Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସିନେମା»ଅକ୍ଷୟ ମହାନ୍ତିଙ୍କ ଗୀତ ବିନା ଓଡିଶାର ସାମାଜିକ ଇତିହାସ ଲେଖା ଯାଇପାରିବ ନାହିଁ
ସିନେମା

ଅକ୍ଷୟ ମହାନ୍ତିଙ୍କ ଗୀତ ବିନା ଓଡିଶାର ସାମାଜିକ ଇତିହାସ ଲେଖା ଯାଇପାରିବ ନାହିଁ

February 21, 2019No Comments4 Mins Read
Share Facebook Twitter LinkedIn Email WhatsApp Copy Link
Akhya Mohanty a great singer , music director, writer of Odisha.
Akhya Mohanty a great singer , music director, writer of Odisha.

କେଦାର ମିଶ୍ର

ଥରେ କେହି ଜଣେ କହିଥିଲେ- ଓଡିଶାରେ ଦୁଇ ପ୍ରକାର ଲୋକ ଅଛନ୍ତି, ୧-  ଯେଉଁମାନେ ଅକ୍ଷୟ ମହାନ୍ତିଙ୍କୁ ଶୁଣିଛନ୍ତି ଓ ୨. ଯେଉଁ ମାନେ ଅକ୍ଷୟ ମହାନ୍ତିଙ୍କୁ ଶୁଣିଛନ୍ତି, ଅଥଚ ଜାଣି ନାହାନ୍ତି ସେ ଅକ୍ଷୟ ମହାନ୍ତି ବୋଲି। ସତକଥା କହିବାକୁ ଗଲେ ଓଡିଶାରେ ଅକ୍ଷୟ ମହାନ୍ତିଙ୍କ ଗୀତ ଶୁଣିନଥିବା ଲୋକ କେହି ନଥାନ୍ତି। ଓଡିଶାର ସାମାଜିକ ଜୀବନରେ ଅକ୍ଷୟ ମହାନ୍ତି, ଏକ କିମ୍ବଦନ୍ତି, ଅନେକ କାହାଣୀର ନାୟକ, ଅନେକ ପାପ ଓ  ପୂଣ୍ୟର ମୂର୍ଛନା।  କେବେ ଶ୍ରୀକୃଷ୍ଣଙ୍କ ବଂଶୀ ଧ୍ବନୀ ପରି ଆତୁର କରୁଥିବା ଏକ ସ୍ବର, ପୁଣିକେବେ ମହାନଦୀରେ ଭାସି ଯାଉଥିବା ଡଂଗା ପରି ଟଳମଳ। ଅକ୍ଷୟ ମହାନ୍ତି ବିନା ଆମର ପ୍ରେମ,ବିରହ,ସ୍ମୃତି, ଗାଲୁଗପ, ଆମର ଖଟି,ଆମର ଇତିହାସ ଓ ଆମର ଆସର- କିଛି ବି ଚାଲିପାରିବ ନାହିଁ।ତାଂକ କଣ୍ଠସ୍ବର  ସର୍ବବ୍ୟାପୀ ଓ ସବୁ କିଛିକୁ ସମ୍ମୋହିତ କରି ରଖିଲା ପରି।ଅକ୍ଷୟ ମହାନ୍ତି କେବଳ ଗାୟକ ବା ଗୀତିକାର ନଥିଲେ, ସେଥିଲେ ତାଂକ ସମୟର ପ୍ରତିନିଧି। ନିଜ ସମୟର ସମାଜ ଓ ତାର ବିଭାବକୁ ଗୀତ କରି ଗାଇ ପାରିବାର କୌଶଳ ତାଂକୁ ଜଣାଥିଲା। ତେଣୁ ସେ ବୋଧେ ଓଡିଶାର ଏକ ମାତ୍ର ଗାୟକ ଯାହାଂକ ଗୀତରେ ଓଡିଶାର ଚାହାଣୀ,ଚଳନୀ,ଚମକ,ଛଇ,ଛଟା ସମେତ ଓଡିଶାର ଇତିହାସ ଓ ଐତିହ୍ୟ ର ସ୍ପଷ୍ଟ ପ୍ରତିଫଳନ ବାରି ହୋଇପଡେ। ଓଡିଶାରେ ବହୁ ବଡ ବଡ ଗାୟକ ଆସିଛନ୍ତି ଓ ଏବେବି ଅଛନ୍ତି, ହେଲେ ଜଣେ ଗାୟକର ଗୀତକୁ ନେଇ ଇତିହାସ ରଚନା ହେବାର ସମ୍ଭାବନା, କେବଳ ଜଣକ ପାଖରେ- ସେ ଆଉ କେହି ନୁହନ୍ତି, ସେ ଅକ୍ଷୟ ମହାନ୍ତି ଓରଫ୍ ଖୋକା ଭାଇ। ତାଂକ ଗୀତକୁ ନେଇ ସମକାଳୀନ ଓଡିଶାର ସମାଜକୁ ଖୋଜିବା ଆସନ୍ତୁ-

