ବାହାଘର ଶୋଭାଯାତ୍ରାରେ ଟ୍ରକ୍ ମାଡ଼ି ୧୩ ଜଣଙ୍କ ମୃତ୍ୟୁ

Published: Feb 19, 2019, 12:23 pm IST

ରାଜସ୍ଥାନର ରାଜଧାନୀ ଜୟପୁର ଠାରୁ ୪୧୭ କିଲୋମିଟର ଦୂର ଅମ୍ବାୱାଲି ଗାଁରେ ପ୍ରତାପଗଡ଼-ଜୟପୁର ରାଜପଥରେ ଏହି ଶୋଭାଯାତ୍ରା ଚାଲିଥିବା ବେଳେ ଦୁର୍ଘଟଣା ଘଟିଥିଲା । ରାସ୍ତାକଡ଼ରେ ରହୁଥିବା ଲୋକେ ବି ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ୯ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲ୍ ଯିବା ବାଟରେ ଆଉ ୪ ଜଣଙ୍କର ମୃତ୍ୟୁ ଘଟିଥିଲା । ସେହିପରି ବରଙ୍କ ସମେତ ୧୫ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Related posts