜିଲ୍ଲା ସରକାରୀ କର୍ମଚାରୀ ସାଂସ୍କୃତିକ ପରିଷଦ ଉପଦେଷ୍ଟା ମଣ୍ଡଳୀ ବୈଠକ

March 10, 2026
Latest News

ପରିବର୍ତ୍ତନଶୀଳ ବିଶ୍ୱ ବ୍ୟବସ୍ଥା: ଆନ୍ତର୍ଜାତୀୟ ରାଜନୀତିର ନୂଆ ପରିଦୃଶ୍ୟ

March 10, 2026

ପରବର୍ତ୍ତୀ ବିଶ୍ୱକପ୍ ଜିତିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଗୌତମ ଗମ୍ଭୀର: ଜାଣନ୍ତୁ କ’ଣ କହିଲେ ମୁଖ୍ୟ ପ୍ରଶିକ୍ଷକ?

March 10, 2026

“ଏଲପିଜି ଉତ୍ପାଦନ ବୃଦ୍ଧି କର”: କମ୍ପାନୀଗୁଡିକୁ ନିର୍ଦ୍ଦେଶ ଦେଲେ  ସରକାର

March 10, 2026

ଡାଇରିଆର ତ୍ୱରିତ ନିଦାନ ଲାଗି ବିକଶିତ ହେବ ସ୍ୱଦେଶୀ କିଟ୍

March 10, 2026

ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ- ୨୦୨୬

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.