#ଅକ୍ଷୟ ମହାନ୍ତି, ଜନ୍ମ କଟକ ସହର ରେ ୧୨ ଅକ୍ଟୋବର ୧୯୩୭ ଓ ଦେହାବସାନ ୧୭ ନଭେମ୍ବର ୨୦୦୨। ୬୬ ବର୍ଷର ଜୀବନକାଳରେ ଓଡିଶାର ସବୁ ହୃଦୟକୁ ଆନ୍ଦୋଳିତ କରିଥିବା ଅକ୍ଷୟ ମହାନ୍ତି, ଓଡିଶାର ଇତିହାସକୁ ନିଜ ସର୍ତ୍ତରେ ରଚନା କରିଛନ୍ତି। ସେ ଇତିହାସ ତାରିଖ, ତାଳପତ୍ର ପୋଥି, ଗୁମ୍ଫା ଚିତ୍ର କି ଶିଳାଲିପି ର ଇତିହାସ ନୁହଁ। ତାଂକ ଗୀତରେ ସାଧାରଣ ଓଡିଆ ର ଜୀବନ, ଜୀବିକା ଓ ଜୀଜୀବିଷାର କମ୍ପନ ରହିଛି।

#ମହାନଦୀ କଥା କହିଲେ “ଯା ରେ ଭାସି ଯା, ନୌକା ମୋର ଭାସିଯା’ ଗୀତଟି ମନେ ପଡିବାକୁ ବାଧ୍ୟ। ଶିବବ୍ରତ ଦାଶଂକ ରଚିତ ଏଇ ଗୀତ ଅକ୍ଷୟ ମହାଂତିଂକ କଣ୍ଠରେ ଗୋଟେ ଇତିହାସ ରଚନା କରିଛି। ମହାନଦୀ କେବଳ ସାରା ଓଡିଶାକୁ ଗୋଟିଏ ସୂତାରେ ଗୁନ୍ଥିନାହିଁ, ଏହା ଓଡିଶାର ବିବିଧ ସାଂସ୍କୃତିକ ଜୀବନବୋଧକୁ ନିଜ ପ୍ରବାହରେ ଏକାଠି କରିଛି। ସମ୍ବଲପୁରୀ ନୁନୀ ର ମହାନଦୀ ଓ କଟକିଆଣୀ ର ମହାନଦୀକୁ ଗୋଟିଏ ସୁରରେ ବାନ୍ଧି ରଖିଥିବା ଏ ଗୀତ ମହାନଦୀ ପାଇଁ ଜଣେ ଓଡିଆ କଳାକାରର ସବୁଠୁ ବଡ କୃତଜ୍ଞତା।

#କଟକ ସହର ଓ ଅକ୍ଷୟ ମହାନ୍ତି- ଗୋଟିଏ ଅସ୍ତିତ୍ବ। କଟକର ପାନ ଦୋକାନ, ଗଳି, ଘାଟ,ବଜାର,ଛକ, କଟକ ସହରର ଦାଦା ଟୋକା, ମାଇଚିଆ, ସୁଖଭୋଗୀ ମଧ୍ୟବିତ୍ତ,ଫୁଲେଇ ସୁନ୍ଦରୀ ଝିଅ ଓ ରସିକତା ର ଗୋଟି ଗୋଟି ଉଦାହରଣ ତାଂକ ଗୀତରେ ଆସିଛି।

