ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ବହୁ ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଗତ 24 ଘଣ୍ଟା ମଧ୍ୟରେ 5ଟି ଜିଲ୍ଲାର 46ଟି ବ୍ଲକରେ 100ମିମିରୁ ଅଧିକ ବର୍ଷା ରେକର୍ଡ କରାଯାଇଥିବାବେଳେ ପୁରୀର କୃଷ୍ଣପ୍ରସାଦ ବ୍ଲକରେ ସର୍ବାଧିକ 249.5 ମିମି ବର୍ଷା ହୋଇଛି । ପ୍ରବଳ ବର୍ଷା କାରଣରୁ 5ଟି ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ, 10ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଓ 5ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।