ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପୁଣି ଆରମ୍ଭ ହୋଇଛି ଉଚ୍ଛେଦ ପ୍ରକ୍ରିୟା । ମୋଚିସାହିରେ ଥିବା ମହୋଦଧି ମାର୍କେଟ୍ କମ୍ପ୍ଲେକ୍ସକୁ ପୂର୍ବରୁ ଜିଲ୍ଲା ପ୍ରଶାସନ ବିପଦସଙ୍କୁଳ ଘୋଷଣା କରିଥିବା ବେଳେ ଆଜି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି । ମହୋଦଧି ମାର୍କେଟ କମ୍ପ୍ଲେକ୍ସରେ 58ଟି ଦୋକାନ ସହିତ କୋଅପରେଟିଭ୍ ସଂସ୍ଥାର ଶାଖା ବି ରହିଛି । ଶାନ୍ତିଶୃଙ୍ଖଳା ରକ୍ଷା ଲାଗି ଏଠାରେ ଏକ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । ଉଚ୍ଛେଦ ପରେ ଏଠାରେ ବହୁତଳ ବିଶିଷ୍ଟ ମାର୍କେଟ୍ କମ୍ପ୍ଲେକ୍ସ ନିର୍ମାଣ କରାଯିବାର ଯୋଜନା ରହିଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣାପଡ଼ିଛି ।