#ଉଡି ଉଡି ଉଡି ଏ ମୋର ଗୁଡି ….. ତହୁଁ କାଂଜୀ ଗଲା ଖରେ…ଏ ଗୀତ ସବୁ ହୁଏତ ହାଲକା ଫୁଲକା ଲାଗି ପାରନ୍ତି, ହେଲେ ସବୁ ଗୀତରେ କଟକୀ ଜୀବନର ଛନ୍ଦ ଓ ଉନ୍ମାଦନା ଭରି ରହିଛି।ଅକ୍ଷୟ ମହାନ୍ତିଙ୍କ ଗୀତରେ ସେ ଯେଉଁ ଅମାନିଆଁ ଷଣ୍ଢ, ସେ ଖାଲି କଟକରେ ବାଇଆ ହୋଇ ବୁଲୁନାହିଁ, ସେ ମାଲ ଗୋଦାମ, ଛତ୍ର ବଜାର, କଲେଜ ଛକ, ଚୌଧୁରୀ ବଜାର ଦେଇ ପୁରା କଟକୀ ଜୀବନ କୁ ବୟାନ୍ କରୁଛି। ଷଣ୍ଢ ଏଠି ଗୋଟେ ମେଟାଫର ପାଲଟି ଯାଉଚି ଓ ସାରା କଟକ ସହରର ଜୀବନ କାହାଣୀ କୁ କହିଦେଉଛି।

#ଗାଥା କବିତା କୁ ଗୀତ କରି ଅକ୍ଷୟ ମହାନ୍ତି ଓଡିଶାର ଇତିହାସକୁ ଜୀବନ୍ତ କରିଛନ୍ତି। ଓଡିଆ ପରିଚୟ ଓ ଅସ୍ମିତା କୁ ଗଢିବାରେ ଏ ଗାଥା ସବୁର ଅତୁଳନୀୟ ଅବଦାନ ରହିଛି। କାଂଚୀ ଅଭିଯାନ, କୋଣାର୍କ ଗାଥା ଓ ମହାନଦୀ ତାର ଏକ ଏକ ଉଦାହରଣ।

Akhya Mohanty a great singer , music director, writer of Odisha.

#ଫକୀର ମୋହନଂକ “ରାଣ୍ଡି ପୁଅ ଅନନ୍ତା” ଓ  “ପେଟେଣ୍ଟ ମେଡିସିନ୍” ଗୀତି କାବ୍ୟ ର ରୂପ ନେଇ ଆମ ସାମାଜିକ ଜୀବନର ଅନେକ ସତ୍ୟ କୁ ଆବିଷ୍କାର କରନ୍ତି।

#କଟକ ଯେତେବେଳେ ତାର ରାଜଧାନୀ ପରିଚୟ ହରାଉଛି ଓ ୨୫ କିଲୋମିଟର ଦୂରରେ ନୁଆ ରାଜଧାନୀ ଭୁବନେଶ୍ବର ଗଢି ଉଠୁଛି, ଏ ଦୁଇ ସହର ର ନାଗରିକଂକ ମାନସିକ ସଂଘାତ ତଥା ଭାବ-ଅଭାବ ର କଥା ଅକ୍ଷୟ ଯେମିତି କହିଛନ୍ତି, ସେ ଐତିହାସିକ ଦୃଷ୍ଟିରୁ ବେଶୀ ଗୁରୁତ୍ବପୁର୍ଣ୍ଣ।ରାଜା ଝିଅ ସଂଗେ କରିଥିଲି ଭାବ….ବା..ବା..ରେ କାପିଟାଲ୍…କୁ ହାଲକା ରେ ନ ନେଇ ଟିକେ ଗଭୀର ଭାବେ ଶୁଣିଲେ, ନୁଆ କିଛି ଆବିଷ୍କାର କରାଯାଇ ପାରିବ।

