
ଶ୍ରୀନଗର : ଜମ୍ମୁ କାଶ୍ମୀରର ଶ୍ରୀନଗରରେ ଏକ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି । ଏହି ଏନ୍କାଉଣ୍ଟରରେ ଜଣେ ସିଆରପିଏଫ୍ ଯବାନ ମଧ୍ୟ ଶହୀଦ ହୋଇଛନ୍ତି । ବୁଧବାର ଶ୍ରୀନଗରରେ ଏହି ଏନକାଉଣ୍ଟର ସଙ୍ଗଠିତ ହୋଇଥିଲା । ସିଆରପିଏଫ୍ ପକ୍ଷରୁ ସର୍ଚ୍ଚ ଅପରେସନ୍ କରାଯାଇଥିବା ବେଳେ ଆତଙ୍କୀ ମାନେ ଆକ୍ରମଣ କରିଥିଲେ । ସିଆରପିଏଫ୍ ପକ୍ଷରୁ ପ୍ରତି ଆକ୍ରମଣରେ ଦୁଇ ଆତଙ୍କୀ ପ୍ରାଣ ହରାଇଥିଲେ । ଦୁଇ ଆତଙ୍କୀଙ୍କ ପରିଚୟ ଗୋପନ ରଖାଯାଇଛି ।