Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣରେ ନୀଳକଣ୍ଠନଗରର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବାଜିମାତ୍‌
ଆଞ୍ଚଳିକ

ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣରେ ନୀଳକଣ୍ଠନଗରର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବାଜିମାତ୍‌

February 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର : 2019 ଶିକ୍ଷା ବର୍ଷର ପ୍ରକାଶିତ ଏନ୍‌ଆର୍‌ଟିଏସ୍‌ ପରୀକ୍ଷାରେ ନୀଳକଣ୍ଠ ନଗର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀମାନେ ଅଦ୍ଭୁତପୂର୍ବ ସଫଳତା ହାସଲ କରିଛନ୍ତି । ପ୍ରଥମ ରାଙ୍କ ସହ ମୋଟି 4ଟି ରାଙ୍କରେ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀମାନେ ସ୍ଥାନ ଅଧିକାର କରିଛନ୍ତି ।

ରଙ୍ଗେଇଲୁଣ୍ଡା ବ୍ଲକ ଓ ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ସରକାରୀ ଓ ବେସରକାରୀ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଜାତୀୟ ଗ୍ରାମାଞ୍ଚଳ ମେଧା ଅନ୍ବେଷଣ (ଏନ୍‌ଆରଟିଏସ୍‌) ପରୀକ୍ଷାରେ ଫଳାଫଳ ପ୍ରକାଶ ପାଇଛି । ଏହି ପରୀକ୍ଷା ଫଳାଫଳରେ ପ୍ରଥମ 10ଜଣଙ୍କ ମଧ୍ୟରୁ ଆମ୍ଭ ବିଦ୍ୟାଳୟର ଫାଷ୍ଟ ରାଙ୍କ ସହିତ ମୋଟ୍‌ ଚାରିଜଣ ଶିଶୁ ରାଙ୍କ ରଖି ବୃତ୍ତି ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି । ଯୋଗ୍ୟ ଛାତ୍ରଛାତ୍ରୀମାନେ ହେଉଛନ୍ତି 9ମ ଶ୍ରେଣୀର ସୌମ୍ୟ ଜଗନ୍ନାଥ ପାଢୀ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଦ୍ବିତୀୟ ସ୍ଥାନରେ ରହିଛନ୍ତି ମାନ୍ୟତା ଚୌଧୁରୀ, ପଞ୍ଚମ ସ୍ଥାନରେ ରହିଛନ୍ତି ତନୁଶ୍ରୀ ଭୂୟାଁ ଓ ସପ୍ତମ ସ୍ଥାନରେ ରହିଛନ୍ତି ଦିଶା ସେଠୀ । ଛାତ୍ରଛାତ୍ରୀମାନଙ୍କ ରାଜ୍ୟସ୍ତରୀୟ ସଫଳତା ପାଇଁ ଅନୁଷ୍ଠାନ ପରିଚାଳନା ସମିତିର ସଭାପତି ଡ. ଶ୍ରୀକାନ୍ତ ମହାପାତ୍ର,  ଉପସଭାପତି ହରିକୃଷ୍ଣ ନାୟକ, ସମ୍ପାଦକ ନାରାୟଣ ପଣ୍ଡା, ଯୁଗ୍ମ ସମ୍ପାଦିକା ମମତା ପାଣିଗ୍ରାହୀ, କୋଷାଧ୍ୟକ୍ଷ ରବୀନ୍ଦ୍ର ନାଥ ଜେନା, ନୀଳକଣ୍ଠ ସାହୁ, ବାସନ୍ତୀ ବେହେରା, ଉପଦେଷ୍ଟା ଧର୍ମରାଜ ସାହୁ, ସୁଦର୍ଶନ ପାଢୀ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ନରସିଂହ ଚୌଧୁରୀ, ହରିକୃଷ୍ଣ ପାଢୀ, ବିଦ୍ୟାମନ୍ଦିର ପ୍ରଧାନ ଆଚାର୍ଯ୍ୟ ଏସ୍‌. ମୋହନ ରାଓ, ଶିଶୁ ମନ୍ଦିର ପ୍ରଧାନ ଆଚାର୍ଯ୍ୟ ଉମାଧବ ମହାନ୍ତି ଓ ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସମସ୍ତ ଅଭିଭାବକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.