#ଅଧା ଗଢା ଦିଅଙ୍କର ଚକା ଚକା ଆଖିକୁ……ଏମିତି ଏକ ଗୀତ ଯେଉଁଠି ସମଗ୍ର ଜଗନାଥ ମଂଦିର ଓ ତାର ପ୍ରଥା ଓ ପରମ୍ପରା ର ବର୍ଣ୍ଣନା ରହିଛି।ଏପରିକି ସାଲବେଗଂକ ରଚନାରୁ ‘କେଣେ ଘେନି ଯାଉଛ ଜଗନାଥଂକୁ’ ..ଗାଇଲା ବେଳେ ଇତିହାସର ଏକ ଅନ୍ଧାର ଅଧ୍ୟାୟ ର ବିଫଳତା କୁ ସେ ଅତି ଚମତ୍କାର ଭାବେ ଗାଇ ପାରନ୍ତି।

#ଭୀମ ଭୋଇ, ସାଲବେଗ, ଜଗନ୍ନାଥ ଦାସଂକୁ ଗାଇଲା ବେଳେ ସେ ଯେତିକି ଗମ୍ଭୀର ନୁଆ ଜମାନା ର ଗୀତରେ ସେତିକି ସହଜିଆ।ଗୀତ ରଚନା କଲାବେଳେ ଓଡିଶାର ଜନଜୀବନ ଓ ପାଣିପାଗ ତାଂକୁ କେବେବି ଛାଡ଼ି ନାହିଁ।କାଲି ଯଦି କଟକର ନୁଆ ଇତିହାସ ଲେଖାହେବ, ସେଠି ଅକ୍ଷୟ ମହାଂତିଂକ ଗୀତ ଗୋଟେ ବଡ ଉତ୍ସ ନିଶ୍ଚୟ।

#ବହୁ ଗାୟକଂକ ଗଳା ସୁନ୍ଦର, ସେମାନଂକ ପରିବେଷଣ ମଧୁର, ହୁଏତ ସଂଗୀତ ଶାସ୍ତ୍ରରେ ସେମାନେ ବେଶ୍ ଧୁରୀଣ- ହେଲେ ଅକ୍ଷୟ ନିଆରା। ତାଂକ ଗୀତ ଓଡିଆ ଜୀବନର ଦଲିଲ୍, ଆଉ ସେ ଦଲିଲ୍ ଅକ୍ଷୟ ଓ ଅମର। ଇତିହାସ ରଚନାରେ ସେଇ ସମୟର ଲୋକପ୍ରିୟ ଗୀତକୁ ସମାଜତାତ୍ତ୍ଵିକ ଉତ୍ସ ଭାବରେ ବହୁତ କମ ଐତିହାସିକ ଗ୍ରହଣ କରିଛନ୍ତି। ହେଲେ ଓଡିଶାର ନୂଆ ଇତିହାସ ଲେଖାହେଲା ବେଳେ ଅକ୍ଷୟ ମହାନ୍ତି ଆମଲାଗି ଗୋଟେ ବଡ ସାମାଜିକ ଓ ନୃତାତ୍ତ୍ଵିକ ଉତ୍ସ ହୋଇ ଆସିବେ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026
Latest News

ଆଜି ଭାରତ ବନାମ ଆୟରଲ୍ୟାଣ୍ଡ ପ୍ରଥମ ଟି-୨୦: ଜାଣନ୍ତୁ ସମ୍ଭାବ୍ୟ ଏକାଦଶ ଏବଂ ଷ୍ଟ୍ରିମିଂ ବିବରଣୀ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ଇସ୍ତଫା ଦେଲେ ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ ଏବଂ ଅନିଲ ମିଶ୍ର 

June 26, 2026

ଭାରତର ଡ୍ୟାମ ଉପରେ ଆକ୍ରମଣ କରିପାରିବ କି ପାକିସ୍ତାନ, ଜାଣନ୍ତୁ କ’ଣ କହିଲେ ପାକିସ୍ତାନୀ ବିଶେଷଜ୍ଞ?

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

୫୭ ବର୍ଷ ବୟସରେ ପଦାର୍ପଣ କଲେ ଧର୍ମେନ୍ଦ୍ର ପ୍ରଧାନ: ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.