Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାପୁଙ୍କ ପୁଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଆଜିର ଖବର

ବାପୁଙ୍କ ପୁଣ୍ୟତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

January 30, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ରାଷ୍ଟ୍ରପିତା ମହାତ୍ମା ଗାନ୍ଧିଙ୍କ ପୁଣ୍ୟତିଥି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସମେତ ଦେଶର ବହୁ ବଡ଼ ବଡ ନେତା ଗୁରୁବାର ଦିନ ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । 1948 ମସିହା ଜାନୁଆରୀ 30 ତାରିଖରେ ଗୁଳି କରି ହତ୍ୟା କରାଯାଇଥିଲା । ରାଷ୍ଟ୍ରପତି ରାମନାଥ କୋବିନ୍ଦ ମହାତ୍ମା ଗାନ୍ଧିଙ୍କ ପୁଣ୍ୟତିଥି ଅବସରରେ ଏକ ପ୍ରବନ୍ଧ ଲେଖିଛନ୍ତି । ରାଷ୍ଟ୍ରପତି କୋବିନ୍ଦ କହିଛନ୍ତି ଯେ, ବାପୁ ବିଦାୟୀ ନେବା ସମୟରେ ସାରା ଦୁନିଆକୁ ପ୍ରେମର ବାର୍ତ୍ତା ଦେଇଥିଲେ । ମହାତ୍ମା ଗାନ୍ଧିଙ୍କ ବିଚାରରୁ ଆମେ ବହୁତ କିଛି ଶିଖିବା ନେଇ ମୁଁ ଆଶା ରଖୁଛି ବୋଲି ରାଷ୍ଟ୍ରପତି ତାଙ୍କ ପ୍ରବନ୍ଧରେ ଲେଖିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ ଟୁଇଟ୍‌ କରି ଲେଖିଛନ୍ତି ଯେ, ରାଷ୍ଟ୍ରପିତା ମହାତ୍ମା ଗାନ୍ଧିଙ୍କ ପୁଣ୍ୟତିଥି ଅବସରରେ ତାଙ୍କୁ କୋଟି କୋଟି ନମନ । ପୁଜ୍ୟ ବାପୁଙ୍କ ବ୍ୟକ୍ତିତ୍ବ, ବିଚାର ଓ ଆଦର୍ଶ ଆମକୁ ସଶକ୍ତି ,ସକ୍ଷମ ଓ ସମୃଦ୍ଧ ନ୍ୟୁ ଇଣ୍ଡିଆର ନିର୍ମାଣ ପାଇଁ ପ୍ରେରିତ କରି ରହିବ। ସେହିପରି କଂଗ୍ରେସ ନେତା ତଥା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଏକ ଭିଡିଓ ଟୁଇଟ୍‌ କରି ମହାତ୍ମା ଗାନ୍ଧିଙ୍କୁ ନମନ କରିଛନ୍ତି । ଭିଡିଓ ସେୟାର କରି ପ୍ରିୟଙ୍କା ଲେଖିଛନ୍ତି ଯେ, ବାପୁ ତୁମେ ଏବେ ବି ଜୀବିତ, କ୍ଷେତର ଖଳାଘରରେ, ନ୍ୟାୟ, ସତ୍ୟ ଓ ପ୍ରେମର ଅଭିଳାଷରେ।’ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଧ୍ୟ ରାଜଘାଟ ଯାଇ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି ।

ମହାତ୍ମା ଗାନ୍ଧିଙ୍କ ପୁଣ୍ୟତିଥି ଅବସରରେ ଆଜି ଦେଶରେ ନାଗରିକତା ସଂଶୋଧନ ଆଇନ ବିରୋଧରେ ବିରୋଧ ପ୍ରଦର୍ଶନ କରାଯିବ । ଦିଲ୍ଲୀର ରାଜଘାଟଠାରେ ଆଜି ଷ୍ଟୁଡେଣ୍ଟ ୟୁନିଅନମାନେ ମିଳିତ ଭାବରେ ଏକ ମାନବଶୃଙ୍ଖଳ ତିଆରି କରି ଏକତାର ପରିଚୟ ଦେବେ। ସେହିପରି ଯଶଓ୍ବନ୍ତ ସିହ୍ନାଙ୍କ ଗାନ୍ଧି ଯାତ୍ରାର ସମାପନ ମଧ୍ୟ ଆଜି ରାଜଘାଟଠାରେ ହେବ ।

pm modi
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026
Latest News

ଜିମ୍ବାୱେ ବିପକ୍ଷରେ କେହଳିବେ ନାହିଁ ରିଙ୍କୁ ସିଂହ!: ଜାଣନ୍ତୁ କାହାକୁ ମିଳିବ ସୁଯୋଗ?

February 25, 2026

ରିଲାଏନ୍ସ ଫାଉଣ୍ଡେସନ ସହାୟତାରେ ଢେଙ୍କାନାଳର ସୋରଟ ଗାଁରେ ୨୦ ବର୍ଷ ପରେ ପୁଣି ଚାଷ ଆରମ୍ଭ

February 25, 2026

“ଆମେ ନ୍ୟାୟପାଳିକାକୁ ବଦନାମ କରିବା ପାଇଁ ଦେବୁ ନାହିଁ…”: NCERT ପୁସ୍ତକ ଉପରେ CJI କ୍ଷୁବ୍ଧ

February 25, 2026

କେତେ ବଢିଲା ସୁନା ଓ ରୂପା ମୂଲ୍ୟ?: ଜାଣନ୍ତୁ ଆଜିର ଦର

February 25, 2026

କିପରି ପ୍ଲସ୍ ଜୋନ୍‌କୁ ଆସିବ ନେଟ୍ ରନ୍ ରେଟ୍?: ଜାଣନ୍ତୁ ଜିମ୍ବାୱେ ବିପକ୍ଷରେ ଭାରତର ସମୀକରଣ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.