ତିସ୍ ହଜାରୀ କୋର୍ଟରେ ପୋଲିସ ଏବଂ ଆଇଜୀବୀଙ୍କ ମଧ୍ୟରେ ଉତ୍ତେଜନା ଯୋଗୁ ସୋମବାର ଆଇନଜୀବୀମାନେ ହରତାଳ କରିଛନ୍ତି। ଇତିମଧ୍ୟରେ ସ୍ଥାନୀୟ କଡ଼କଡ଼ଡ଼ୋମା କୋର୍ଟରେ କେତେକ ଆଇନଜୀବୀ ଜଣେ ପୋଲିସଙ୍କ ମଧ୍ୟରେ ପାଟିତୁଣ୍ଡ ତଥା ଝଗଡା ହୋଇଥିବାର ଖବର ସାମ୍ନାକୁ ଆସିଛି । ମିଳିଥିବା ସୂଚନା ଅନୁସାରେ କିଛି ଓକିଲ ପୋଲିସ୍ କର୍ମୀଙ୍କୁ ମାରପିଟ୍ ମଧ୍ୟ କରିଛନ୍ତି । ଖବର ପାଇ ଉଚ୍ଚ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏଠାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।