Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଲୁଲୁ ମହାପାତ୍ରଙ୍କ 56 ତମ ଜନ୍ମ ଦିବସ ପାଳନ
ଆଜିର ଖବର

ଭୁବନେଶ୍ବରରେ ଲୁଲୁ ମହାପାତ୍ରଙ୍କ 56 ତମ ଜନ୍ମ ଦିବସ ପାଳନ

February 14, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ଲୁଲୁ ମହାପାତ୍ର ରାଜ୍ୟସ୍ତରୀୟ ସ୍ମୃତି କମିଟି ତରଫରୁ ଦିବଗଂତ କଂଗ୍ରେସ ନେତା ଶ୍ରୀଯୁକ୍ତ ଲଲାଟେନ୍ଦୁ ବିଦ୍ୟାଧର ମହାପାତ୍ର (ଲୁଲୁ)ଙ୍କ ୫୬ତମ ଜନ୍ମଦିବସ ପାଳନ କରାଯାଇଛି। ସ୍ଥାନୀୟ କ୍ୟାପିଟାଲ ହାଇସ୍କୁଲ ସମ୍ମିଳନୀ କକ୍ଷରେ ସ୍ମୃତି କମିଟି ଅଧ୍ୟକ୍ଷ ଶ୍ରୀ ଶୁଭେନ୍ଦୁ ମହାନ୍ତି ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜଟଣୀ ବିଧାୟକ ଶ୍ରୀ ସୁରେଶ କୁମାର ରାଉତରାୟ ଯୋଗଦେଇ ଲୁଲୁ ମହାପାତ୍ର ମରି ନାହାନ୍ତି ଅମର ହୋଇ ଛାତ୍ର ଯୁବ ସମାଜଙ୍କ ହୃଦୟରେ ସ୍ଥାନ ନେଇଛନ୍ତି । ତାଙ୍କ ଛାତ୍ର ଜୀବନ କାଳରେ ଛାତ୍ର ସଂଗଠନର ଦାୟିତ୍ୱ ନେଇ ଛାତ୍ର ସମାଜକୁୁୁ ଆଗେଇ ନେବାରେ ତାଙ୍କର ବଳିଷ୍ଠ ନେତୃତ୍ୱ ଏବେବି ମନେପଡ଼ୁଛି । ଲୁଲୁ ମହାପାତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବକୁ ଉଦ୍‌ଘାଟକ ଭାବେ ତାଙ୍କର ସୁପୁତ୍ରୀ ସୁଶ୍ରୀ ଉପାସନା ମହାପାତ୍ର ଉଦ୍‌ଘାଟନ କରି ତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଅନ୍ୟମାନଙ୍କ ଅତିଥି ମାନଙ୍କ ମଧ୍ୟରେ ବିଧାୟକ ତାରା ପ୍ରସାଦ ବାହିନୀପତି, ବିଧାୟକ ମହମ୍ମଦ ମୋକିମ, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପୂର୍ବତନ ସାଂସଦ ଅନନ୍ତ ପ୍ରସାଦ ସେଠୀ, ଶିବାନନ୍ଦ ରାୟ ପ୍ରମୁଖ ଯୋଗଦେଇ ତାଙ୍କର ସ୍ମୃତି ଚାରଣ କରିଥିଲେ । ଏହି ଜୟନ୍ତୀ ଅବସରରେ ଉପସ୍ଥିତ ଥିବା ଅତିଥିମାନେ ଓଏସ ପରିକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁଶ୍ରୀ ତପସ୍ୱିନୀ ଦାସଙ୍କୁ ଉତରୀୟ ଦେଇ ସମ୍ବର୍ଦ୍ଧିତ କରିବା ସହିତ ସ୍କୁଲ ଛାତ୍ର ଛାତ୍ରୀଙ୍କ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗୀତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ହିମାଂଶୁ ଲେଙ୍କା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଂପାଦକ ଦୀପକ ସାହୁ ଧନ୍ୟବାଦ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଲୁଲୁ ମହାପାତ୍ର ପରିବାର ତରଫରୁ ରାଜେନ୍ଦ୍ର ପଣ୍ଡା, ନଜେବୁର ରେହମନ ଖାନ୍‌, ମନୋଜ ସାହୁ, ଆଲୋକ ମହାନ୍ତି, ମାନଓ ଆଚାର୍ଯ୍ୟ, ମନୋଜ ବିଶ୍ୱାଳ, ପ୍ରକାଶ ମିଶ୍ର, ଦୀପକ ମହାପାତ୍ର, ବିଶ୍ୱପ୍ରସାଦ ଦାସ, କିରଣ ସାହୁ, ନିରଞ୍ଜନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

cong
Share. Facebook Twitter LinkedIn Email WhatsApp Copy Link

Related Posts

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

ପ୍ରାଚୀନ ଅଷ୍ଟଶମ୍ଭୁ ମନ୍ଦିରରୁ ଐତିହାସିକ ପୁରାତନ ବୀରଶିଳା ଆବିଷ୍କୃତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026
Latest News

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

ପ୍ରାଚୀନ ଅଷ୍ଟଶମ୍ଭୁ ମନ୍ଦିରରୁ ଐତିହାସିକ ପୁରାତନ ବୀରଶିଳା ଆବିଷ୍କୃତ

October 18, 2026

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.