Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡ୍ରାଇଭିଂ ଲାଇସେନ୍ସକୁ ନେଇ ବାଣପୁରରେ ତୀବ୍ର ଜନଅସନ୍ତୋଷ: ଆରଟିଓ କ୍ୟାମ୍ପ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
ଆଞ୍ଚଳିକ

ଡ୍ରାଇଭିଂ ଲାଇସେନ୍ସକୁ ନେଇ ବାଣପୁରରେ ତୀବ୍ର ଜନଅସନ୍ତୋଷ: ଆରଟିଓ କ୍ୟାମ୍ପ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

November 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ବାଣପୁର,୨୯/୧୧: ବାଣପୁରରେ ଆରଟିଓ କ୍ୟାମ୍ପ ସ୍ଥାପନ ପାଇଁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି।୧୩ ନମ୍ବର ଜୋନର ଜିଲ୍ଲା ପରିଷଦ ସଦସ୍ୟ ଅମରେନ୍ଦ୍ର ରଣସିଂହ ଏନେଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ମୋଟର ଯାନ ଆଇନ୍ ସେପ୍ଟମ୍ବର ୧ ତାରିଖରେ ଲାଗୁ କରାଯାଇଥିଲା। ଏହି ଆଇନ୍ ବଳରେ ପୋଲିସ ଚେକିଂରେ ସାଧାରଣ ଜନତା ଅସୁବିଧାର ସମ୍ମୁଖୀନ ହେବା ଫଳରେ ରାଜ୍ୟ ସରକାରଙ୍କ ପକ୍ଷରୁ ତିନି ମାସର ମହଲତ ପ୍ରଦାନ କରାଯାଇଥିଲା। ଏତଦବ୍ୟତୀତ ରାଜ୍ୟର ପ୍ରତି ବ୍ଲକରେ ଅସ୍ଥାୟୀ ଆରଟିଓ କ୍ୟାମ୍ପ ସ୍ଥାପନର ପ୍ରତିଶ୍ରୁତି ଦିଆଯାଇଥିଲା। ଏହି ସମସ୍ତ କ୍ୟାମ୍ପରେ ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟ ସୁବିଧା ପ୍ରଦାନର ବ୍ୟବସ୍ଥା ରହିବା ନେଇ ଘୋଷଣା କରାଯାଇଥିଲା। ସରକାରଙ୍କ ପକ୍ଷରୁ ଦିଆଯାଇଥିବା ପ୍ରଥମ ଅବଧି ଶେଷ ହେବା ସହିତ ପୁନର୍ବାର ତିନି ମାସର ମହଲତ ପ୍ରଦାନ କରାଗଲାଣି ମାତ୍ର ବର୍ତ୍ତମାନ ସୁଦ୍ଧା ବାଣପୁରରେ ଆରଟିଓ କେନ୍ଦ୍ର ସ୍ଥାପନ ସମ୍ଭବ ହୋଇନାହିଁ।

ଖୋର୍ଦ୍ଧାର ଅନ୍ତିମ ପ୍ରାନ୍ତରେ ଅବସ୍ଥାପିତ ବାଣପୁରର ସଂଖ୍ୟାଧିକ ଲୋକେ ଦିନମଜୁରିଆ ହୋଇଥିବାରୁ ୮୦କିମି ଦୂର ଯାଇ ଖୋର୍ଦ୍ଧାରେ ଲାଇସେନ୍ସ ଆବେଦନ କରିବା ସମସ୍ତଙ୍କ ପକ୍ଷେ ସମ୍ଭବ ହୋଇପାରୁନାହିଁ। ଅପରପକ୍ଷେ ବାଣପୁରରେ ଆବଶ୍ୟକୀୟ କ୍ୟାମ୍ପ ଉପଲବ୍ଧ ନଥିଲେ ମଧ୍ୟ ପୋଲିସ୍ ଏଠାରେ କଡାକଡ଼ି ଯାଞ୍ଚ କରୁଛି। ପ୍ରଥମେ ଆବଶ୍ୟକ ସଂଖ୍ୟକ ଆରଟିଓ କ୍ୟାମ୍ପ ସହିତ ଆନୁସଙ୍ଗିକ ବ୍ୟବସ୍ଥା କରି ଚେକିଂ କରାଯିବା ନେଇ ସାଧାରଣରେ ଦାବି ହେଉଛି।

ରିପୋର୍ଟର : ସୁନୀଲ କୁମାର ଭୋଳ (ବିଜୁ)

ମୋବାଇଲ :୯୩୩୭ ୧୭୪ ୭୯୪

BANAPUR khordha rto
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Latest News

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026

ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା : ଅଭିଯୁକ୍ତ ଗିରଫ

April 23, 2026

ଭୋଟ ଦେଉଛି ତାମିଲନାଡୁ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.