ଉତ୍ତର ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ କ୍ରମେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଏହା ଦୁଇ ତିନି ମଧ୍ୟରେ ଘନୀଭୂତ ହୋଇ ଡିପ୍ରେସନ୍ ରୂପ ନେଇପାରେ ବୋଲି ସୂଚନା ରହିଛି । ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡିପ୍ରେସନ୍ ରୂପ ନେଇପାରେ ବୋଲି ସୂଚନା ରହିଛି । ଘନୀଭୂତ ପରେ ଉତ୍ତର, ଉତ୍ତର –ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୯ ତାରିଖରୁ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି ।